ETV Bharat / city

ରାଜ୍ୟରେ ପ୍ରତିଷ୍ଠା ହେବ ୩୪ଟି ଶିଶୁ ଅନୁକୂଳ ପୋଲିସ ଷ୍ଟେସନ

author img

By

Published : Oct 26, 2021, 4:05 PM IST

ରାଜ୍ୟରେ ପ୍ରତିଷ୍ଠା ହେବାକୁ ଯାଉଛି ୩୪ଟି ଶିଶୁ ଅନୁକୂଳ ପୋଲିସ ଷ୍ଟେସନ । ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଅଧିକ ପଢନ୍ତୁ...

ରାଜ୍ୟରେ ହେବ ୩୪ଟି ଶିଶୁ ଅନୁକୂଳ ପୋଲିସ ଷ୍ଟେସନ

ଭୁବନେଶ୍ବର: ପୋଲିସ ହେବ ଚାଇଲ୍ଡ ଫ୍ରେଣ୍ଡଲି । ପ୍ରତିଷ୍ଠା ହେବ ଚାଇଲ୍ଡ ଫ୍ରେଣ୍ଡଲି ପୋଲିସ ଷ୍ଟେସନ । ରାଜ୍ୟରେ ୩୪ଟି ଶିଶୁ ଅନୁକୂଳ ପୋଲିସ ଷ୍ଟେସନ (Child Friendly Police Station) ପ୍ରତିଷ୍ଠା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଷ୍ପତ୍ତି ନେଇଛନ୍ତି । ରାଜ୍ୟରେ ସମୁଦାୟ ୩୪ଟି ପୋଲିସ ଜିଲ୍ଲାରେ ଗୋଟିଏ ଲେଖାଏ ଶିଶୁ ଅନୁକୂଳ ପୋଲିସ ଷ୍ଟେସନ ପ୍ରତିଷ୍ଠା କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।

ବିଭିନ୍ନ ସମୟରେ ବିଭିନ୍ନ କାରଣରୁ ଆଇନର ପରିସରକୁ ଆସୁଛନ୍ତି ଅନେକ ପିଲା । ଏହା ସହ ଅନେକ ପିଲା ପୋଲିସ ସହାୟତା ଆବଶ୍ୟକତା କରୁଛନ୍ତି । ପିଲାମାନଙ୍କ ପାଇଁ ଥାନା ଭିତରେ ସ୍ବତନ୍ତ୍ର ଅନୁକୂଳ ପରିବେଶର ଆବଶ୍ୟକତା ରହିଛି । ଏହାକୁ ଅନୁଭବ କରି ମୁଖ୍ୟମନ୍ତ୍ରୀଏହି ନିଷ୍ପତ୍ତି ନେଇଛନ୍ତି । ଏହିସବୁ ପୋଲିସ ଷ୍ଟେସନରେ ଶିଶୁ ମାନଙ୍କ ପାଇଁ ସ୍ବତନ୍ତ୍ର ସୁବିଧା କରାଯିବ । ଏହିସବୁ ଥାନାରେ ସ୍ବତନ୍ତ୍ର ଲୋଗୋ ଓ ଫଳକ ରହିବ । ଏହା ସହିତ ପିଲାଙ୍କ ପାଇଁ ଛୋଟ ପୁସ୍ତକାଗାର ମଧ୍ୟ କରାଯିବ । ଏଥିରେ ବିଭିନ୍ନ ରୁଚି ସଂପନ୍ନ ପୁସ୍ତକ, ପତ୍ରପତ୍ରିକା ଓ ସମ୍ବାଦପତ୍ର ରଖାଯିବ ।

ପିଲାମାନଙ୍କ ସୁବିଧା ପାଇଁ ବିଛଣା, ଚୌକି ଓ ଟେବୁଲ ମଧ୍ୟ ରଖାଯିବ । ଏହାସହିତ ଶିଶୁମାନଙ୍କ ଅଧିକାର ସଂପର୍କିତ ଫଳକ ଏବଂ ପୋଲିସ ପାଇଁ ‘କଣ କରିବେ ବା ନ କରିବେ’ ( Do’s and Don’ts), ସେ ସଂପର୍କରେ ମଧ୍ୟ ସୂଚନା ଫଳକ ରହିବ । ଶିଶୁକଲ୍ୟାଣ ଅଧିକାରୀଙ୍କୁ ଯୋଗାଯୋଗ କରିବା ପାଇଁ ତାଙ୍କ ନାମ ଓ ଅନ୍ୟାନ୍ୟ ସୂଚନା ସଂପର୍କରେ ଏକ ସ୍ବତନ୍ତ୍ର ଫଳକ ରହିବ । ଏହା ସହିତ ପିଲାଙ୍କ ପାଇଁ ଖେଳନା, ପ୍ରାଥମିକ ଚିକିତ୍ସା କିଟ ମଧ୍ୟ ରଖାଯିବ ।

ଥାନା ପରିସର ମଧ୍ୟରେ ଏକ ଶିଶୁ ଅନୁକୂଳ ପରିବେଶ ସୃଷ୍ଟି କରିବା ପାଇଁ କାନ୍ଥ ଗୁଡିକରେ ସୁନ୍ଦର ଚିତ୍ର ରହିବା ସହିତ ବିଭିନ୍ନ ଶିକ୍ଷଣୀୟ ବିଷୟ ସ୍ଥାନିତ ହେବ । ସାଧାରଣ ଥାନାରୁ ଏହାର ପରିବେଶକୁ ସମ୍ପୂର୍ଣ୍ଣ ଭିନ୍ନ ଭାବେ ଗଢ଼ାଯିବ । ଏହା ଦ୍ବାରା ଥାନାକୁ ଯାଉଥିବା ଶିଶୁ ମାନଙ୍କ ମାନସିକ ଚାପ ହ୍ରାସ କରିବାରେ ସହାୟକ ହେବବୋଲି ଆଶା କରାଯାଏ ।

ଭୁବନେଶ୍ବରରୁ ଭବାନୀ ଶଙ୍କର ଦାସ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.