ETV Bharat / city

ମୁଖ୍ୟମନ୍ତ୍ରୀଙ୍କ କୋଭିଡ ସମୀକ୍ଷା: ପରାମର୍ଶ ଦେଲେ, ତାଗିଦ କଲେ

କୋଭିଡ ନିୟମକୁ କଡାକଡି ଭାବରେ ପାଳନ କରିବାକୁ ହେବ । ଏଥିରେ ସାମାନ୍ୟ ଅବହେଳା ସମସ୍ତଙ୍କ ପାଇଁ ବିପଦର କାରଣ ହୋଇପାରେ । ଏନେଇ ସତର୍କ କରାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଅଧିକ ପଢନ୍ତୁ...

author img

By

Published : Sep 7, 2021, 8:17 PM IST

Updated : Sep 7, 2021, 10:42 PM IST

ମୁଖ୍ୟମନ୍ତ୍ରୀଙ୍କ କୋଭିଡ ସମୀକ୍ଷା: ପରାମର୍ଶ ଦେଲେ, ତାଗିଦ କଲେ
ମୁଖ୍ୟମନ୍ତ୍ରୀଙ୍କ କୋଭିଡ ସମୀକ୍ଷା; ପରାମର୍ଶ ଦେଲେ, ତାଗିଦ କଲେ

ଭୁବନେଶ୍ବର: ଆମେରିକାଠାରୁ ଆରମ୍ଭ କରି କେରଳ ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ କୋରୋନା ସଂକ୍ରମଣ ବଢିଛି । ଫଳରେ ଚିନ୍ତାଜନକ ହୋଇଛି ସ୍ଥିତି । ସମ୍ଭାବ୍ୟ ତୃତୀୟ ଲହରୀଠାରୁ ଆମକୁ ନିରାପଦ ରହିବାକୁ ହେବ । କୋଭିଡ ନିୟମକୁ କଡାକଡି ଭାବରେ ପାଳନ କରିବାକୁ ହେବ । ଏଥିରେ ସାମାନ୍ୟ ଅବହେଳା ସମସ୍ତଙ୍କ ପାଇଁ ବିପଦର କାରଣ ହୋଇପାରେ । ଏନେଇ ସତର୍କ କରାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କୋଭିଡ ପରିସ୍ଥିତ ସଂପର୍କରେ ସମୀକ୍ଷା କରିବା ଅବସରରେ ମୁଖ୍ୟମନ୍ତ୍ରୀ ଏହା କହିଛନ୍ତି ।

ମୁଖ୍ୟମନ୍ତ୍ରୀଙ୍କ କୋଭିଡ ସମୀକ୍ଷା: ପରାମର୍ଶ ଦେଲେ, ତାଗିଦ କଲେ

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, କୋଭିଡ ବିରୁଦ୍ଧରେ ଲଢିବା ପାଇଁ ସବୁଠାରୁ ଶକ୍ତିଶାଳୀ ଅସ୍ତ୍ର ହେଉଛି କୋଭିଡ ଆଚରଣବିଧି । ଏହାର ଉପଯୁକ୍ତ ପାଳନ ସମସ୍ତଙ୍କ ପାଇଁ ଗୁରୁତ୍ବପୂର୍ଣ୍ଣ । ପିଲାମାନେ ଏପର୍ଯ୍ୟନ୍ତ ଟିକା ନେଇନାହାନ୍ତି । ତେଣୁ ସେମାନଙ୍କ ପାଇଁ ଆମକୁ ଅଧିକ ସତର୍କ ରହିବାକୁ ହେବ । କୋଭିଡ ନିୟମ ପାଳନରେ ଅବହେଳା ଯଦି ଦୃଷ୍ଟିକୁ ଆସେ, ତେବେ ଅନୁଷ୍ଠାନର ମୁଖ୍ୟ ଦାୟୀ ରହିବେ ବୋଲି ମୁଖ୍ୟମନ୍ତ୍ରୀ ସତର୍କ କରାଇ ଦେଇଛନ୍ତି । ପ୍ରଶାସନ ଏଥିପାଇଁ ସ୍ବତନ୍ତ୍ର ଚିମ୍‌ ଗଠନ କରି ଶିକ୍ଷାନୁଷ୍ଠାନ ଗୁଡିକ ନିୟମିତ ଭାବରେ ଅଚାନକ ଯାଞ୍ଚ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।

ସେହିପରି ହାଟ, ବଜାର, ଧର୍ମାନୁଷ୍ଠାନ, ସ୍ବାସ୍ଥ୍ୟ ପ୍ରତିଷ୍ଠାନ ଆଦି ଗୁଡିକ ଉପରେ ସତର୍କ ଦୃଷ୍ଟି ରଖିବା ଆବଶ୍ୟକ ରହିଛି । ସେଠାରେ କୋଭିଡ ନିୟମ କଡାକଡି ପାଳନ ଉପରେ ପ୍ରଶାସନ ଦୃଷ୍ଟି ରଖିବା ଲାଗି ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ସ୍ବାସ୍ଥ୍ୟକର୍ମୀ, ସ୍କୁଲ ଯାଉଥିବା ପିଲା, ଗର୍ଭବତୀ ମହିଳା, ସରକାରୀ କର୍ମଚାରୀ ଏବଂ ପୋଲିସ - ଏହି high risk groupର ନିୟମିତ ଭାବରେ ଟେଷ୍ଟିଂ ଜାରି ରଖିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି ।

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଏବେ କେତେକ କ୍ଷେତ୍ରରେ ସ୍ବାସ୍ଥ୍ୟକର୍ମୀଙ୍କ ଭିତରେ ସଂକ୍ରମଣ ନଜରକୁ ଆସୁଛି । ତେଣୁ ଉଭୟ ସରକାରୀ ଓ ବେସରକାରୀ କ୍ଷେତ୍ରରେ କାମ କରୁଥିବା ସ୍ବାସ୍ଥ୍ୟକର୍ମୀ ଓ ନମୁନା ସଂଗ୍ରହ କରୁଥିବା ସଦସ୍ୟଙ୍କୁ କୋଭିଡ ନିୟମ ସଂପର୍କରେ ସଚେତନ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି । ଡେଲ୍‌ଟା ଭାରିଏଣ୍ଟ ଅଧିକ ସଂକ୍ରମଣ କରୁଛି । ତେଣୁ Micro Contentment Zone କରି ନିରନ୍ତର ଦୃଷ୍ଟି ରଖିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି ।

ଯୋଗାଣରେ ବୃଦ୍ଧି ଘଟିଥିବାରୁ ଟୀକାକରଣରେ ମଧ୍ୟ ଉନ୍ନତି ଆସିଛି । ତେଣୁ ଯେପରି ସବୁ ଲୋକ ତାଙ୍କର ଦୁଇଟି ଯାକ ଡୋଜ ନିଶ୍ଚିତ ନେବେ, ତାହା ସୁନିଶ୍ଚିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ଆଗକୁ ପାର୍ବଣ ଋତୁ ଆସୁଛି । କେରଳରେ ଓନାମ୍‌ ପର୍ବ ପାଳନ ପରେ ସେଠାରେ ସଂକ୍ରମଣ ବୃଦ୍ଧି ହୋଇଛି । ପାର୍ବଣ ସମୟରେ ସମସ୍ତଙ୍କୁ ଅଧିକ ସତର୍କ ରହିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି । ପରିସ୍ଥିତିର ଗୁରୁତ୍ବକୁ ଉପଲବ୍‌ଧି କରିବା ପାଇଁ ସମସ୍ତଙ୍କୁ ନିବେଦନ କରିଛନ୍ତି । ଏହାଦ୍ବାରା ଆମେ ଭବିଷ୍ୟତରେ ଲକ୍‌ଡାଉନକୁ ଏଡାଇ ପାରିବା ଏବଂ ଲୋକଙ୍କ ଆର୍ଥିକ ଅବସ୍ଥାରେ କ୍ଷତି ହେବ ନାହିଁ ।

ପାର୍ବଣ ଋତୁ ସମୟରେ ଆମର ଦାୟିତ୍ବପୂର୍ଣ୍ଣ ବ୍ୟବହାର ହିଁ ତୃତୀୟ ଲହରକୁ ନିୟନ୍ତ୍ରଣ କରିବା ପାଇଁ ନିର୍ଣ୍ଣାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ତେଣୁ ସମସ୍ତଙ୍କୁ ମାସ୍କ ପିନ୍ଧିବା, ହାତ ଧୋଇବା, ସାମାଜିକ ଦୂରତା ରକ୍ଷା କରିବା ଏବଂ ଭିଡକୁ ନଯିବା ପାଇଁ ମୁଖ୍ୟମନ୍ତ୍ରୀ ଅନୁରୋଧ କରିଛନ୍ତି । ବର୍ତ୍ତମାନ ସାଧାରଣ ଲୋକଙ୍କ ସ୍ବାର୍ଥକୁ ଦୃଷ୍ଟିରେ ରଖି ଲକଡାଉନ କୋହଳ କରାଯାଇଛି । ହେଲେ ତାର ଅର୍ଥ ନୁହେଁ ଯେ ଆମେ ନିୟମ ପାଳନରେ ଢିଲା କରିବା । ତେଣୁ ଯଦି ଆବଶ୍ୟକ ପଡେ, ସାମୁହିକ ସ୍ବାର୍ଥ ଦୃଷ୍ଟିରୁ ରାଜ୍ୟ ସରକାର ପୁଣି ଥରେ ଲକଡାଉନ ପାଇଁ ବାଧ୍ୟ ହେବେ ବୋଲି ମୁଖ୍ୟମନ୍ତ୍ରୀ ସତର୍କ କରିଦେଇଛନ୍ତି ।

ବୈଠକରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶର ଅନୁପାଳନ ଉପରେ ଗୁରୁତ୍ବ ଦେଇଛନ୍ତି । ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ପି.କେ. ମହାପାତ୍ର ଓ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ପ୍ରମୁଖ ସଚିବ ସତ୍ୟବ୍ରତ ସାହୁ ବିଭାଗୀୟ କାର୍ଯ୍ୟକ୍ରମ ଉପରେ ଉପସ୍ଥାପନା ରଖିଛନ୍ତି । ପୋଲିସ ମହାନିର୍ଦ୍ଦେଶକ ଶ୍ରୀ ଅଭୟ ମଧ୍ୟ କୋଭିଡ ନିୟମ ଅନୁପାଳନ ଉପରେ ପୋଲିସର ପଦକ୍ଷେପ ଉପରେ ସୂଚନା ଦେଇଛନ୍ତି । ବି.ଏମ୍‌.ସି ଏବଂ ସି.ଏମ୍‌.ସିର କମିଶନର, ଦେବଗଡ ଓ ପୁରୀର ଜିଲ୍ଲାପାଳ ସେମାନଙ୍କ ଅଞ୍ଚଳର ପରିସ୍ଥିତି ଉପରେ ସୂଚନା ଦେଇଛନ୍ତି ।

ଭୁବନେଶ୍ବରରୁ ଭବାନୀ ଶଙ୍କର ଦାସ, ଇଟିଭି ଭାରତ

Last Updated : Sep 7, 2021, 10:42 PM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.