ETV Bharat / city

ପୁଣି ପଡିଲା 5T ଛାଟ, ଚାକିରିରୁ ବିଦା ଆଉ ୬ ଅଧିକାରୀ

author img

By

Published : Mar 16, 2022, 1:47 PM IST

ବିଦା ହେଲେ ଆଉ ୬ ବାବୁ । ଆଜି ଆଉ ୬ ଜଣ ଦୁର୍ନୀତିଖୋର ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି ରାଜ୍ୟ ସରକାର । ଅଧିକ ପଢନ୍ତୁ

ଚାକିରିରୁ ବିଦା ଆଉ ୬ ଅଧିକାରୀଙ୍କୁ
ଚାକିରିରୁ ବିଦା ଆଉ ୬ ଅଧିକାରୀଙ୍କୁ

ଭୁବନେଶ୍ବର: ଦୁର୍ନୀତିଗ୍ରସ୍ତ ଓ ଅପାରଗ ଅଧିକାରୀଙ୍କ ବିରୁଦ୍ଧରେ ମୁଖ୍ୟମନ୍ତ୍ରୀଙ୍କ କଠୋର ଆଭିମୁଖ୍ୟ ଜାରି ରହିଛି । ବିଦା ହେଲେ ଆଉ ୬ ବାବୁ । ଆଜି ଆଉ 6 ଜଣ ଦୁର୍ନୀତିଖୋର ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି ରାଜ୍ୟ ସରକାର । ସେମାନଙ୍କ ମଧ୍ୟରେ ୩ ଜଣ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ, ଜଣେ ଅତିରିକ୍ତ ଯୋଗାଣ ଅଧିକାରୀ, ଜଣେ ଜିଲ୍ଲା କଲ୍ୟାଣ ଅଧିକାରୀ ଓ ଜଣେ ପୋଲିସ ଇନସପେକ୍ଟର ଚାକିରିରୁ ବିଦା ହୋଇଛନ୍ତି । ଏପର୍ଯ୍ୟନ୍ତ 158 ଅଧିକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି ସରକାର ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସାଧାରଣ ଜୀବନରେ କ୍ଷେତ୍ରରେ ଉଚ୍ଚ ନୈତିକତା ଓ ସାଧୁତା ବଜାୟ ରଖିବା ଉପରେ ସବୁବେଳେ ଗୁରୁତ୍ବ ଦେଇଆସିଛନ୍ତି । ଅପାରଗ ତଥା ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୁଦ୍ଧରେ ସବୁବେଳେ ଶୂନ୍ୟ ସହିଷ୍ଣୁତା ଆଭିମୁଖ୍ୟ ଉପରେ ଜୋର ଦେଇଆସିଛନ୍ତି । ଜନସାଧାରଣଙ୍କୁ ସ୍ବଚ୍ଛ, ଦକ୍ଷ ଏବଂ ଉତ୍ତରଦାୟୀ ପ୍ରଶାସନ ମାଧ୍ୟମରେ ସେବା ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିରନ୍ତର ପ୍ରଚେଷ୍ଟା ଜାରି ରଖିଛନ୍ତି ।

ରାଜ୍ୟ ସରକାରଙ୍କ ଏହି ଆଭିମୁଖ୍ୟ ଅନୁଯାୟୀ ଏବେ ଆଉ 6 ଜଣ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି । ଏଥିରେ 3 ଜଣ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ, ଜଣେ ପୋଲିସ ଇନ୍ସପେକ୍ଟର, ଅତିରିକ୍ତ ଯୋଗାଣ ଅଧିକାରୀ ଓ ଜିଲ୍ଲା କଲ୍ୟାଣ ଅଧିକାରୀ ପ୍ରମୁଖ ଅନ୍ତର୍ଭୁକ୍ତ । ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା 158 ଜଣ ଅଧିକାରୀଙ୍କୁ ଚାକିରୀରୁ ବରଖାସ୍ତ ବା ବାଧ୍ୟତାମୂଳକ ଅବସର ଦିଆଯାଇଛି ।

ଏହି ୬ ଜଣଙ୍କ ମଧ୍ୟରୁ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ଅଧିନସ୍ଥ ଜନସ୍ବାସ୍ଥ୍ୟ ଇଞ୍ଜିନିୟରିଂ କ୍ୟାଡରର ୩ ଜଣ ଏକ୍‌ଜିକ୍ୟୁଟିଭ ଇଞ୍ଜିନିୟର ରହିଛନ୍ତି । ଏମାନଙ୍କ ମଧ୍ୟରୁ ସରୋଜ କୁମାର ଦାସଙ୍କ କାର୍ଯ୍ୟଶୈଳୀ ଆଦୌ ସନ୍ତୋଷଜନକ ନଥିଲା । ଏବଂ ତାଙ୍କର ଅତୀତର ରେକର୍ଡରୁ ସେ କାର୍ଯ୍ୟ କ୍ଷେତ୍ରରେ ଅତ୍ୟନ୍ତ ଅପାରଗ ଥିଲେ । ତାଙ୍କ କାର୍ଯ୍ୟଶୈଳୀରେ ଅସଙ୍ଗତି, ନିଷ୍ଠାର ଅଭାବ ଏବଂ ଅପାରଗତା ଯୋଗୁ ସେ ଜଣେ ସରକାରୀ ଅଧିକାରୀ ଭାବେ ଦାୟିତ୍ବ ତୁଲାଇବା ଜନସ୍ବାର୍ଥର ପରିପନ୍ଥୀ । ତେଣୁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି ।

ସେହିପରି ଏକ୍ଜିକ୍ୟୁଟିଭ ଇଞ୍ଜିନିୟର ଦୟାନିଧି ସାମଲଙ୍କ କାର୍ଯ୍ୟକଳାପ ମଧ୍ୟ ସନ୍ତୋଷଜନକ ନୁହେଁ । ତାଙ୍କର କାର୍ଯ୍ୟକଳାପ ଜଣେ ଦାୟିତ୍ବବାନ ସରକାରୀ କର୍ମଚାରୀଙ୍କ କାର୍ଯ୍ୟର ପରିପନ୍ଥୀ ଓ ଜନସ୍ବାର୍ଥ ବିରୋଧୀ । ଏହାସହିତ ଅପାରଗତା ଓ ଅସାଧୁତା ଆଦି କାରଣରୁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି । ଏକ୍ଜିକ୍ୟୁଟିଭ ଇଞ୍ଜିନିୟର କରୁଣାକର ଘଡାଇଙ୍କ ନାମରେ ଗୋଟିଏ ଦୁର୍ନୀତି ଅଭିଯୋଗ ରହିଛି । ଜଣେ ଯୋଗାଣକାରୀଙ୍କୁ ସେ ଅନୁଚିତ ଅନୁଗ୍ରହ ପ୍ରଦର୍ଶନ କରିଥିଲେ । ତାଙ୍କର କାର୍ଯ୍ୟକଳାପ ସନ୍ତୋଷଜନକ ନୁହେଁ । ଏବଂ ତାଙ୍କ ବିରୁଦ୍ଧରେ ଅସାଧୁତାର ପ୍ରମାଣ ମଧ୍ୟ ରହିଛି । ତେଣୁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି ।

ଅନୁଗୁଳ ଜିଲ୍ଲା ପୋଲିସ ଇନ୍‌ସପେକ୍ଟର ରତ୍ନାକର ମଲ୍ଲିକଙ୍କୁ ଅପାରଗତା କାରଣକୁ ବାଧ୍ୟତାମୂଳକ ଅବସର ଦିଆଯାଇଛି । ନୂଆପଡା ଜିଲ୍ଲାର ଅତିରିକ୍ତ ଯୋଗାଣ ଅଧିକାରୀ ରତ୍ନାକର ସେଠୀଙ୍କ ନାମରେ ଦୁଇଟି ଦୁର୍ନୀତି ମାମଲ ରହିଛି । ଦୁର୍ନୀତି ନିବାରଣ ବିଭାଗ ପକ୍ଷରୁ ଚଢାଉ କରାଯାଇ ତାଙ୍କ ନିକଟରୁ ୬.୫ କୋଟିରୁ ଅଧିକ ଟଙ୍କାର ସମ୍ପତ୍ତି ଜବତ କରାଯାଇ ତାଙ୍କୁ ଜେଲ୍‌କୁ ପଠାଯାଇଛି । ଅସାଧୁତା କାରଣରୁ ତାଙ୍କୁ ମଧ୍ୟ ବାଧ୍ୟତାମୂଳକ ଅବସର ଦିଆଯାଇଛି ।

ଅନୁଗୁଳ ଜିଲ୍ଲାର ପୂର୍ବତନ କଲ୍ୟାଣ ଅଧିକାରୀ ଚାରୁଲତା ମଲ୍ଲିକଙ୍କ ନାମରେ ଗୋଟିଏ ଦୁର୍ନୀତି ମାମଲା ରହିଛି । ଜିଲ୍ଲା କଲ୍ୟାଣ ଅଧିକାରୀ ଭାବରେ ସେ ଲାଞ୍ଚ ଗ୍ରହଣ କରୁଥିବା ବେଳେ ଦୁର୍ନୀତି ନିବାରଣ ବିଭାଗ ଦ୍ବାରା ଧରା ପଡିଥିଲେ । ତାଙ୍କୁ କାର୍ଯ୍ୟରୁ ନିଲମ୍ବିତ କରାଯାଇଥିଲା । ବର୍ତ୍ତମାନ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି । ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ୧୫୮ ଜଣ ଅଧିକାରୀଙ୍କୁ ଚାକିରୀରୁ ବହିଷ୍କାର ବା ବାଧ୍ୟତାମୂଳକ ଅବସର ଦିଆଯାଇଛି ।

ଭୁବନେଶ୍ବରରୁ ଭବାନୀ ଶଙ୍କର ଦାସ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.