ETV Bharat / city

ବାଜିଲା 5T ଛାଟ, ବିଦା ହେଲେ 5 ଅଧିକାରୀ

author img

By

Published : Feb 8, 2022, 3:07 PM IST

ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୋଧରେ ପୁଣି କଡା କାର୍ଯ୍ୟାନୁଷ୍ଠାନ ନିଆଯାଇଛି । ରାଜ୍ୟ ସରକାର ୫ ଜଣ ଅଧିକାରୀଙ୍କୁ ପୁଣି ବାଧ୍ୟତାମୂଳକ ଅବସର ଦେଇଛନ୍ତି । ଅଧିକ ପଢନ୍ତୁ

ବାଜିଲା 5T ଛାଟ, ବିଦା ହେଲେ 5 ଅଧିକାରୀ
ବାଜିଲା 5T ଛାଟ, ବିଦା ହେଲେ 5 ଅଧିକାରୀ

ଭୁବନେଶ୍ବର: ଦୁର୍ନୀତିଗ୍ରସ୍ତ ଓ ଅପାରଗଙ୍କ ବିରୁଦ୍ଧରେ ମୁଖ୍ୟମନ୍ତ୍ରୀଙ୍କ କଠୋର ଆଭିମୁଖ୍ୟ ଜାରି । ୫ ଜଣ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି ସରକାର । ବିଦା ହେବା ତାଲିକାରେ ଇଞ୍ଜିନିୟର, CDPO, ଅଙ୍ଗନୱାଡି ସୁପରଭାଇଜର, ପୋଲିସ ଇନ୍ସପେକ୍ଟର, ରେଭିନ୍ୟୁ ସୁପରଭାଇଜର ଅନ୍ତର୍ଭୁକ୍ତ । ଏହା ପୂର୍ବରୁ ୧୪୬ ଅଧିକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି ରାଜ୍ୟ ସରକାର ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସାଧାରଣ ଜୀବନରେ କ୍ଷେତ୍ରରେ ଉଚ୍ଚ ନୈତିକ ମୂଲ୍ୟବୋଧ ଓ ସାଧୁତା ବଜାୟ ରଖିବା ଉପରେ ସବୁବେଳେ ଗୁରୁତ୍ବ ଦେଇଆସିଛନ୍ତି । ଅପାରଗ ତଥା ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୁଦ୍ଧରେ ମଧ୍ୟ ସବୁବେଳେ ଶୂନ୍ୟ ସହିଷ୍ଣୁତା ଆଭିମୁଖ୍ୟ ଉପରେ ଜୋର ଦେଇଆସିଛନ୍ତି । ଜନସାଧାରଣଙ୍କୁ ସ୍ବଚ୍ଛ, ଦକ୍ଷ ଏବଂ ଉତ୍ତରଦାୟୀ ପ୍ରଶାସନ ମାଧ୍ୟମରେ ଉତ୍ତମ ସେବା ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିରନ୍ତର ପ୍ରଚେଷ୍ଟା ଜାରି ରଖିଛନ୍ତି ।

ରାଜ୍ୟ ସରକାରଙ୍କ ଏହି ଆଭିମୁଖ୍ୟ ଅନୁଯାୟୀ ଏବେ ଆଉ ୫ ଜଣ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି ଏବଂ ଏଥିରେ ବିଭିନ୍ନ କ୍ଷେତ୍ରରେ ଅଧିକାରୀ, ଯେପରିକି ଇଞ୍ଜିନିୟର, ସିଡିପିଓ, ଅଙ୍ଗନୱାଡି ସୁପରଭାଇଜର, ପୋଲିସ ଇନ୍ସପେକ୍ଟର, ରେଭେନ୍ୟୁ ସୁପରଭାଇଜର ପ୍ରମୁଖ ରହିଛନ୍ତି । ଏହି ୫ ଜଣଙ୍କ ମଧ୍ୟରୁ ମୟୂରଭଞ୍ଜ ଜିଲ୍ଲା ବାରିପଦା ITDAର ଆସିଷ୍ଟାଣ୍ଟ ଇଞ୍ଜିନିୟର ସନ୍ତୋଷ କୁମାର ଦାସଙ୍କ ନାମରେ ଗୋଟିଏ ଦୁର୍ନୀତି ଅଭିଯୋଗ ରହିଛି । ତାଙ୍କ ବିରୋଧରେ ୨.୮୦ କୋଟି ଟଙ୍କାର ଆୟ ବହିର୍ଭୁତ ସମ୍ପତ୍ତି ରହିଛି ।

ସେଥିପାଇଁ ତାଙ୍କୁ ଗିରଫ କରାଯାଇ କୋର୍ଟ ଚାଲାଣ କରାଯାଇଥିଲା । ଏହି ଆୟ ବହିର୍ଭୁତ ସମ୍ପତ୍ତି ମଧ୍ୟରେ ୪୧.୭୭ ଲକ୍ଷ ଟଙ୍କା ତାଙ୍କ ଘରୁ ନଗଦ ଜବତ କରାଯାଇଥିଲା । ତାଙ୍କର ଭୁବନେଶ୍ବର ବରଗଡରେ ଏକ ଦୁଇତାଲା ବିଶିଷ୍ଟ ଘର, ଶୈଳଶ୍ରୀ ବିହାରରେ ଏକ ଫ୍ଲାଟ୍, କଳିଙ୍ଗ ବିହାରରେ ଏକ ଅର୍ଦ୍ଧନିର୍ମିତ ବିଲ୍ଡିଂ ରହିଛି । ଏହା ସହିତ ବାଲେଶ୍ବରରେ ୩ଟି ପ୍ଲଟ୍ ମଧ୍ୟ ଅଛି । ଅପାରଗତା, ଅସାଧୁତା ଓ ଆର୍ଥିକ ଅନିୟମିତତା ଯୋଗୁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି ।

ଜଗତସିଂହପୁର ଜିଲ୍ଲା ବାଲିକୁଦାର ଗୋଷ୍ଠୀ ଉନ୍ନୟନ ପ୍ରକଳ୍ପ ଅଧିକାରୀ (ସିଡିପିଓ) ସରଳା ଦେଇଙ୍କ ନାମରେ ଗୋଟିଏ ଦୁର୍ନୀତି ଅଭିଯୋଗ ରହିଛି । ୨୦ ହଜାର ଟଙ୍କା ଲାଞ୍ଚ ଦାବି କରି ଗ୍ରହଣ କରୁଥିବା ବେଳେ ଦୁର୍ନୀତି ନିବାରଣ ବିଭାଗ ଧରିଛି । ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ୧୪୬ ଜଣ ଅଧିକାରୀଙ୍କୁ ଚାକିରୀରୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି ରାଜ୍ୟ ସରକାର। ଜଗତସିଂହପୁର ବାଲିକୁଦାର ଗୋଷ୍ଠୀ ଉନ୍ନୟନ ପ୍ରକଳ୍ପ ଅଧିକାରୀ (ସିଡିପିଓ) ସରଳା ଦେଇଙ୍କ ନାମରେ ଗୋଟିଏ ଦୁର୍ନୀତି ଅଭିଯୋଗ ରହିଛି ।

୨୦ ହଜାର ଟଙ୍କା ଲାଞ୍ଚ ଦାବି କରି ଗ୍ରହଣ କରୁଥିବାବେଳେ ଦୁର୍ନୀତି ନିବାରଣ ବିଭାଗ ଦ୍ବାରା ଧରା ପଡିଥିଲେ। ଦୁର୍ନୀତି ନିବାରଣ ବିଭାଗର ଅନୁସନ୍ଧାନରୁ ଜଣାପଡ଼ିଛି ଯେ ତାଙ୍କର ଭୁବନେଶ୍ବରରେ ୫ଟି ପ୍ଲଟ, ପିପିଲିରେ ଗୋଟିଏ ପ୍ଲଟ ଓ ଜଗତସିଂହପୁରରେ ୨ଟି ପ୍ଲଟ ରହିଛି । ତା ସହିତ ଜଗତସିଂପୁରରେ ଗୋଟିଏ ଦୁଇତାଲା ବିଲ୍ଡିଂ ଅଛି । ଏହାସହିତ ଟଙ୍କା ଓ ସୁନାଗହଣା ଜବତ କରାଯାଇଛି । ଅପାରଗତା ଓ ଅସାଧୁତା ଯୋଗୁଁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି ।

ବାଲିକୁଦାର ଅଙ୍ଗନୱାଡି ସୁପରଭାଇଜର ପ୍ରତିମା ସାହୁଙ୍କ ନାମରେ ଗୋଟିଏ ଦୁର୍ନୀତି ଅଭିଯୋଗ ଅଛି। ଲାଞ୍ଚ ଦାବି କରି ଗ୍ରହଣ କରୁଥିବା ବେଳେ ସେ ଦୁର୍ନୀତି ନିବାରଣ ବିଭାଗ ଦ୍ବାରା ଧରା ପଡିଥିଲେ । ତାଙ୍କୁ ଗିରଫ କରାଯାଇ ବିଚାର ବିଭାଗୀୟ ହାଜତକୁ ପଠାଯାଇଥିଲା । ଅସାଧୁତା ଯୋଗୁଁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି । ଅନୁଗୋଳ ପୋଲିସ ଟ୍ରେନିଂ କଲେଜର ପୋଲିସ ଇନ୍ସପେକ୍ଟର ରାମଚନ୍ଦ୍ର ବେହେରାଙ୍କ ନାମରେ ଅନେକ ଅଭିଯୋଗ ରହିଥିଲା । ବିଶୃଙ୍ଖଳା ଆଚରଣ ଯୋଗୁଁ ତାଙ୍କୁ ମଧ୍ୟ ବାଧ୍ୟତାମୂଳକ ଅବସର ଦିଆଯାଇଛି ।

ସେହିପରି କେନ୍ଦୁଝର ଜିଲ୍ଲା ସଦର ତହସିଲଦାରଙ୍କ କାର୍ଯ୍ୟାଳୟରେ କାର୍ଯ୍ୟରତ ରେଭିନ୍ୟୁ ସୁପରଭାଇଜର (Revenue Supervisor) ହୃଦାନନ୍ଦ ସାହୁଙ୍କ ନାମରେ ଗୋଟିଏ ଦୁର୍ନୀତି ଅଭିଯୋଗ ରହିଛି । ଜମିଜମା ମାପଚୁପ ସମୟରେ ଜଣେ ବ୍ୟକ୍ତିଙ୍କ ଠାରୁ ୨୦ ହଜାର ଟଙ୍କା ଲାଞ୍ଚ ଦାବି କରି ଗ୍ରହଣ କରୁଥିବା ବେଳେ, ସେ ଦୁର୍ନୀତି ନିବାରଣ ବିଭାଗ ଦ୍ବାରା ଧରା ପଡିଥିଲେ । ଅସାଧୁ କାର୍ଯ୍ୟକଳାପ ଯୋଗୁଁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି।

ମୋ ସରକାର ତଥା ଅନ୍ୟ ସୂତ୍ରରୁ ମିଳିଥିବା Feedbackକୁ ମଧ୍ୟ ବିଚାରକୁ ନିଆଯାଇ କାର୍ଯାନୁଷ୍ଠାନ ଗ୍ରହଣ କରାଯାଇ ରାଜ୍ୟ ସରକାର ନିକଟରେ ଜଣେ ବରିଷ୍ଠ ଭାରତୀୟ ବନସେବା ଅଧିକାରୀ ଓ ଜଣେ ବରିଷ୍ଠ ଭାରତୀୟ ପ୍ରଶାସନିକ ଅଧିକାରୀଙ୍କୁ ଚାକିରୀରୁ ବହିଷ୍କାର କରିଛନ୍ତି । ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ୧୪୬ ଜଣ ଅଧିକାରୀଙ୍କୁ ଚାକିରୀରୁ ବହିଷ୍କାର ବା ବାଧ୍ୟତାମୂଳକ ଅବସର ଦିଆଯାଇଛି।

ଭୁବନେଶ୍ବରରୁ ସଞ୍ଜୀବ କୁମାର ରାୟ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.