ETV Bharat / city

Covid-19 Review: 10ଦିନ ମଧ୍ୟରେ କୋଭିଡ ହସ୍ପିଟାଲ ପ୍ରସ୍ତୁତ ରଖିବାକୁ ନିର୍ଦ୍ଦେଶ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନଫରେନସିଂ ଯୋଗେ ରାଜ୍ୟର କୋଭିଡ ସ୍ଥିତିର ସମୀକ୍ଷା (Odisha CM Naveen Patnaik reviews COVID19 situation) କରିଛନ୍ତି । କୋଭିଡ ପ୍ରସ୍ତୁତିକୁ ତରାନ୍ବିତ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଅଧିକ ପଢନ୍ତୁ

author img

By

Published : Jan 4, 2022, 7:42 PM IST

CM Patnaik COVID19  review
CM Patnaik COVID19 review

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନଫରେନସିଂ ଯୋଗେ ରାଜ୍ୟର କୋଭିଡ ସ୍ଥିତିର ସମୀକ୍ଷା (Odisha CM Naveen Patnaik reviews COVID19 situation of state ) କରିଛନ୍ତି । କୋଭିଡ ପ୍ରସ୍ତୁତିକୁ ତରାନ୍ବିତ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଆସନ୍ତା ୧୦ ଦିନ ମଧ୍ୟରେ ରାଜ୍ୟର ସରକାରୀ ତଥା ବେସରକାରୀ ସମସ୍ତ କୋଭିଡ ହସ୍ପିଟାଲ ଗୁଡିକୁ ପ୍ରସ୍ତୁତ କରି ରଖିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।

ଏହାସହ ବିଭିନ୍ନ ବିଭାଗର ମୁଖ୍ୟ ପଦାଧିକାରୀ ଓ ଜିଲ୍ଲାପାଳ ମାନଙ୍କ ସହିତ କୋଭିଡ ମୁକାବିଲା ସଂପର୍କରେ ସମୀକ୍ଷା କରି ଏହି ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।

ଦ୍ବିତୀୟ ଲହରୀର ସର୍ବୋଚ୍ଚ ସ୍ତରରେ ଯେତିକି ଶଯ୍ୟା ଓ ଆଇସିୟୁର ଆବଶ୍ୟକତା ହୋଇଥିଲା, ଅତି କମରେ ସେତିକି ପରିମାଣର ଶଯ୍ୟା ଓ ଆଇସିୟୁ ପ୍ରସ୍ତୁତ କରି ରଖିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଜନସାଧାରଣଙ୍କ ଟିକାକରଣ ଲକ୍ଷ୍ୟ ପୂରଣ ପାଇଁ କ୍ୟାମ୍ପେନ ମୋଡରେ କାମ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି । ୧୫ ରୁ ୧୮ ବର୍ଷ ବର୍ଗର ପିଲାମାନଙ୍କ ଟିକାକରଣ ଉପରେ ପ୍ରାଥମିକତା ଦେବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି । ଭୂତାଣୁ ସଂକ୍ରମଣକୁ କମ କରିବା ପାଇଁ ଆମକୁ ଉଚିତ ମାତ୍ରାରେ କଟକଣା ଜାରି କରିବାକୁ ପଡିବ । ତେବେ ଏଥିରେ ଯେପରି ଜନସାଧାରଣଙ୍କର ଜୀବିକା ଉପରେ କୌଣସି ପ୍ରଭାବ ନ ପଡେ, ସେଥିପ୍ରତି ଧ୍ୟାନ ଦେବାକୁ ମଧ୍ୟ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି ।

ମୁଖ୍ୟମନ୍ତ୍ରୀ କହିଛନ୍ତି ସାରା ଦେଶରେ ଓମିକ୍ରନ ଭାରିଆଣ୍ଟ ଦ୍ରୁତ ଗତିରେ ସଂକ୍ରମଣ କରୁଛି । ଅଳ୍ପ ଦିନ ମଧ୍ୟରେ ରୋଗୀଙ୍କ ସଂଖ୍ୟା ଦୁଇ ଗୁଣ ହୋଇଯାଉଛି । ଦେଶରେ ଖୁବ ଶୀଘ୍ର ଲକ୍ଷ ଲକ୍ଷ ସଂଖ୍ୟାରେ କୋଭିଡ ରୋଗୀ ସଂକ୍ରମଣ ଦେଖା ଦେଇପାରେ । ଓଡିଶାରେ ମଧ୍ୟ ଓମିକ୍ରନ ରୋଗୀଙ୍କ ସଂଖ୍ୟା ବଢିବା ଆରମ୍ଭ ହୋଇଛି । ତେଣୁ ଜନସାଧାରଣଙ୍କୁ ବିଶେଷ ଅସୁବିଧାରେ ନ ପକାଇ କୋଭିଡର ଉତ୍ତମ ପରିଚାଳନା ପାଇଁ ଆମକୁ ତୁରନ୍ତ ପଦକ୍ଷେପ ନେବାକୁ ପଡିବ ବୋଲି ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି । ଗତ ସପ୍ତାହ ସମୀକ୍ଷା ବୈଠକରେ କେତେକ ପ୍ରସ୍ତୁତିକୁ ଯୁଦ୍ଧକାଳୀନ ଭିତ୍ତିରେ କାର୍ଯ୍ୟକାରୀ କରିବାପାଇଁ ନିଷ୍ପତ୍ତି ହୋଇଥିଲା । ଏଗୁଡିକର କାର୍ଯ୍ୟାନ୍ବୟନ ପାଇଁ ମୁଖ୍ୟ ଶାସନ ସଚିବ ପ୍ରତିଦିନ ସମୀକ୍ଷା ବୈଠକ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି । ଗତ ଲହର ସମୟରେ ଅକ୍ସିଜେନ ପରିଚାଳନା, ସୂଚନା ଅଭିଯାନ, ଟ୍ରେନିଂ ମଡ୍ୟୁଲ ଆଦି ବ୍ୟବସ୍ଥା କରିବା ପାଇଁ ବରିଷ୍ଠ ଅଧିକାରୀମାନଙ୍କୁ ଦାୟିତ୍ବ ଦିଆଯାଇଥିଲା । ବର୍ତ୍ତମାନ ପୁଣି ଅଧିକାରୀ ମାନଙ୍କର ବିଭିନ୍ନ ମନିଟରିଂ ଗ୍ରୁପ ଓ ଜିଲ୍ଲାସ୍ତରୀୟ ଅବଜରଭର ବ୍ୟବସ୍ଥାକୁ ପୁନଃ କାର୍ଯ୍ୟକ୍ଷମ କରିବା ପାଇଁ ମଧ୍ୟ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି ।

ଯେହେତୁ ଏହି ଲହରରେ ସଂକ୍ରମଣ ଦ୍ରୁତ ଗତିରେ ବ୍ୟାପିବାର ସମ୍ଭାବନା ରହିଛି, ତେଣୁ ସବୁ ବ୍ୟବସ୍ଥା ତୁରନ୍ତ କାର୍ଯ୍ୟକାରୀ କରିବାର ଆବଶ୍ୟକତା ଅଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ସତର୍କ ରହିବା ସହିତ ସମସ୍ତ କୋଭିଡ ନିୟମକୁ ପାଳନ କରିବା ଏବଂ ଦାୟିତ୍ବରେ ଥିବା ଅଧିକାରୀଙ୍କୁ ସହଯୋଗ କରିବା ପାଇଁ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କୁ ନିବେଦନ କରିଛନ୍ତି । ବୈଠକରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର କହିଛନ୍ତି ଯେ, ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଅନୁଯାୟୀ ପଦକ୍ଷେପ ନେବା ପାଇଁ ସମସ୍ତ ସଂପୃକ୍ତ ପଦାଧିକାରୀ ଓ ଜିଲ୍ଲାପାଳ ମାନଙ୍କୁ ନିର୍ଦ୍ଦେଶ ଦିଆଯିବ । ବରିଷ୍ଠ ଅଧିକାରୀମାନେ ଜିଲ୍ଲାକୁ ଗସ୍ତ କରି ଜିଲ୍ଲାସ୍ତରରେ ପରିସ୍ଥିତିର ସମୀକ୍ଷା କରି ଆବଶ୍ୟକ ପଦକ୍ଷେପ ନେବା ପାଇଁ ବ୍ୟବସ୍ଥା କରିବେ । ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଆର କେ ଶର୍ମା ରାଜ୍ୟ ସରକାରଙ୍କ ପ୍ରସ୍ତୁତି ସଂପର୍କରେ ଏକ ଉପସ୍ଥାପନା ରଖିଥିଲେ । ସେ କହିଛନ୍ତି ଓଡିଶାରେ ଓମିକ୍ରନର ସଂକ୍ରମଣ ସଂପର୍କରେ ସତର୍କ ଦୃଷ୍ଟି ରଖାଯାଇଛି । ବିଦେଶାଗତ ଲୋକମାନଙ୍କର ନିୟମିତ ପରୀକ୍ଷା କରାଯାଉଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଖୁବଶୀଘ୍ର ଚିକିତ୍ସା ପ୍ରୋଟୋକଲ (Treatment Protocol) ପ୍ରସ୍ତୁତ କରାଯିବ ବୋଲି କହିଛନ୍ତି ।

ସେହିପରି ପୋଲିସ ଡିଜି ସୁନିଲ କୁମାର ବଂଶଲ କହିଛନ୍ତି ଯେ, ରାଜ୍ୟରେ ଲୋକଙ୍କ ସହଯୋଗରେ କଟକଣା ଗୁଡିକର ଅନୁପାଳନ କରାଯାଉଛି । ଆଗାମୀ ଦିନରେ ଏହାକୁ ଆହୁରି ଜୋରଦାର କରାଯିବ । ଏହି ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ତଥା ୫-ଟି ସଚିବ ଭିକେ ପାଣ୍ଡିଆନଙ୍କ ସମେତ ସୁନ୍ଦରଗଡ, ବଲାଙ୍ଗୀର, ଗଞ୍ଜାମ ଓ ବାଲେଶ୍ବର ଜିଲ୍ଲାର ଜିଲ୍ଲାପାଳ ତଥା ବିଏମସି ଓ ସିଏମସିର କମିଶନର ମାନେ ସେମାନଙ୍କ ଅଞ୍ଚଳରେ ନିଆଯାଉଥିବା ବିଭିନ୍ନ ପଦକ୍ଷେପ ଓ ପ୍ରସ୍ତୁତି ସଂପର୍କରେ ସୂଚନା ଦେଇଥିଲେ । ଏହାସହ ବିଭିନ୍ନ ବିଭାଗର ପ୍ରମୁଖ ସଚିବ ଓ ଯୁଗ୍ମ ସଚିବ ମାନେ ସାମିଲ ହୋଇଥିଲେ ।

ଭୁବନେଶ୍ବରରୁ ଭବାନୀ ଶଙ୍କର ଦାସ , ଇଟିଭି ଭାରତ

For All Latest Updates

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.