ETV Bharat / city

Odisha Flood Fury: ବନ୍ୟା ବିପନ୍ନଙ୍କ ପାଇଁ ସହାୟତ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଆକାଶ ମାର୍ଗରୁ କେନ୍ଦ୍ରାପଡା ଜିଲ୍ଲାର ଲୁଣା, ଚିତ୍ରୋତ୍ପଳା ନଦୀର ଦ୍ୱୀପାଞ୍ଚଳ, ମହାନଦୀର ଶାଖା ପାଇକା ନଦୀର ଦ୍ୱୀପାଞ୍ଚଳ, ଜଗତସିଂହପୁର ଜିଲ୍ଲାର କୁଜଙ୍ଗ, ନାଉଗାଁ ଓ ପୁରୀ ଜିଲ୍ଲାର ଗୋପ, ନିମାପଡା, ଅସ୍ତରଙ୍ଗ, ଡେଲାଙ୍ଗ, ପିପିଲି, କଣାସର ତଳିଆ ଅଞ୍ଚଳ ପରିଦର୍ଶନ କରି ବନ୍ୟା ପରିସ୍ଥିତି ଅନୁଧ୍ୟାନ କରିଛନ୍ତି । ଅଧିକ ପଢନ୍ତୁ

Etv Bharat
Etv Bharat
author img

By

Published : Aug 18, 2022, 5:35 PM IST

Updated : Aug 18, 2022, 5:48 PM IST

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ (Odisha CM Naveen Patnaik) ଆଜି ଆକାଶ ମାର୍ଗରୁ କେନ୍ଦ୍ରାପଡା ଜିଲ୍ଲାର ଲୁଣା, ଚିତ୍ରୋତ୍ପଳା ନଦୀର ଦ୍ୱୀପାଞ୍ଚଳ, ମହାନଦୀର ଶାଖା ପାଇକା ନଦୀର ଦ୍ୱୀପାଞ୍ଚଳ, ଜଗତସିଂହପୁର ଜିଲ୍ଲାର କୁଜଙ୍ଗ, ନାଉଗାଁ ଓ ପୁରୀ ଜିଲ୍ଲାର ଗୋପ, ନିମାପଡା, ଅସ୍ତରଙ୍ଗ, ଡେଲାଙ୍ଗ, ପିପିଲି, କଣାସର ତଳିଆ ଅଞ୍ଚଳ ପରିଦର୍ଶନ କରି ବନ୍ୟା ପରିସ୍ଥିତି ଅନୁଧ୍ୟାନ କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ସହିତ 5T ସଚିବ ଭିକେ ପାଣ୍ଡିଆନ ମଧ୍ୟ୍ୟ ବନ୍ୟାଞ୍ଚଳ ପରିଦର୍ଶନରେ ଯାଇଥିଲେ । ବନ୍ୟାଞ୍ଚଳରୁ ଫେରିବା ପରେ ମୁଖ୍ୟମନ୍ତ୍ରୀ କ୍ଷତିଗ୍ରସ୍ତ ଅଞ୍ଚଳ ପାଇଁ ରିଲିଫ ସହାୟତା ଘୋଷଣା କରିଛନ୍ତି ।

Odisha Flood Fury: ବନ୍ୟା ବିପନ୍ନଙ୍କ ପାଇଁ ସହାୟତ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀଙ୍କ ବନ୍ୟା ସହାୟତ ଘୋଷଣା

ବନ୍ୟା ପ୍ରଭାବିତ ଅଞ୍ଚଳରେ ଚାଲିଥିବା ସମସ୍ତ ପ୍ରକାର ସହାୟତା ଯଥା, ରିଲିଫ ଓ ରନ୍ଧା ଖାଦ୍ୟ ଯୋଗାଣ, ସ୍ୱାସ୍ଥ୍ୟସେବା, ପାନୀୟଜଳ ଯୋଗାଣକୁ ତ୍ୱରାନ୍ୱିତ କରିବା ସହିତ ପ୍ରଭାବିତ ଗୋରୁ ଗାଈମାନଙ୍କୁ ଆବଶ୍ୟକୀୟ ଗୋଖାଦ୍ୟ ଓ ପଶୁଚିକିତ୍ସା ଯୋଗାଇଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।

ବନ୍ୟା ବିପନ୍ନଙ୍କ ପାଇଁ ସହାୟତ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଏହାସହ ଖୋର୍ଦ୍ଧା , ପୁରୀ, କଟକ, କେନ୍ଦ୍ରାପଡା ଓ ଜଗତସିଂହପୁର ଜିଲ୍ଲା ଯେଉଁ ଗାଁ ମାନଙ୍କରେ ପାଣି ପଶିଛି ସେଠାରେ ବିପନ୍ନ ଲୋକ ମାନଙ୍କୁ 15 ଦିନ ପର୍ଯ୍ୟନ୍ତ ରିଲିଫ ସହାୟତା ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି ।

ସେହିପରି ପଶ୍ଚିମ ଓଡିଶାର ସମ୍ବଲପୁର, ବରଗଡ, ସୋନପୁର, ବୌଦ୍ଧ ଓ ଅନୁଗୁଳ ଜିଲ୍ଲାର ପାଣି ପଶିଥିବା ଗାଁର ଲୋକମାନଙ୍କୁ ସାତ ଦିନ ପାଇଁ ରିଲିଫ ଦିଆଯିବ ।

ଏତତ ବ୍ୟତୀତ ପାଣି ଛାଡିବାର ସାତ ଦିନ ମଧ୍ୟ୍ୟରେ କ୍ଷୟକ୍ଷତି ଆକଳନ କରାଯାଇ ପରବର୍ତ୍ତୀ 15 ଦିନ ମଧ୍ୟରେ ଘରଭଙ୍ଗା ଓ ଫସଲ ଜନିତ କ୍ଷତି ପୂରଣ ଦିଆଯିବ । ଏନେଇ ମୁଖ୍ୟମନ୍ତ୍ରୀ ସମସ୍ତ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି ।

ଇଟିଭି ଭାରତ, ଭୁବନେଶ୍ବର

Last Updated : Aug 18, 2022, 5:48 PM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.