ଭୁବନେଶ୍ବର: ରାଜ୍ୟର ବନ୍ୟାଞ୍ଚଳ ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ (Naveen Patnaik to conduct aerial survey ) । ୫ ଜିଲ୍ଲାର ସ୍ଥିତି କଲେ ଅନୁଧ୍ୟାନ ।
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆକାଶ ମାର୍ଗରୁ ଆଜି ୫ ଜିଲ୍ଲାର ବନ୍ୟାସ୍ଥିତି ଅନୁଧ୍ୟାନ କରିଛନ୍ତି । ଖୋର୍ଦ୍ଧା, ପୁରୀ, କଟକ, ଜଗତସିଂହପୁର ଓ କେନ୍ଦ୍ରାପଡା ଜିଲ୍ଲାର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କରିଛନ୍ତି ।
- ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳରେ ୧୫ ଦିନ ଦିଆଯିବ ରିଲିଫ୍
- ପାଣି ଛାଡିବାର ୭ ଦିନ ମଧ୍ୟରେ କ୍ଷୟକ୍ଷତି ଆକଳନ
- ଏହାର ୧୫ ଦିନ ମଧ୍ୟରେ ସହାୟତା ଯୋଗାଯିବ
- ଫସଲହାନୀ, ଘରଭଙ୍ଗା ସହାୟତା ପ୍ରଦାନ କରାଯିବ
- ବନ୍ୟା ପ୍ରଭାବିତ ଅଂଚଳ ଗସ୍ତ କରି ଅନୁଧ୍ୟାନ ପରେ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା