ETV Bharat / city

ସତ୍ୟବାଦୀ ଓଡିଆ ବିଶ୍ବ ବିଦ୍ୟାଳୟ ଡିଜାଇନକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

ବହୁ ପ୍ରତିକ୍ଷତ ଓଡିଆ ବିଶ୍ବ ବିଦ୍ୟାଳୟ ଡିଜାଇନକୁ ମିଳିଲା ଅନୁମୋଦନ । ସତ୍ୟବାଦୀରେ ପ୍ରସ୍ତାବିତ ଓଡିଆ ବିଶ୍ବବିଦ୍ୟାଳୟ ପାଇଁ ଆଗତ ଡିଜାଇନକୁ ଗ୍ରୀନ ସିଗନାଲ ଦେଲେ ରାଜ୍ୟ ସରକାର । ଅଧିକ ପଢନ୍ତୁ...

author img

By

Published : Feb 23, 2021, 8:45 PM IST

Updated : Feb 23, 2021, 9:14 PM IST

Odisha CM gives nod to the design of Odia University that is to come up in Satyabadi in Puri district
ସତ୍ୟବାଦୀରେ ଓଡିଆ ବିଶ୍ବ ବିଦ୍ୟାଳୟ ଡିଜାଇନକୁ ମିଳିଲା ଅନୁମୋଦନ

ଭୁବନେଶ୍ବର: ସତ୍ୟବାଦୀ ବନ ବିଦ୍ୟାଳୟ ଢାଞ୍ଚାରେ ନିର୍ମାଣ ହେବ ସତ୍ୟବାଦୀର ଓଡିଆ ଭାଷା ବିଶ୍ବବିଦ୍ୟାଳୟ । ଓଡ଼ିଆ ଭାଷା ବିଶ୍ବବିଦ୍ୟାଳୟର ଡିଜାଇନ ପୁର୍ତ୍ତ ବିଭାଗ ପକ୍ଷରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିକଟରେ ଏକ ଉପସ୍ଥାପନା କରାଯାଇଛି । ମୁଖ୍ୟମନ୍ତ୍ରୀ ଏହି ଡିଜାଇନକୁ ଅନୁମୋଦନ କରିଥିବା ଜଣାପଡ଼ିଛି । ପୁରୀ ଜିଲ୍ଲାର ସତ୍ୟବାଦୀ ସ୍ଥିତ ପ୍ରସିଦ୍ଧ ବନ ବିଦ୍ୟାଳୟରେ ଏହି ବିଶ୍ବବିଦ୍ୟାଳୟ ସ୍ଥାପନ କରାଯିବ । ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କର ବନ ବିଦ୍ୟାଳୟ ପରିସରରେ ଏହି ଓଡ଼ିଆ ଭାଷା ବିଶ୍ବବିଦ୍ୟାଳୟର ପ୍ରତିଷ୍ଠା କରାଯିବ । ଯାହା ଗୋପବନ୍ଧୁଙ୍କ ମର୍ଯ୍ୟାଦାକୁ ବହୁଗୁଣିତ କରିବ ବୋଲି ଆଶା କରାଯାଉଛି । ଏହି ନୂତନ ବିଶ୍ବବିଦ୍ୟାଳୟର ଡିଜାଇନ ସତ୍ୟବାଦୀ ବନ ବିଦ୍ୟାଳୟ ଢାଞ୍ଚାରେ ପ୍ରସ୍ତୁତ କରାଯାଇଛି । ଏଠାରେ ଶାନ୍ତ, ସ୍ନିଗ୍ଧ ଓ ମୁକ୍ତ ପରିବେଶ ମଧ୍ୟରେ ଉତ୍ତମ ଶୈକ୍ଷିକ ଅନୁଭବ ପ୍ରଦାନର ଲକ୍ଷ୍ୟ ରଖାଯାଇଛି ।

ସତ୍ୟବାଦୀ ଓଡିଆ ବିଶ୍ବ ବିଦ୍ୟାଳୟ ଡିଜାଇନକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

ଛାତ୍ରଛାତ୍ରୀମାନେ ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି କ୍ଷେତ୍ରରେ ଗବେଷଣା କରିବାର ବ୍ୟବସ୍ଥା କରାଯିବ । ଏହାର ଡିଜାଇନକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି । ଏହାର ନିର୍ମାଣର ବିସ୍ତୃତ ଯୋଜନା ସମ୍ପର୍କରେ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଏକ ବୈଠକ କରାଯାଇ ନିଷ୍ପତ୍ତି ନିଆଯିବ । ଉତ୍କଳମଣିଙ୍କର ସତ୍ୟବାଦୀ ବନ ବିଦ୍ୟାଳୟ ଥିଲା ସ୍ବାଧୀନତା ସଂଗ୍ରାମ ସମୟର ପ୍ରସିଦ୍ଧ ଶିକ୍ଷାନୁଷ୍ଠାନ । ବକୁଳ ଓ ଛୁରିଆନା ବୃକ୍ଷ ଛାୟାରେ ମୁକ୍ତ ପରିବେଶ ମଧ୍ୟରେ ଏହି ବିଦ୍ୟାଳୟ ଗଢିଉଠିଥିଲା । ଏଥିରେ ଓଡ଼ିଶାର ବହୁ ବିଖ୍ୟାତ ବ୍ୟକ୍ତି ଅଧ୍ୟୟନ କରି ପରବର୍ତ୍ତୀ ସମୟରେ ରାଜ୍ୟର ଗୌରବକୁ ବୃଦ୍ଧି କରିଥିଲେ । ଏହାଥିଲା ଏକ ଆଦର୍ଶ ବିଦ୍ୟାଳୟ । ମଣିଷ ତିଆରି କାରଖାନା । ସ୍ବାଧୀନତା ଯୁଗର ପଞ୍ଚସଖା ଗୋପବନ୍ଧୁ ଦାସ, କୃପାସିନ୍ଧୁ ମିଶ୍ର, ହରିହର ଦାସ, ପଣ୍ଡିତ ନୀଳକଣ୍ଠ ଦାସ ଏବଂ ପଣ୍ଡିତ ଗୋଦାବରୀଶ ମିଶ୍ରଙ୍କ ପରି ଉତ୍କଳ ଜନନୀଙ୍କ ସୁଯୋଗ୍ୟ ସନ୍ତାନମାନଙ୍କ ମାର୍ଗଦର୍ଶନରେ ଦେଶଭକ୍ତି, ସେବା, ପ୍ରଜ୍ଞା ଓ ଜାତୀୟତାର ମହାନ ଶିକ୍ଷାନୁଷ୍ଠାନ ଭାବେ ଏହା ପ୍ରସିଦ୍ଧି ଲାଭ କରିଥିଲା ।

ସେହି ଐତିହାସିକ ବନ ବିଦ୍ୟାଳୟରେ ଓଡ଼ିଆ ଭାଷା ବିଶ୍ବବିଦ୍ୟାଳୟ ନିଶ୍ଚିତ ଭାବରେ ଏକ ଅନନ୍ୟ ଉଦ୍ୟମ । ଓଡ଼ିଆ ଭାଷା ଷଷ୍ଠ ଭାରତୀୟ ଭାଷା ଭାବରେ ଶାସ୍ତ୍ରୀୟ ଭାଷାର ମାନ୍ୟତା ଲାଭ କରିଛି । ଓଡ଼ିଆ ଭାଷାର ଅତୀତ ଅତ୍ୟନ୍ତ ସମୃଦ୍ଧ । ଓଡ଼ିଆ ଭାଷାରେ ଅନେକ କାଳଜୟୀ ସାହିତ୍ୟ ସୃଷ୍ଟି ହୋଇଛି । ସତ୍ୟବାଦୀ ବନ ବିଦ୍ୟାଳୟରେ ସ୍ଥାପିତ ହେବାକୁ ଯାଉଥିବା ଓଡ଼ିଆ ଭାଷା ବିଶ୍ବବିଦ୍ୟାଳୟ ଓଡ଼ିଆ ଭାଷାକୁ ବିଶ୍ବସ୍ତରରେ ପ୍ରତିଷ୍ଠିତ କରିବାପାଇଁ ଏକ ଅନନ୍ୟ ସୁଯୋଗ । ଓଡ଼ିଆ ଭାଷା ବିଶ୍ବବିଦ୍ୟାଳୟରେ ଓଡ଼ିଆ ଭାଷା ସମ୍ପର୍କରେ ଉଚ୍ଚତର ଶିକ୍ଷା ପ୍ରଦାନ କରାଯିବା ସହିତ ଆମ ଭାଷା, ସାହିତ୍ୟ ଓ ସଂସ୍କୃତି ସମ୍ପର୍କରେ ଉଚ୍ଚତର ଗବେଷଣା ପାଇଁ ସୁଯୋଗ ସୃଷ୍ଟି କରାଯିବ । ସାରା ଦେଶରେ ଓଡ଼ିଆ ଜାତିର ସ୍ବତନ୍ତ୍ରତା ଓ ଓଡ଼ିଆ ଭାଷାର ମହନୀୟତା ସମ୍ପର୍କରେ ଏହା ଏକ ଉଦାହରଣ ସୃଷ୍ଟି କରିବ । ଏହି ବିଶ୍ବବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ମଧ୍ୟରେ ସୃଜନ ଶକ୍ତିର ପରିପୂର୍ଣ୍ଣ ବିକାଶ ସହିତ ଓଡ଼ିଆ ଭାଷାର ବ୍ୟାକରଣ, ଶବ୍ଦ ଭଣ୍ଡାର, କଥନ, ଲିଖନ ଆଦି ବିଷୟରେ ଉଚ୍ଚତର ଗବେଷଣା ପାଇଁ ସୁଯୋଗ ସୃଷ୍ଟି କରିବ । ଏହି ବୈଠକକୁ ମୁଖ୍ୟମନ୍ତ୍ରୀଙ୍କ ୫ଟି ସଚିବ ଶ୍ରୀ ଭି.କେ ପାଣ୍ଡିଆନ ସଞ୍ଚାଳନ କରିଥିଲେ । ଏଥିରେ ସତ୍ୟବାଦୀ ବିଧାୟକ ଉମାକାନ୍ତ ସାମନ୍ତରାୟ, ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ଉନ୍ନୟନ କମିଶନର ପି.କେ. ଜେନା ଓ ବିଭିନ୍ନ ବିଭାଗର ପ୍ରମୁଖ ଶାସନ ସଚିବ ଓ ଶାସନ ସଚିବମାନେ ଉପସ୍ଥିତ ଥିଲେ ।

ତେବେ ସତ୍ୟବାଦୀରେ ଓଡିଆ ବିଶ୍ବ ବିଦ୍ୟାଳୟ ସ୍ଥାପନ ନେଇ ପୂର୍ବରୁ ସରକାରଙ୍କ ମଞ୍ଜୁରୀ ମିଳିସାରିଛି । ଚଳିତ ବଜେଟରେ 10 କୋଟି ବ୍ୟୟବରାଦ କରାଯାଇଛି ।

ଭୁବନେଶ୍ବରରୁ ଭବାନୀ ଶଙ୍କର ଦାସ, ଇଟିଭି ଭାରତ

Last Updated : Feb 23, 2021, 9:14 PM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.