ETV Bharat / city

Naveen Visit Delhi: ୪ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

author img

By

Published : Jul 22, 2022, 4:45 PM IST

ଆସନ୍ତାକାଲିଠାରୁ ୪ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ୨୫ ତାରିଖରେ ରାଷ୍ଟ୍ରପତିଙ୍କ ଶପଥ ପାଠ ଉତ୍ସବରେ ଯୋଗଦେବେ ମୁଖ୍ୟମନ୍ତ୍ରୀ । ଏହାପରେ ସେ ବିଭିନ୍ନ କେନ୍ଦ୍ରମନ୍ତ୍ରୀଙ୍କୁ ଭେଟି ୨୬ରେ ଓଡିଶା ଫେରିବେ । ଅଧିକ ପଢନ୍ତୁ

ନବ ନିର୍ବାଚିତ ରାଷ୍ଚ୍ରପତିଙ୍କ ଶପଥ ପାଠ ଉତ୍ସବରେ ଯୋଗଦେବେ ନବୀନ

ଭୁବନେଶ୍ବର: ଆସନ୍ତାକାଲିଠାରୁ ୪ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ୨୫ ତାରିଖରେ ରାଷ୍ଟ୍ରପତିଙ୍କ ଶପଥ ପାଠ ଉତ୍ସବରେ ଯୋଗଦେବେ ମୁଖ୍ୟମନ୍ତ୍ରୀ । ଦିଲ୍ଲୀଗସ୍ତ ଅବସରରେ ସେ ବିଭିନ୍ନ କେନ୍ଦ୍ରମନ୍ତ୍ରୀଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି । ଏହାପରେ ୨୬ ତାରିଖରେ ଓଡିଶା ଫେରିବେ ନବୀନ । ଏନେଇ ଗସ୍ତ କାର୍ଯ୍ୟକ୍ରମ ଚୂଡାନ୍ତ ହୋଇଛି ।

ଆସନ୍ତା ୨୫ ତାରିଖରେ ରାଷ୍ଟ୍ରପତି ଭାବେ ଶପଥ ନେବେ ଦ୍ରୌପଦୀ ମୁର୍ମୁ । ଏହି କାର୍ଯ୍ୟକ୍ରମରେ ସାମିଲ ହେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେଥିପାଇଁ ଆସନ୍ତାକାଲି ଦିଲ୍ଲୀ ଯିବେ ନବୀନ । ୪ ଦିନିଆ ଦିଲ୍ଲୀ ଗସ୍ତରେ ଯାଇ ବିଭିନ୍ନ କାର୍ଯ୍ୟକ୍ରମରେ ସାମିଲ ହେବେ ନବୀନ । ଏନଡିଏ ଦ୍ରୌପଦୀ ମୁର୍ମୁଙ୍କୁ ରାଷ୍ଟ୍ରପତି ପ୍ରାର୍ଥୀ କରିବା ପରେ ବିଜେଡି ତାଙ୍କୁ ସହଯୋଗ କରିବ ବୋଲି ଘୋଷଣା କରିଥିଲା । ଦଳମତ ନିର୍ବିଶେଷରେ ସବୁ ଦଳ ଓଡିଆ ଝିଅଙ୍କୁ ଭୋଟ୍ ଦେବାକୁ ମଧ୍ୟ ଆହ୍ୱାନ କରିଥିଲେ ନବୀନ ପଟ୍ଟନାୟକ ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.