ETV Bharat / city

୧୨ ଘଣ୍ଟାରେ ଆଉ ଏକ ଲଘୁଚାପ: ୨୧ ଯାଏଁ ବର୍ଷିବ, ୩ ଜିଲ୍ଲାକୁ ସତର୍କ ଘଣ୍ଟି

author img

By

Published : Sep 18, 2021, 12:24 PM IST

ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଯୋଗୁଁ ରାଜ୍ୟରେ ଆଉ ଏକ ଲଘୁଚାପ ହୋଇପାରେ ବୋଲି ସୂଚନା ମିଳିଛି । ଅଧିକ ପଢନ୍ତୁ...

ରାଜ୍ୟରେ ଆସୁଛି ଆଉ ଏକ ଲଘୁଚାପ, ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର: ବଙ୍ଗୋପସାଗରର ପୂର୍ବକେନ୍ଦ୍ରୀୟ ଓ ଏହାର ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହାଫଳରେ ପଶ୍ଚିମ ଓ ଉତ୍ତର ପଶ୍ଚିମ ଦିଗରେ ଗତି କରିବା ନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ଆସନ୍ତା ୧୨ ଘଣ୍ଟାରେ ଉତ୍ତର ଓଡିଶା ଓ ପଶ୍ଚିମବଙ୍ଗ ଉପକୂଳ ଛୁଇଁବା ନେଇ ସମ୍ଭାବନା ଥିବା କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।

ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଆଜି(ଶନିବାର) ପୂର୍ବକେନ୍ଦ୍ରୀୟ ଓ ଏହାର ଆଖପାଖ ଉତ୍ତରପୂର୍ବ ବଙ୍ଗୋପସାଗରରେ ସମୁଦ୍ର ପତ୍ତନ ଠାରୁ ଲମ୍ବିଛି । ଯାହା ଆସନ୍ତା ୧୨ ଘଣ୍ଟା ମଧ୍ୟରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରି ଉତ୍ତର ଓଡି଼ଶା ଓ ପଶ୍ଚିମବଙ୍ଗ ଉପକୂଳରେ ପହଞ୍ଚିବା ନେଇ ପାଣିପାଗ ବିଜ୍ଞାନ କେନ୍ଦ୍ର ଆକଳନ କରିଛି । ଏହାସହ ମନସୁନ୍ ଟ୍ରଫଲାଇନ ମଧ୍ୟ ସକ୍ରିୟ ରହିଥିବା ଜଣାପଡ଼ିଛି ।

ତେବେ ଏସବୁ ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ କୌଣସି ଭାରି ବର୍ଷାର ସତର୍କ ସୂଚନା ନଥିବା ବେଳେ ଉତ୍ତର ଆଭ୍ୟନ୍ତରୀଣ ଓଡି଼ଶାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । ତେବେ ଶନିବାରଠାରୁ ପାଗରେ ପରିବର୍ତ୍ତନ ହେବା ସହ ଭଦ୍ରକ, ବାଲେଶ୍ବର ଓ ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି କେନ୍ଦ୍ର । ଆସନ୍ତା ୨୧ ତାରିଖ ସକାଳ ପର୍ଯ୍ୟନ୍ତ ଏପରି ବିଭିନ୍ନ ଜିଲ୍ଲାରେ ବିକ୍ଷିପ୍ତ ଭାବେ ପ୍ରବଳ ବର୍ଷା ସମ୍ଭାବନା ରହିଛି ।

ଭୁବନେଶ୍ବରରୁ ସଞ୍ଜୀବ କୁମାର ରାୟ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.