ETV Bharat / city

ଡାଇରିଆ ସ୍ଥିତି ସମୀକ୍ଷା କଲେ ମୁଖ୍ୟ ଶାସନ ସଚିବ

ରାଜ୍ୟର ବିଭିନ୍ନ ଜିଲ୍ଲାରେ ଡାଇରିଆ ସ୍ଥିତି ଦେଖାଦେଇଛି । ମୁଖ୍ୟ ଶାସନ ସଚିବ ଏହାର ସମୀକ୍ଷା କରିଛନ୍ତି । ଅଧିକ ପଢନ୍ତୁ

author img

By

Published : Aug 5, 2022, 6:24 PM IST

ମୁଖ୍ୟ ଶାସନ ସଚିବଙ୍କ ଡାଇରିଆ ସ୍ଥିତି ସମୀକ୍ଷା, ଖୁବଶୀଘ୍ର ନିୟନ୍ତ୍ରଣାଧୀନ ହେବ 6ଜିଲ୍ଲାର ସ୍ଥିତି

ଭୁବନେଶ୍ବର: ରାଜ୍ୟର ବିଭିନ୍ନ ଜିଲ୍ଲାରେ ଦେଖା ଦେଇଥିବା ଡାଇରିଆ ସ୍ଥିତିର ସମୀକ୍ଷା କରିଛନ୍ତି ମୁଖ୍ୟ ଶାସନ ସଚିବ(Odisha Chief Secretary) ସୁରେଶ ମହାପାତ୍ର । ଜିଲ୍ଲାପାଳ ଓ ଜିଲ୍ଲା ସ୍ବାସ୍ଥ୍ୟ ଅଧିକାରୀଙ୍କ ସହିତ ଆଲୋଚନା କରିଛନ୍ତି ମୁଖ୍ୟ ଶାସନ ସଚିବ । ସ୍ଥିତିର ମୁକାବିଲା ଓ ପଦକ୍ଷେପ ବାବଦରେ ମୁଖ୍ୟ ଶାସନ ସଚିବ ଓ ରାଜ୍ୟସ୍ତରୀୟ ଅଧିକାରୀ ଜିଲ୍ଲା ପ୍ରଶାସନକୁ ପରାମର୍ଶ ଦେଇଛନ୍ତି ।

ମୁଖ୍ୟ ଶାସନ ସଚିବଙ୍କ ଡାଇରିଆ ସ୍ଥିତି ସମୀକ୍ଷା

ଗ୍ରାମ ଓ ୱାର୍ଡରୁ କମ୍ୟୁନିଟି ହେଲଥ ସେଣ୍ଟର, ଜିଲ୍ଲା ମୁଖ୍ୟାଳୟ ଡାକ୍ତରଖାନା ଏବଂ ଜିଲ୍ଲାପାଳଙ୍କ ପର୍ଯ୍ୟନ୍ତ ତ୍ବରିତ ଡାଇରିଆ ସୂଚନା ପ୍ରସାରଣ ବ୍ୟବସ୍ଥା ଉପରେ ମୁଖ୍ୟ ଶାସନ ସଚିବଙ୍କୁ ଗୁରୁତ୍ବ ଦେଇଛନ୍ତି । ରୋଗୀଙ୍କୁ ତୁରନ୍ତ ହସ୍ପିଟାଲ ସ୍ଥାନାନ୍ତର ପାଇଁ ଅଧିକାରୀଙ୍କୁ ନିର୍ଦ୍ଦେଶ ସହ ପରିବାର ଲୋକଙ୍କୁ ପରାମର୍ଶ ଦିଆଯାଇଛି । ସୂଚନା ପ୍ରସାରଣ ଓ ହସ୍ପିଟାଲ ସ୍ଥାନାନ୍ତର ବ୍ୟବସ୍ଥାରେ ଆଶାକର୍ମୀ, ଅଙ୍ଗନାବାଡ଼ି କର୍ମୀ, ୱାର୍ଡ଼ ମେମ୍ବର, ସରପଞ୍ଚ, ସ୍ଥାନୀୟ ସ୍ବେଚ୍ଛାସେବୀ ଅନୁଷ୍ଠାନ ଓ ବିଦ୍ୟାଳୟଗୁଡ଼ିକୁ ସାମିଲ କରିବା ପାଇଁ ଜିଲ୍ଲାପାଳଙ୍କୁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି ।

ସମସ୍ତ ପାନୀୟଜଳ ଶ୍ରୋତକୁ ନିୟମିତ ବ୍ୟବଧାନରେ ବିଶୋଧନ ପାଇଁ ନିର୍ଦ୍ଦେଶ ଦିଆଯାଇଛି । ଲୋକମାନେ ଯେପରି ଝରଣା ପାଣି ନପିଅନ୍ତି, ତା'ଉପରେ ସତର୍କ ଦୃଷ୍ଟି ରଖିବାକୁ ଜିଲ୍ଲାପାଳ ମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ସଚେତନତା କାର୍ଯ୍ୟକ୍ରମକୁ ଅଧିକ ସଘନ କରିବାକୁ ନିର୍ଦ୍ଦେଶ ରହିଛି । ସଂକ୍ରମିତ ଅଞ୍ଚଳରେ ଜଳ ବିଶୋଧନ ପାଇଁ ‘ରିଭର୍ସ ଅସମୋସିସ୍ ଯନ୍ତ୍ର’ ଲାଗିଥିବା ଗାଡ଼ି ମୁତୟନ କରିବାକୁ ମୁଖ୍ୟ ଶାସନ ସଚିବଙ୍କ ନିର୍ଦ୍ଦେଶ ।

ସେହିପରି ରୋଗ ନିରୀକ୍ଷଣ ଓ ଅନୁଧ୍ୟାନ ବ୍ୟବସ୍ଥାକୁ ଅଧିକ ବ୍ୟାପକ କରାଯିବ । ବର୍ଷାଋତୁ ଶେଷ ପର୍ଯ୍ୟନ୍ତ ଡାଇରିଆ ନିରାକରଣ ବ୍ୟବସ୍ଥାକୁ ପୂର୍ଣ୍ଣ ସକ୍ରିୟ ରଖିବା ସହ ସଂପୂର୍ଣ୍ଣ ସଜାଗ ଓ ସତର୍କ ରହିବାକୁ ସମସ୍ତ ଜିଲ୍ଲାପାଳ ଏବଂ କ୍ଷେତ୍ରସ୍ତରୀୟ ସ୍ବାସ୍ଥ୍ୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ବର୍ତ୍ତମାନ ସୁଦ୍ଧା ରାୟଗଡ଼ା, କୋରାପୁଟ, ନବରଙ୍ଗପୁର, ସୋନପୁର, ନୂଆପଡ଼ା, ଗଜପତି, ଝାରସୁଗୁଡ଼ା ଆଦି ଜିଲ୍ଲାରେ ଡାଇରିଆର ପ୍ରଭାବ ଦେଖିବାକୁ ମିଳିଛି ।

୭ଟି ଜିଲ୍ଲାରେ ସମୁଦାୟ ୬୮୦ ଲୋକ ସଂକ୍ରମିତ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୬୧୦ଜଣ ଆରୋଗ୍ୟ ହୋଇଛନ୍ତି । ୫୩ ଜଣ ହସ୍ପିଟାଲରେ ଚିକିତ୍ସାଧୀନ ରହିଛନ୍ତି । ୧୭ ଜଣ ହସ୍ପିଟାଲ ଆସିବାରେ ବହୁ ବିଳମ୍ବ ଯୋଗ୍ୟ ମୃତ୍ୟୁ ହୋଇଥିବା କୁହାଯାଇଛି । ବୈଠକରେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ପ୍ରମୁଖ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳ, ସ୍ବାସ୍ଥ୍ୟ ମିଶନ ନିର୍ଦ୍ଦେଶକ ଶାଳିନୀ ପଣ୍ଡିତ୍, RMRC ନିର୍ଦ୍ଦେଶକ ସଂଘମିତ୍ରା ପତି, ଜନ ସ୍ଵାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ରଙ୍କ ସମେତ ସ୍ବାସ୍ଥ୍ୟ ବିଭାଗର ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ । ସଂପୃକ୍ତ ଜିଲ୍ଲାପାଳମାନେ ଭିଡିଓ କନ୍ଫେରେନ୍ସିଂ ମାଧ୍ୟମରେ କ୍ଷେତ୍ରସ୍ତରୀୟ ସ୍ଥିତି ଓ ଡାଇରିଆ ନିରାକରଣ ପାଇଁ ନିଆଯାଇଥିବା ପଦକ୍ଷେପ ବିଷୟରେ ଜଣାଇଛନ୍ତି ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.