ETV Bharat / city

Corrupt Officer: ଅତିରିକ୍ତ SP ତ୍ରିନାଥ ମିଶ୍ରଙ୍କୁ ବାଧ୍ୟତାମୂଳକ ଅବସର

author img

By

Published : Feb 21, 2022, 1:10 PM IST

ଦୁର୍ନୀତିଗ୍ରସ୍ତ ଓ ଅପାରଗଙ୍କ ବିରୁଦ୍ଧରେ ମୁଖ୍ୟମନ୍ତ୍ରୀଙ୍କ କଠୋର ଆଭିମୁଖ୍ୟ ଜାରି । କଟକ ତୁଳସୀପୁରସ୍ଥିତ ଅତିରିକ୍ତ ଏସପି ତ୍ରିନାଥ ମିଶ୍ରଙ୍କୁ ବାଧ୍ୟତାମୂଳକ ଅବସର । ଅଧିକ ପଢନ୍ତୁ

Corrupt Officer: ଅତିରିକ୍ତ SP ତ୍ରିନାଥ ମିଶ୍ରଙ୍କୁ ସରକାରଙ୍କ ବାଧ୍ୟତାମୂଳକ ଅବସର

ଭୁବନେଶ୍ବର: ଦୁର୍ନୀତି ପଡିଲା ମହଙ୍ଗା । ବିଭାଗୀୟ ପରେ ଏବେ ସରକାରୀ କାର୍ଯ୍ୟାନୁଷ୍ଠାନ । ଅତିରିକ୍ତ SP ତ୍ରିନାଥ ମିଶ୍ରଙ୍କୁ ବାଧ୍ୟତାମୂଳକ ଅବସର । ତ୍ରିନାଥଙ୍କୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି ରାଜ୍ୟ ସରକାର । ଏପର୍ଯ୍ୟନ୍ତ ୧୫୨ ଅଧିକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନେଇସାରିଲେଣି ରାଜ୍ୟ ସରକାର ।

ଦୁର୍ନୀତିଗ୍ରସ୍ତ ଓ ଅପାରଗଙ୍କ ବିରୁଦ୍ଧରେ ମୁଖ୍ୟମନ୍ତ୍ରୀଙ୍କ କଠୋର ଆଭିମୁଖ୍ୟ ଜାରି ରହିଛି । ରାଜ୍ୟ ସରକାରଙ୍କ ଏହି ଆଭିମୁଖ୍ୟ ଅନୁଯାୟୀ ଏବେ କଟକ ତୁଳସୀପୁରସ୍ଥିତ ଅତିରିକ୍ତ ଏସପି (ଯୋଗାଯୋଗ) ତ୍ରିନାଥ ମିଶ୍ରଙ୍କୁ ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଚାକିରୀରୁ ବାଧ୍ୟତାମୂଳକ ଅବସର ଦିଆଯାଇଛି । ବିଭିନ୍ନ ସ୍ତରରୁ ଅଭିଯୋଗ ଆସିବା ପରେ କଟକ, ଖୋର୍ଦ୍ଧା, ଯାଜପୁର, ଜଗତସିଂହପୁର ଓ ନବରଙ୍ଗପୁର ଆଦି ଜିଲ୍ଲାର ୧୧ଟି ସ୍ଥାନରେ ଥିବା ତାଙ୍କର ବିଭିନ୍ନ ସମ୍ପତ୍ତି ଉପରେ ଏକା ସମୟରେ ଯାଞ୍ଚ କରାଯାଇଥିଲା ।

ଏହି ଯାଞ୍ଚରୁ ବିପୁଳ ପରିମାଣରେ ସମ୍ପତ୍ତି ଥିବାର ଜଣାଯାଇଥିଲା । ତାଙ୍କ ପାଖରୁ ସମୁଦାୟ ପ୍ରାୟ ୯ କୋଟି ଟଙ୍କାର ସ୍ଥାବର ଓ ଅସ୍ଥାବର ସମ୍ପତ୍ତି ମିଳିଥିଲା । ତ୍ରିନାଥଙ୍କୁ ମିଶାଇ ବର୍ତ୍ତମାନ ସୁଦ୍ଧା ୧୫୨ ଜଣ ଅଧିକାରୀଙ୍କୁ ଚାକିରୀରୁ ବହିଷ୍କାର ବା ବାଧ୍ୟତାମୂଳକ ଅବସର ଦିଆଯାଇଛି । ଦୁର୍ନୀତି ଅଭିଯୋଗରେ ବାଧ୍ୟତାମୂଳକ ଅବସର ଦିଆଯିବାରେ ତ୍ରିନାଥ ହେଉଛନ୍ତି ଅନ୍ୟତମ ବରିଷ୍ଠ ଅଧିକାରୀ ।

ଭୁବନେଶ୍ବରରୁ ଭବାନୀ ଶଙ୍କର ଦାସ, ଇଟିଭି ଭାରତ

For All Latest Updates

TAGGED:

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.