ETV Bharat / city

ସୁନ୍ଦରଗଡରେ ୪୯୩ କୋଟିର ଦୁଇଟି ବ୍ୟାରେଜ ପ୍ରକଳ୍ପର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ - ସୁନ୍ଦରଗଡରେ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ କଲେ ନବୀନ

ସୁନ୍ଦରଗଡ ସଦର ବ୍ଲକରେ ନିର୍ମାଣ ହେବ ଦୁଇଟି ବ୍ୟାରେଜ ପ୍ରକଳ୍ପ । ଇବ ନଦୀ ଉପରେ କୋପସିଙ୍ଗା ଓ କୁଡାବଙ୍ଗାରେ ନିର୍ମାଣ ହେବ ଏହି ବ୍ୟାରେଜ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଏହି ଦୁଇଟି ବ୍ୟାରେଜ ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି ।

ସୁନ୍ଦରଗଡ଼ରେ ୪୯୩ କୋଟିର ଦୁଇଟି ବ୍ୟାରେଜ ପ୍ରକଳ୍ପର ଶିଳାନ୍ୟାସ  କଲେ ମୁଖ୍ୟମନ୍ତ୍ରୀ

author img

By

Published : Jan 10, 2022, 7:01 PM IST

ଭୁବନେଶ୍ବର: ସୁନ୍ଦରଗଡ ସଦର ବ୍ଲକରେ ନିର୍ମାଣ ହେବ ଦୁଇଟି ବ୍ୟାରେଜ ପ୍ରକଳ୍ପ । ଇବ ନଦୀ ଉପରେ କୋପସିଙ୍ଗା ଓ କୁଡାବଙ୍ଗାରେ ନିର୍ମାଣ ହେବ ଏହି ବ୍ୟାରେଜ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି(ସୋମବାର) ଏହି ଦୁଇଟି ବ୍ୟାରେଜ ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି । ୪୯୩ କୋଟି ଟଙ୍କା ବ୍ୟୟ ଅଟକଳରେ ନିର୍ମାଣ ହେବ ଏହି ବ୍ୟାରେଜ । ଦୁଇଟି ପ୍ରକଳ୍ପ କାର୍ଯ୍ୟ ଆଗାମୀ ୨ ବର୍ଷରେ ଶେଷ ହେବ । ଏହାଦ୍ବାରା ସୁନ୍ଦରଗଡ ମ୍ୟୁନିସପାଲଟି, ସୁନ୍ଦରଗଡ ସଦର ବ୍ଲକ୍, ଲେଫ୍ରିପଡା, ବାଲିଶଙ୍କରା ଓ ଟାଙ୍ଗରପାଲି ଆଦି ବ୍ଲକର ୪୭ ହଜାର ଲୋକ ଉପକାର ପାଇବେ । ଏହା ସହ ୪୮୮ ହେକ୍ଟର ଜମିକୁ ଜଳସେଚନ ସୁବିଧା ମିଳିବ ।

ସୁନ୍ଦରଗଡ଼ରେ ୪୯୩ କୋଟିର ଦୁଇଟି ବ୍ୟାରେଜ ପ୍ରକଳ୍ପର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

ଉପରୋକ୍ତ ବ୍ଲକଗୁଡିକରେ ଘରେ ଘରେ ପାନୀୟ ଜଳଯୋଗାଣ ସୁବିଧା ହୋଇପାରିବ । ମତ୍ସ୍ୟଜୀବୀମାନେ ଏହି ବ୍ୟାରେଜରେ ମାଛ ଚାଷ କରି ଜୀବିକା ଉପର୍ଜନ କରିପାରିବେ । ଏହି ଦୁଇଟି ବ୍ୟାରେଜ ଉପରେ ବ୍ରିଜ କରାଯାଉଥିବାରୁ ଲେଫ୍ରିପଡା ଓ ଟାଙ୍ଗରପଲ୍ଲୀ ବ୍ଲକର ଲୋକମାନେ ରାଉରକେଲା ସହିତ ସିଧାସଳଖ ଯୋଗାଯୋଗ ସୁବିଧା ପାଇବେ । କାର୍ଯ୍ୟକ୍ରମରେ ବିଧାୟକ ତଥା ସୁନ୍ଦରଗଡ ଜିଲ୍ଲା ଯୋଜନା କମିଟିର ଅଧ୍ୟକ୍ଷ ସାରଦା ନାୟକ ଯୋଗ ଦେଇଥିଲେ ।

ଜିଲ୍ଲାର ବିଭିନ୍ନ ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ଯେଭଳି ପଦକ୍ଷେପ ନେଇଛନ୍ତି । ସେଥିପାଇଁ ସେ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି । ଜଳସମ୍ପଦ ବିଭାଗର ପ୍ରମୁଖ ସଚିବ ଅନୁ ଗର୍ଗ ସ୍ବାଗତ ଭାଷଣ ଦେଇଛନ୍ତି । Construction of in-stream Storage Structure ସମ୍ପର୍କରେ ସେ ଅବତାରଣା କରିଛନ୍ତି । ବିଭାଗୀୟ ମୁଖ୍ୟ ଯନ୍ତ୍ରୀ ଧନ୍ୟବାଦ ଅର୍ପଣ କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ତଥା ୫ଟି ସଚିବ ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ପରିଚାଳନା କରିଛନ୍ତି । ବୈଠକରେ ମୁଖ୍ୟଶାସନ ସଚିବ ସୁରେଶ ମହାପାତ୍ର ଓ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ।

ଭୁବନେଶ୍ବରରୁ ଭବାନୀ ଶଙ୍କର ଦାସ, ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.