ETV Bharat / city

୧୧ ନୂଆ ପୁଞ୍ଜିନିବେଶ ପ୍ରକଳ୍ପ ଅନୁମୋଦିତ: ୨୨୫୩ କୋଟି ବିନିଯୋଗ, ମିଳିବ ୩୮୧୭ ନିଯୁକ୍ତି

author img

By

Published : Aug 4, 2022, 9:53 PM IST

Updated : Aug 4, 2022, 10:11 PM IST

ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର (Chief Secretary Suresh Chandra Mahapatra) ଙ୍କ ଅଧ୍ୟକ୍ଷତାରେ ଆଜି ଅନୁଷ୍ଠିତ ହୋଇଛି ରାଜ୍ୟ ଏକକ ବାତାୟନ (Single Window Clearance) କମିଟି ବୈଠକ । ବୈଠକରେ ୧୧ ଟି ନୂଆ ପୁଞ୍ଜିନିବେଶ ପ୍ରକଳ୍ପକୁ ଅନୁମୋଦନ (Odisha govt approves investment proposals ) ଦିଆଯାଇଛି । ଅଧିକ ପଢନ୍ତୁ

୧୧ ନୂଆ ପୁଞ୍ଜିନିବେଶ ପ୍ରକଳ୍ପ ଅନୁମୋଦିତ: ୨୨୫୩ କୋଟି ବିନିଯୋଗ, ୩, ୮୧୭ ନିଯୁକ୍ତି

ଭୁବନେଶ୍ବର: ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର (Chief Secretary Suresh Chandra Mahapatra) ଙ୍କ ଅଧ୍ୟକ୍ଷତାରେ ଆଜି ଅନୁଷ୍ଠିତ ହୋଇଛି ରାଜ୍ୟ ଏକକ ବାତାୟନ (Single Window Clearance) କମିଟି ବୈଠକ । ବୈଠକରେ ୧୧ ଟି ନୂଆ ପୁଞ୍ଜିନିବେଶ ପ୍ରକଳ୍ପକୁ ଅନୁମୋଦନ (Odisha govt approves investment proposals ) ଦିଆଯାଇଛି । ଏହି ସବୁ ପ୍ରକଳ୍ପ ମାଧ୍ୟମରେ ୨୨୫୩.୧୫ କୋଟି ଟଙ୍କାର ନୂଆ ପୁଞ୍ଜିନିବେଶ ହେବ । ଏଥିରେ ୩, ୮୧୭ ଜଣଙ୍କ ନିମନ୍ତେ ପ୍ରତକ୍ଷ୍ୟ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ ।

ଲୋକସେବା ଭବନ( Lok Seba Bhawan) ରୁ ଭିସି ଜରିଆରେ ଅନୁଷ୍ଠିତ ଏହି ବୈଠକରେ ଶିଳ୍ପ ବିଭାଗ ପ୍ରମୁଖ ଶାସନ ସଚିବ ହେମନ୍ତ କୁମାର ଶର୍ମା ପ୍ରକଳ୍ପ ଗୁଡିକର ବୈଷୟିକ, ଆର୍ଥିକ ଏବଂ ଭିତ୍ତିଭୂମି ସଂପର୍କିତ ବିଷୟ ଉପସ୍ଥାପନ କରିଛନ୍ତି । ସେ ସୂଚନା ଦେଇଛନ୍ତି ଯେ, ପ୍ରକଳ୍ପ ଗୁଡିକ ମୁଖ୍ୟତଃ ଆଲୁମିନିଅମ୍ ଓ ଷ୍ଟିଲ୍ ଡ଼ାଉନଷ୍ଟ୍ରିମ, ସୂଚନା ଓ ପ୍ରଯୁକ୍ତି ବିଦ୍ୟା, ଖାଦ୍ୟ ପ୍ରକ୍ରିୟାକରଣ, ତୈଳ ଓ ଗ୍ୟାସ୍‌, ବୈଦୁତିକ ପଦାର୍ଥ ଉତ୍ପାଦନ ଏବଂ ମାନୁଫାକ୍ଚରିଂ ସେକ୍ଟର ଅନ୍ତର୍ଭୁକ୍ତ । ଏସବୁ ପ୍ରକଳ୍ପ ରାଜ୍ୟର ବିଭିନ୍ନ ଅଂଚଳରେ ପ୍ରତ୍ୟକ୍ଷ ଓ ପରୋକ୍ଷ ନିଯୁକ୍ତି ସୁଯୋଗ ସୃଷ୍ଟି କରିବା ସହ ରାଜ୍ୟର ଆର୍ଥିକ ପ୍ରଗତିରେ ସହାୟକ ହେବ । ପ୍ରକଳ୍ପ ଗୁଡିକୁ ନୀତିଗତ ଅନୁମୋଦନ ଦେଇ ତ୍ଵରିତ କ୍ଷେତ୍ରାନ୍ଵୟନ ଉପରେ ମୁଖ୍ୟ ଶାସନ ସଚିବ ଗୁରୁତ୍ବ ଦେଇଛନ୍ତି । ଏଥି ପାଇଁ ସମସ୍ତ ପ୍ରକାର ପ୍ରଶାସନିକ ସହଯୋଗ ଯୋଗାଇ ଦେବା ପାଇଁ ମଧ୍ୟ ମୁଖ୍ୟ ଶାସନ ସଚିବ ସଂପୃକ୍ତ ବିଭାଗମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ବିଭିନ୍ନ ପ୍ରକାର ଶିଳ୍ପ ପାଇଁ ଆବଶ୍ୟକୀୟ ଜମି ଓ ଜଳର ସଠିକ୍ ଅନୁଶୀଳନ କରି ତଦନୁଯାୟୀ ବ୍ୟବସ୍ଥା କରିବାକୁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି ।

ପ୍ରତିଷ୍ଠା ହେବାକୁ ଥିବା ଏହି ଶିଳ୍ପାନୁଷ୍ଠାନମାନେ ଯେପରି ବର୍ଜ୍ୟବସ୍ତୁ ପରିଚାଳନା ନିମନ୍ତେ ଉପଯୁକ୍ତ ପଦକ୍ଷେପ ନେବେ ତାହା ନିଶ୍ଚିତ କରାଇବା ପାଇଁ ମଧ୍ୟ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି । ପୂର୍ବରୁ ଅନୁମୋଦିତ ପ୍ରକଳ୍ପ ଗୁଡ଼ିକର ସମୟାନୁବନ୍ଧିତ ନିର୍ମାଣ ଏବଂ ଉତ୍ପାଦନ ଆରମ୍ଭ ଉପରେ ଦୃଷ୍ଟି ରଖିବା ପାଇଁ ମୁଖ୍ୟ ଶାସନ ସଚିବ ଇପିକଲ୍‌ଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ସବୁ ଶିଳ୍ପାନୁଷ୍ଠାନରେ ଓଡ଼ିଶାରୁ କୌଶଳ ପ୍ରାପ୍ତ (ସ୍କିଲ୍ଡ ଇନ ଓଡିଶା) ଯୁବକ ଯୁବତୀମାନଙ୍କର ନିଯୁକ୍ତି ଉପରେ ସେ ଗୁରୁତ୍ବ ଆରୋପ କରିଛନ୍ତି ।

ଉନ୍ନୟନ କମିଶନର ପ୍ରଦୀପ କୁମାର ଜେନା, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ, ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ, ଶିଳ୍ପ ବିଭାଗ ପ୍ରମୁଖ ଶାସନ ସଚିବ ହେମନ୍ତ କୁମାର ଶର୍ମା, ପର୍ଯ୍ୟଟନ ବିଭାଗ ପ୍ରମୁଖ ଶାସନ ସଚିବ ସୁରେନ୍ଦ୍ର କୁମାର, ଇସ୍ପାତ ଓ ଖଣି ବିଭାଗ ପ୍ରମୁଖ ଶାସନ ସଚିବ ଦେଓ ରଂଜନ କୁମାର ସିଂ, ଶକ୍ତି ବିଭାଗ ପ୍ରମୁଖ ଶାସନ ସଚିବ ନିକୁଞ୍ଜବିହାରୀ ଧଳ, ଇପିକଲ୍ ପରିଚାଳନା ନିର୍ଦ୍ଦେଶକ ଭୁପିନ୍ଦର ସିଂ ପୁନିଆଙ୍କ ସମେତ ସଂପୃକ୍ତ ବିଭାଗର ପ୍ରମୁଖ ଶାସନ ସଚିବ, ଶାସନ ସଚିବ ଓ ବରିଷ୍ଠ ଅଧିକାରୀମାନେ ବୈଠକରେ ଉପସ୍ଥିତ ଥିଲେ ।

ଇଟିଭି ଭାରତ, ଭୁବନେଶ୍ବର

Last Updated : Aug 4, 2022, 10:11 PM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.