ETV Bharat / city

ଫୋକସରେ ନୀଳମାଧବ ପୀଠର ବିକାଶ, ମାଷ୍ଟରପ୍ଲାନ ପ୍ରସ୍ତୁତ କରିବେ ସରକାର - ନୀଳମାଧବ ପୀଠର ବିକାଶ ଲାଗି ମାଷ୍ଟର ପ୍ଲାନ

ବିକଶିତ ହେବ ନୟାଗଡ଼ର ନୀଳମାଧବ ପୀଠ । ଏନେଇ ରାଜ୍ୟ ସରକାର ମାଷ୍ଟର ପ୍ଲାନ ପ୍ରସ୍ତୁତ କରିବେ ବୋଲି ଜଣାପଡ଼ିଛି । ଅଧିକ ପଢନ୍ତୁ

ଫୋକସରେ ନୀଳମାଧବ ପୀଠର ବିକାଶ, ମାଷ୍ଟରପ୍ଲାନ ପ୍ରସ୍ତୁତ କରିବେ ସରକାର

author img

By

Published : Apr 14, 2022, 7:18 PM IST

ଭୁବନେଶ୍ବର: ବିକଶିତ ହେବ ନୟାଗଡ଼ର ନୀଳମାଧବ ପୀଠ । ଏନେଇ ପ୍ରସ୍ତୁତ ହେବ ମାଷ୍ଟର ପ୍ଲାନ । ଏଥିପାଇଁ ପୂର୍ତ୍ତ ବିଭାଗକୁ ଦାୟିତ୍ବ ଦିଆଯାଇଛି । ଏଥିଲାଗି ଖୁବଶୀଘ୍ର ଏକ ମାଷ୍ଟର ପ୍ଲାନ ପ୍ରସ୍ତୁତ କରାଯାଇ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ଅନୁସାରେ ଉପସ୍ଥାପନ କରାଯିବ । ଏ ନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ମିଳିଛି ।

ଫୋକସରେ ନୀଳମାଧବ ପୀଠର ବିକାଶ, ମାଷ୍ଟରପ୍ଲାନ ପ୍ରସ୍ତୁତ କରିବେ ସରକାର

ମୁଖ୍ୟମନ୍ତ୍ରୀ ନବୀନଙ୍କ ନିର୍ଦ୍ଦେଶ କ୍ରମେ ଆଜି ପୂର୍ବାହ୍ନରେ ମୁଖ୍ୟମନ୍ତ୍ରୀ ବ୍ୟକ୍ତିଗତ ତଥା 5T ସଚିବ ଭି.କେ ପାଣ୍ଡିଆନ କଣ୍ଟିଲୋ ନୀଳମାଧବ ପୀଠ ପରିଦର୍ଶନ କରିଛନ୍ତି । ମହାପ୍ରଭୁଙ୍କ ଦର୍ଶନ କରିବା ସହ ପୀଠର ଉନ୍ନତି ସମ୍ପର୍କରେ ସ୍ଥାନୀୟ ଲୋକେ ଓ ସେବାୟତଙ୍କ ସହିତ ଆଲୋଚନା କରିଛନ୍ତି । ନୟାଗଡ ଜିଲ୍ଲାର କଣ୍ଟିଲୋ ଏକ ପ୍ରସିଦ୍ଧ ଧାର୍ମିକ ପର୍ଯ୍ୟଟନସ୍ଥଳୀ । ମହାନଦୀ କୂଳରେ ଅବସ୍ଥିତ ନୀଳମାଧବ ପୀଠର ଶୋଭା ଅତ୍ୟନ୍ତ ମନୋରମ । 5T କାର୍ଯ୍ୟକ୍ରମରେ ଏହି ପୀଠର ବିକାଶ କରି ଅଧିକ ପର୍ଯ୍ୟଟକଙ୍କୁ ସେଠାକୁ କିପରି ଆକୃଷ୍ଟ କରାଯାଇପାରିବ, ସେ ସମ୍ପର୍କରେ ସରକାର ପଦକ୍ଷେପ ନେଉଛନ୍ତି ।

ଏହା ସହିତ ଏଠାକୁ ଆସୁଥିବା ଭକ୍ତ ମାନଙ୍କ ସୁବିଧା ପାଇଁ ମଧ୍ୟ ବିଭିନ୍ନ ସୁବିଧା ସୁଯୋଗର ବିକାଶ କରାଯିବ । ଏଥିଲାଗି ଖୁବଶୀଘ୍ର ଏକ ମାଷ୍ଟର ପ୍ଲାନ କରାଯାଇ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ଅନୁସାରେ ଉପସ୍ଥାପନ କରାଯିବ। ଏଥି ପାଇଁ ପୂର୍ତ୍ତ ବିଭାଗକୁ ଦାୟିତ୍ବ ଦିଆଯାଇଛି । ଏହି ପରଦର୍ଶନ ସମୟରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ତଥା ପୂର୍ତ୍ତ ସଚିବ ବି. ବି ଯାଦବ, ନୟାଗଡ ଜିଲ୍ଲାପାଳ ଓ ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ଥିଲେ ।

ଭୁବନେଶ୍ବରରୁ ଭବାନୀ ଶଙ୍କର ଦାସ, ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.