ETV Bharat / city

ଗଢା ହେବ ଷ୍ଟ୍ରାଇକିଂ ଫାୟାର ଫୋର୍ସ, ୩ଟି ୟୁନିଟ୍ ସହ ସୃଷ୍ଟି ହେବ ୧୪୪ଟି ପଦବୀ - ଫୋକସରେ ଓଡିଶା ଅଗ୍ନିଶମ ବାହିନୀର ସଶକ୍ତିକରଣ

ଫୋକସରେ ଓଡିଶା ଅଗ୍ନିଶମ ବାହିନୀର ସଶକ୍ତିକରଣ । ଷ୍ଟ୍ରାଇକିଂ ଫାୟାର ଫୋର୍ସକୁ ଅନୁମୋଦନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବିପର୍ଯ୍ୟୟ ବେଳେ ତ୍ବରିତ ଉଦ୍ଧାର କାର୍ଯ୍ୟ ପାଇଁ ନିୟୋଜିତ ହେବେ । ଏହା ଗଠନ ବେଳେ ୩ଟି ୟୁନିଟ୍ ସହ ସୃଷ୍ଟି ହେବ ୧୪୪ଟି ପଦବୀ । ଅଧିକ ପଢନ୍ତୁ

ଗଢା ହେବ ଷ୍ଟ୍ରାଇକିଂ ଫାୟାର ଫୋର୍ସ, ୩ଟି ୟୁନିଟ୍ ସହ ସୃଷ୍ଟି ହେବ ୧୪୪ଟି ପଦବୀ

author img

By

Published : Aug 29, 2022, 8:33 PM IST

ଭୁବନେଶ୍ବର: ସଶକ୍ତ ହେବ ଓଡିଶା ଅଗ୍ନିଶମ ବାହିନୀ (Odisha fire service) । ଆବଶ୍ୟକତାକୁ ଦୃଷ୍ଟିରେ ରଖି ଅଗ୍ନିଶମ ବାହିନୀକୁ ଅଧିକ ଦକ୍ଷ ଓ କ୍ରିୟାଶୀଳ କରାଯିବା ଉପରେ ଗୁରୁତ୍ବ ଦେଉଛନ୍ତି ରାଜ୍ୟ ସରକାର । ବିଶେଷ କରି ଅଗ୍ନି ଦୁର୍ଘଟଣା ସମୟରେ ଉଦ୍ଧାର କାର୍ଯ୍ୟ ତ୍ବରାନ୍ବିତ କରିବା ଲାଗି ଗଠନ ହେବ ଷ୍ଟ୍ରାଇକିଂ ଫାୟାର ଫୋର୍ସ (Striking Fire Force ) । ୧୪୪ ସଦସ୍ୟ ବିଶିଷ୍ଟ ଏକ ଷ୍ଟ୍ରାଇକିଂ ଫାୟାର ଫୋର୍ସ ଗଠନ କରିବାକୁ ମୁଖ୍ୟମନ୍ତ୍ରୀ ଅନୁମୋଦନ ଦେଇଛନ୍ତି । ଏହି ଷ୍ଟ୍ରାଇକିଂ ଫାୟାର ଫୋର୍ସ ବିପର୍ଯ୍ୟୟ ବେଳେ ତ୍ବରିତ ଉଦ୍ଧାର କାର୍ଯ୍ୟ ପାଇଁ ନିୟୋଜିତ ହେବେ ।

ଗଢା ହେବ ଷ୍ଟ୍ରାଇକିଂ ଫାୟାର ଫୋର୍ସ, ୩ଟି ୟୁନିଟ୍ ସହ ସୃଷ୍ଟି ହେବ ୧୪୪ଟି ପଦବୀ

ଏହା ଗଠନ ସଂପର୍କରେ ଆଜି ମୁଖ୍ୟମନ୍ତ୍ରୀଙ୍କ ନିକଟରେ ପ୍ରସ୍ତାବ ଉପସ୍ଥାପନା କରାଯାଇଥିଲା । ବିସ୍ତୃତ ଆଲୋଚନା କରାଯିବା ପରେ ପ୍ରସ୍ତାବଟି ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ଲାଭ କରିଛି । ନିଷ୍ପତ୍ତି ଅନୁଯାୟୀ ରାଜ୍ୟର କଟକ, ସମ୍ବଲପୁର ଓ ବ୍ରହ୍ମପୁରରେ ଥିବା ୩ଟି ଜୋନ୍‌ରେ ଏହି ଫୋର୍ସର ୩ଟି ରେଞ୍ଜ ହେଡକ୍ବାର୍ଟର (Range Headquarter) ରହିବ । ପ୍ରତ୍ୟେକ ହେଡକ୍ବାର୍ଟର ପାଇଁ ୪୮ଟି ପଦବୀ ସୃଷ୍ଟି କରାଯିବ । ସମୁଦାୟ ୧୪୪ଟି ପଦବୀ ସୃଷ୍ଟି ହେବ ।

ଏଥିରେ ଆସିଷ୍ଟାଣ୍ଟ ଫାୟାର ଅଫିସର, ଷ୍ଟେସନ ଅଫିସର, ଆସିଷ୍ଟାଣ୍ଟ ଷ୍ଟେସନ ଅଫିସର, ହାବିଲଦାର ମେଜର, ଡ୍ରାଇଭର ହାବିଲଦାର, ହାବିଲଦାର ମେକାନିକ୍, ଲିଡିଂ ଫାୟାରମ୍ୟାନ, ଫାୟାରମ୍ୟାନ ଡ୍ରାଇଭର ଓ ଫାୟାରମ୍ୟାନ ଆଦି ପଦବୀ ରହିବ । ସମସ୍ତ ପ୍ରକାର ପ୍ରାକୃତିକ ବିପର୍ଯ୍ୟୟ କିମ୍ବା ମନୁଷ୍ୟକୃତ ବିପର୍ଯ୍ୟୟ ବା ଦୁର୍ଘଟଣା ସମୟରେ ଓଡିଶା ଅଗ୍ନିଶମ ସେବା ପ୍ରଥମ ଉତ୍ତରଦାତା (First Responder) ଭାବରେ କାର୍ଯ୍ୟ କରୁଛି । ଜନସାଧାରଣଙ୍କୁ ଠିକ୍‌ ସମୟରେ ସେବା ଯୋଗାଇ ଦେଉଛି ।

ଏହା ବି ପଢନ୍ତୁ- ପଦାରେ ପଡିଲା ଶିକ୍ଷା ବ୍ୟବସ୍ଥାର ଅସଲି ଚିତ୍ର, ସ୍କୁଲରେ ପାଠ ପଢାଉଛନ୍ତି କା ଶିକ୍ଷୟତ୍ରୀ

ରିଲିଫ ଓ ଉଦ୍ଧାର କାର୍ଯ୍ୟରେ ମଧ୍ୟ ଏହାର ଗୁରୁତ୍ବପୂର୍ଣ୍ଣ ଭୂମିକା ରହିଛି । ଏପରିକି ରାଜ୍ୟ ବାହାରେ ମଧ୍ୟ ବିଭିନ୍ନ ବିପର୍ଯ୍ୟୟ ସମୟରେ ଅଗ୍ନଶମ ବାହିନୀ ପକ୍ଷରୁ ଉଲ୍ଲେଖନୀୟ ସେବା ଯୋଗାଇ ଦିଆଯାଉଛି । ତେଣୁ ଅଗ୍ନିଶମ ବାହିନୀକୁ ତୁରନ୍ତ କୌଣସି ବିପର୍ଯ୍ୟୟ ପ୍ରଶମନ କାର୍ଯ୍ୟରେ ନିୟୋଜିତ କରିବା ପାଇଁ ଆବଶ୍ୟକ ଆଧୁନିକ ଦକ୍ଷତା ଥିବା ଏକ ସ୍ବତନ୍ତ୍ର ଫୋର୍ସର ଆବଶ୍ୟକତା ରହିଥିବା ନେଇ ଉପସ୍ଥାପନାରେ କୁହାଯାଇଥିଲା ।

ଏହି ବାହିନୀକୁ ସମସ୍ତ ପ୍ରକାର ଆଧୁନିକ ଯନ୍ତ୍ର ଓ ଅନ୍ୟାନ୍ୟ ସୁବିଧା (Modern Gadgets) ଯୋଗାଇ ଦେଇ ଏକ ଦକ୍ଷ କୌଶଳ ସଂପନ୍ନ ଷ୍ଟ୍ରାଇକିଂ ଫୋର୍ସ ଭାବରେ ବିକଶିତ କରାଯିବ ବୋଲି ବୈଠକରେ ନିଷ୍ପତ୍ତି ହୋଇଛି । ବୈଠକକୁ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ତଥା ୫ଟି ସଚିବ ଭି କେ ପାଣ୍ଡିଆନ ସଂଚଳନା କରିଛନ୍ତି । ଅଗ୍ନିଶମ ଡିଜି ସନ୍ତୋଷ ଉପାଧ୍ୟୟ ପ୍ରସ୍ତାବ ସମ୍ପର୍କରେ ଉପସ୍ଥାପନା କରିଛନ୍ତି । ଆଲୋଚନାରେ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର, ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସଂଜୀବ ଚୋପ୍ରା ଓ ଅତିରିକ୍ତ ଡିଜି ସୌମ୍ୟା ମିଶ୍ର ପ୍ରମୁଖ ଭାଗ ନେଇଥିଲେ ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.