ETV Bharat / city

Mihir Das Demise: ପରଲୋକରେ ଓଲିଉଡ ଜଗତର କାକା, ରାଜ୍ୟପାଳ-ମୁଖ୍ୟମନ୍ତ୍ରୀଙ୍କ ଶୋକପ୍ରକାଶ - ମିହିର ଦାସଙ୍କ ଦେହାନ୍ତ ଖବର

କଟକରେ ଚିକିତ୍ସାଧୀନ ଅବସ୍ଥାରେ ଏକ ଘରୋଇ ହସ୍ପିଟାଲରେ ଶେଷ ନିଃଶ୍ବାସ ତ୍ୟାଗ କରିଛନ୍ତି ବର୍ଷୀୟାନ ଓଡ଼ିଆ ଅଭିନେତା ମିହିର ଦାସ । ତାଙ୍କ ବିୟୋଗରେ ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ, କେନ୍ଦ୍ରମନ୍ତ୍ରୀ ଓ ଅନ୍ୟାନ ନେତା ମନ୍ତ୍ରୀ ଶୋକ ପ୍ରକାଶ କରିଛନ୍ତି । ଅଧିକ ପଢ଼ନ୍ତୁ

condolence of many political leaders along with cm for mihir das demise
ପରଲୋକରେ ଓଲିଉଡ ଜଗତର କାକା, ନେତାମନ୍ତ୍ରୀଙ୍କ ଶୋକପ୍ରକାଶ
author img

By

Published : Jan 11, 2022, 5:58 PM IST

Updated : Jan 11, 2022, 6:46 PM IST

ଭୁବନେଶ୍ବର: କଟକରେ ଚିକିତ୍ସାଧୀନ ଅବସ୍ଥାରେ ଏକ ଘରୋଇ ହସ୍ପିଟାଲରେ ଶେଷ ନିଃଶ୍ବାସ ତ୍ୟାଗ କରିଛନ୍ତି ବର୍ଷୀୟାନ ଓଡ଼ିଆ ଅଭିନେତା ମିହିର ଦାସ । ତାଙ୍କ ବିୟୋଗରେ ଓଡ଼ିଆ ସିନେ ଜଗତରେ ଏକ ଅପୂରଣୀୟ ଶୂନ୍ୟସ୍ଥାନ ସୃଷ୍ଟି ହୋଇଛି । ତାଙ୍କ ବିୟୋଗରେ ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ, କେନ୍ଦ୍ରମନ୍ତ୍ରୀ ଓ ଅନ୍ୟାନ ନେତା ମନ୍ତ୍ରୀ ଶୋକ ପ୍ରକାଶ କରିଛନ୍ତି ।

  • ବର୍ଷୀୟାନ ଅଭିନେତା ମିହିର ଦାସଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ଓଡ଼ିଆ କଳା ଜଗତରେ ସେ ଛାଡିଯାଇଥିବା ଅଭିନୟର ଛାପ ତାଙ୍କୁ ସର୍ବଦା ଅମର କରି ରଖିବ। ତାଙ୍କ ବିୟୋଗ ଓଡ଼ିଆ କଳାଜଗତ ପାଇଁ ଏକ ଅପୂରଣୀୟ କ୍ଷତି। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ମୋର ସମବେଦନା ଜଣାଉଛି।

    — Naveen Patnaik (@Naveen_Odisha) January 11, 2022 " class="align-text-top noRightClick twitterSection" data=" ">

ରାଜ୍ୟପାଳ ଗଣେଶୀଲାଲ ମଧ୍ୟ ଟ୍ବିଟ୍‌ କରି ମିହିର ଦାସଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି । ସେ କହିଛନ୍ତି ଯେ, "ଓଡ଼ିଆ ସିନେଜଗତର ପ୍ରଖ୍ୟାତ ଅଭିନେତା ମିହିର ଦାସଙ୍କ ପରଲୋକରେ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସାନ୍ତ୍ଵନା ଜଣାଉଛି । ସ୍ବର୍ଗତ ଦାସ ଜଣେ ଶୀର୍ଷ ସ୍ତରର କଳାକାର ଭାବେ ନିଜର ଅନନ୍ୟ ଅଭିନୟ କଳା ପାଇଁ ସବୁରି ହୃଦୟରେ ରହିବେ ।"

  • ଓଡ଼ିଆ ସିନେଜଗତର ପ୍ରଖ୍ୟାତ ଅଭିନେତା ମିହିର ଦାସଙ୍କ ପରଲୋକରେ ମାନ୍ୟବର ରାଜ୍ୟପାଳ ଗଭୀର ଶୋକ ପ୍ରକଟ କରିବା ସହିତ ତାଙ୍କର ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସାନ୍ତ୍ଵନା ଜଣାଇଛନ୍ତି। ସ୍ବର୍ଗତ ଦାସ ଜଣେ ଶୀର୍ଷ ସ୍ତରର କଳାକାର ଭାବେ ନିଜର ଅନନ୍ୟ ଅଭିନୟ କଳା ପାଇଁ ସବୁରି ହୃଦୟରେ ରହିବେ ବୋଲି ମାନ୍ୟବର ରାଜ୍ୟପାଳ ପ୍ରକାଶ କରିଛନ୍ତି l

    — Governor Odisha (@GovernorOdisha) January 11, 2022 " class="align-text-top noRightClick twitterSection" data=" ">

ସେହିପରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟ୍ବିଟ୍‌ କରି କହିଛନ୍ତି ଯେ, "ବର୍ଷୀୟାନ ଅଭିନେତା ମିହିର ଦାସଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ଓଡ଼ିଆ କଳା ଜଗତରେ ସେ ଛାଡ଼ିଯାଇଥିବା ଅଭିନୟର ଛାପ ତାଙ୍କୁ ସର୍ବଦା ଅମର କରି ରଖିବ । ତାଙ୍କ ବିୟୋଗ ଓଡ଼ିଆ କଳାଜଗତ ପାଇଁ ଏକ ଅପୂରଣୀୟ କ୍ଷତି। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ମୋର ସମବେଦନା ଜଣାଉଛି।"

  • ଓଡ଼ିଶା ସିନେ ଜଗତର ସୁନାମଧନ୍ୟ ଲୋକପ୍ରିୟ ଅଭିନେତା ମିହିର ଦାସଙ୍କ ବିୟୋଗରେ ମୁଁ ଦୁଃଖିତ ଓ ମର୍ମାହତ । ଜଣେ କଳାକାର ଭାବରେ ନୁହେଁ ବରଂ ତାଙ୍କ ସହ ମୋର ସମ୍ପର୍କ ବଡ଼ ଭାଇ ଭଳି ଥିଲା । ସେ ଆମ ଗହଣରେ ଆଜି ନାହାନ୍ତି, ଏ ଖବରକୁ ମୁଁ ବିଶ୍ୱାସ କରିପାରୁନାହିଁ ।

    — Dharmendra Pradhan (@dpradhanbjp) January 11, 2022 " class="align-text-top noRightClick twitterSection" data=" ">

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଟ୍ବିଟ୍‌ ମିହିର ଦାସଙ୍କ ବିୟୋଗରେ ଦୁଃଖ ପ୍ରକାଶ କରିଛନ୍ତି । ସେ କହିଛନ୍ତି ଯେ, "ଓଡ଼ିଶା ସିନେ ଜଗତର ସୁନାମଧନ୍ୟ ଲୋକପ୍ରିୟ ଅଭିନେତା ମିହିର ଦାସଙ୍କ ବିୟୋଗରେ ମୁଁ ଦୁଃଖିତ ଓ ମର୍ମାହତ । ଜଣେ କଳାକାର ଭାବରେ ନୁହେଁ ବରଂ ତାଙ୍କ ସହ ମୋର ସମ୍ପର୍କ ବଡ଼ ଭାଇ ଭଳି ଥିଲା । ସେ ଆମ ଗହଣରେ ଆଜି ନାହାନ୍ତି, ଏ ଖବରକୁ ମୁଁ ବିଶ୍ୱାସ କରିପାରୁନାହିଁ ।"

  • ବିଶିଷ୍ଟ ଅଭିନେତା ମିହିର ଦାସଙ୍କ ପରଲୋକ
    ଅମର ଆତ୍ମାର ସଦ୍ଗତି କାମନା କରୁଛି 🙏
    ମନେରଖିବ ଓଡ଼ିଶା... ଝୁରିବ ସିନେ ଜଗତ. pic.twitter.com/c8rXjhPfeP

    — Samir Ranjan Dash (@samirdash01) January 11, 2022 " class="align-text-top noRightClick twitterSection" data=" ">

ସେପଟେ ଗଣଶିକ୍ଷାମନ୍ତ୍ରୀ ସମୀର ଦାଶ ମଧ୍ୟ ଟ୍ବିଟ୍‌ କରି ଶୋକ ପ୍ରକାଶ କରିଛନ୍ତି । ସେ କହିଛନ୍ତି ଯେ, "ବିଶିଷ୍ଟ ଅଭିନେତା ମିହିର ଦାସଙ୍କ ପରଲୋକ । ଅମର ଆତ୍ମାର ସଦ୍ଗତି କାମନା କରୁଛି । ମନେରଖିବ ଓଡ଼ିଶା... ଝୁରିବ ସିନେ ଜଗତ ।"

  • Just heard the sad news about the demise of legendary Odia actor,
    Shri #MihirDas. It’s a huge setback for Odisha film industry. He was a versatile actor with a huge fan following across generations. My heartfelt condolences to his family, friends and fans.🙏 pic.twitter.com/9IIpUqLcnY

    — Niranjan Patnaik (@NPatnaikOdisha) January 11, 2022 " class="align-text-top noRightClick twitterSection" data=" ">

ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ମଧ୍ୟ ମିହିର ଦାସଙ୍କୁ ନେଇ ଦୁଃଖ ପ୍ରକାଶ କରିଛନ୍ତି । ନିରଞ୍ଜନ ପଟ୍ଟନାୟକ କହିଛନ୍ତି ଯେ, "କିମ୍ବଦନ୍ତୀ ଅଭିନେତା ମିହିର ଦାସଙ୍କ ବିୟୋଗ ଖବର ଶୁଣି ଅତ୍ୟନ୍ତ ଦୁଃଖିତ । ଓଡ଼ିଆ ସିନେ ଜଗତ ପାଇଁ ଏହାଏକ ଅପୂରଣୀୟ କ୍ଷତି । ଦଶନ୍ଧି ଦଶନ୍ଧି ଧରି ତାଙ୍କୁ ପ୍ରଶଂସକ ହୃଦୟରେ ଜାଗା ଦେଇଥିଲେ । ମୁଁ ଶୋକସନ୍ତପ୍ତ ପରିବାର ବର୍ଗକୁ ମୁଁ ସମବେଦନା ଜଣାଉଛି ।"

  • ଲୋକପ୍ରିୟ ପ୍ରଖ୍ୟାତ ସିନେ ଅଭିନେତା ଶ୍ରୀ ମିହିର ଦାସଙ୍କ ବିୟୋଗ ଜନିତ ଖବର ଶୁଣି ମୁଁ ଅତ୍ୟନ୍ତ ମର୍ମାହତ ଓ ଦୁଃଖିତ । ଯଦିଓ ସେ ଦୀର୍ଘଦିନ ଧରି ଚିକିତ୍ସିତ ହେଉଥିଲେ, ଶେଷରେ ଜୀବନ ଯୁଦ୍ଧରେ ଜୀବନ ରଙ୍ଗମଞ୍ଚରୁ ଚିରଦିନ ପାଇଁ ବିଦାୟ ନେଇଛନ୍ତି । ତାଙ୍କ ବିୟୋଗରେ ଓଡ଼ିଶା ସିନେଜଗତରୁ ଏକ ଉଜ୍ଜ୍ୱଳ ତାରକା

    — Biswa Bhusan Harichandan (@BiswabhusanHC) January 11, 2022 " class="align-text-top noRightClick twitterSection" data=" ">

ତା ସହିତ ଆନ୍ଧ୍ର ରାଜ୍ୟପାଳ ବିଶ୍ବଭୁଷଣ ହରିଚନ୍ଦନ ମଧ୍ୟ ମିହିର ଦାସଙ୍କ ଦେହାନ୍ତରେ ଶୋକ ପ୍ରକାଶ କରିଛନ୍ତି । ସେ କହିଛନ୍ତି ଯେ, "ଲୋକପ୍ରିୟ ପ୍ରଖ୍ୟାତ ସିନେ ଅଭିନେତା ଶ୍ରୀ ମିହିର ଦାସଙ୍କ ବିୟୋଗ ଜନିତ ଖବର ଶୁଣି ମୁଁ ଅତ୍ୟନ୍ତ ମର୍ମାହତ ଓ ଦୁଃଖିତ । ଯଦିଓ ସେ ଦୀର୍ଘଦିନ ଧରି ଚିକିତ୍ସିତ ହେଉଥିଲେ, ଶେଷରେ ଜୀବନ ଯୁଦ୍ଧରେ ଜୀବନ ରଙ୍ଗମଞ୍ଚରୁ ଚିରଦିନ ପାଇଁ ବିଦାୟ ନେଇଛନ୍ତି । ତାଙ୍କ ବିୟୋଗରେ ଓଡ଼ିଶା ସିନେଜଗତରୁ ଏକ ଉଜ୍ଜ୍ୱଳ ତାରକା ।"

ବ୍ୟୁରୋ ରିପୋର୍ଟ, ଇଟିଭି ଭାରତ

Last Updated : Jan 11, 2022, 6:46 PM IST
ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.