ETV Bharat / city

ମା' ସମଲେଶ୍ବରୀ ମନ୍ଦିରର ହେବ ବିକାଶ, 200 କୋଟିର ପ୍ୟାକେଜ ଘୋଷଣା

author img

By

Published : Feb 17, 2021, 8:47 PM IST

ମା' ସମଲେଶ୍ବରୀ ମନ୍ଦିରର ହେବ ବିକାଶ କାମ । ଏଥିପାଇଁ 200 କୋଟି ଟଙ୍କାର ‘ସମଲେଇ ଯୋଜନା’ ପ୍ରସ୍ତୁତ କରିଛନ୍ତି ରାଜ୍ୟ ସରକାର ।

ମା' ସମଲେଶ୍ବରୀ ମନ୍ଦିରର ହେବ ବିକାଶ
ମା' ସମଲେଶ୍ବରୀ ମନ୍ଦିରର ହେବ ବିକାଶ

ଭୁବନେଶ୍ବର: ପୁରୀ ଶ୍ରୀମନ୍ଦିର ଓ ଲିଙ୍ଗରାଜ ମନ୍ଦିର ପରେ ଏବେ ମା' ସମଲେଶ୍ବରୀ ମନ୍ଦିରର ହେବ ବିକାଶ କାମ । ଏଥିପାଇଁ 200 କୋଟି ଟଙ୍କାର ‘ସମଲେଇ ଯୋଜନା’ ପ୍ରସ୍ତୁତ କରିଛନ୍ତି ରାଜ୍ୟ ସରକାର । ୨୦୨୧-୨୨ ଆର୍ଥିକ ବର୍ଷରେ 2ଶହ କୋଟି ଖର୍ଚ୍ଚ ହେବ ବୋଲି ରାଜ୍ୟ ସରକାରଙ୍କ ପକ୍ଷରୁ ଘୋଷଣା କରାଯାଇଛି ।

କୋଟି ଓଡିଆଙ୍କ ଆସ୍ଥା ଓ ବିଶ୍ବାସର କେନ୍ଦ୍ର ମା' ସମଲେଇ । ପ୍ରତିଦିନ ରାଜ୍ୟ ତଥା ରାଜ୍ୟ ବାହାରୁ ହଜାର ହଜାର ଭକ୍ତମା'ଙ୍କ ଦର୍ଶନ ପାଇଁ ଆସିଥାନ୍ତି । ନବରାତ୍ରୀ, ଦଶହରା, ନୂଆଖାଇ ଓ ଗୁରୁତ୍ବପୂର୍ଣ୍ଣ ପର୍ବପର୍ବାଣୀମାନଙ୍କରେ ମାଙ୍କ ପୀଠରେ ଭକ୍ତ ସମାଗମ ବୃଦ୍ଧି ହୋଇଥାଏ । ପୁରୀର ଶ୍ରୀଜଗନ୍ନାଥ ଓ ଭୁବନେଶ୍ବରର ଶ୍ରୀ ଲିଙ୍ଗରାଜ ମନ୍ଦିର ପରେ ୫-ଟି ଉପକ୍ରମ ଅଧୀନରେ ରାଜ୍ୟର ଅନ୍ୟତମ ପ୍ରସିଦ୍ଧ ଦେବୀ ପୀଠ ସମ୍ବଲପୁରର ମା' ସମଲେଇଙ୍କ ମନ୍ଦିର ଅଞ୍ଚଳର ବିକାଶ ପାଇଁ ରାଜ୍ୟ ସରକାର ଯୋଜନା ପ୍ରସ୍ତୁତ କରିଛନ୍ତି ।

ଏ ସଂପର୍କରେ ପୂର୍ତ୍ତ ବିଭାଗ ପକ୍ଷରୁ ପ୍ରସ୍ତୁତ ଚିଠା ପ୍ରସ୍ତାବକୁ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିକଟରେ ଉପସ୍ଥାପନା କରାଯାଇଥିଲା । ୨୦୨୧-୨୨ ଆର୍ଥିକ ବର୍ଷରେ ୨୦୦ କୋଟି ଟଙ୍କା ଖର୍ଚ୍ଚ କରାଯାଇ ସମଲେଶ୍ବରୀଙ୍କ ପୀଠ ତଥା ଆଖପାଖର ୧୦୮ ଏକର ଜମିରେ ବିକାଶ କରାଯିବ। ଏହି ଯୋଜନାରେ ମାଙ୍କ ମନ୍ଦିରର ସୌନ୍ଦର୍ଯ୍ୟକରଣ, ସ୍ଥାନୀୟ ଲୋକଙ୍କ ଆର୍ଥିକ ବିକାଶ ତଥା ପର୍ଯ୍ୟଟକ ଓ ଭକ୍ତ ମାନଙ୍କ ପାଇଁ ଏକ ଅନନ୍ୟ ଅନୁଭୂତି ହେବା ଉଦ୍ଦେଶ୍ୟରେ ଏହି ପ୍ରକଳ୍ପ କାର୍ଯ୍ୟ କରିବ।

୧. ମା ଙ୍କ ମନ୍ଦିରର ସୁରକ୍ଷା ଓ ବିକାଶ

ମା' ଙ୍କ ମନ୍ଦିର ଅଞ୍ଚଳ ୧୨ ଏକର ଜମି ଉପରେ ପ୍ରତିଷ୍ଠିତ । ତେଣୁ ଏଠାରୁ ଆସୁଥିବା ଭକ୍ତମାନେ ଯେଭଳି ସୁବିଧାରେ ମା'ଙ୍କର ଦର୍ଶନ କରିପାରିବେ, ସେଥିପାଇଁ ଧାଡି ପରିଚାଳନା ବ୍ୟବସ୍ଥା, ବିଭିନ୍ନ ଧାର୍ମିକ ଉତ୍ସବ ଅନୁଷ୍ଠାନ ପାଇଁ ସ୍ଥାନ ସହିତ ଭୋଗମଣ୍ଡପ ଓ ପୂଜାରୀଙ୍କ ବିଶ୍ରାମଗୃହ ନିର୍ମାଣ କରାଯିବ । ମନ୍ଦିରର ଚାରି ଦିଗରେ ୪ଟି ସୁଦୃଶ୍ୟ ଐତିହ୍ୟ ଦ୍ବାର ନିର୍ମାଣ କରାଯିବ । ଭକ୍ତମାନେ ପୂର୍ବଦ୍ବାର ଦେଇ ମନ୍ଦିରକୁ ପ୍ରବେଶ କରିବେ ଏବଂ ଅନ୍ୟ ୩ଟି ଦ୍ବାର ଦେଇ ବାହାରକୁ ବାହାରିବେ ।

୨. ଐତିହ୍ୟ କରିଡ଼ର

ମନ୍ଦିର ଚାରିପଟେ ଭକ୍ତମାନେ ଯେପରି ସୁବିଧାରେ ପରିକ୍ରମା କରିପାରିବେ, ସେଥିପାଇଁ ୧ କିଲୋମିଟର ଦୈର୍ଘ୍ୟ ବିଶିଷ୍ଟ ଏକ ପାଦଚଲା ରାସ୍ତା ନିର୍ମାଣ କରାଯିବ । ସମ୍ବଲପୁରର ଜଳବାୟୁକୁ ଦୃଷ୍ଟିରେ ରଖି ପରିକ୍ରମା ପଥରେ ଛାୟାପ୍ରଦ ବୃକ୍ଷ ଆଦି ରୋପଣ କରାଯିବ।

୩. ଯାତ୍ରୀ ସୁବିଧା

ଯାତ୍ରୀମାନଙ୍କ ପାଇଁ ସେଠାରେ ପର୍ଯ୍ୟାପ୍ତ ସୁବିଧାର ବିକାଶ କରାଯିବ ଏବଂ ତାସହିତ ପାର୍କିଂ ଜାଗା, ସ୍ବତନ୍ତ୍ର ଭେଣ୍ଡିଙ୍ଗ ଜୋନ, ଶୌଚାଳୟ, ସୂଚନା କେନ୍ଦ୍ର, ଦାନ କେନ୍ଦ୍ର ଇତ୍ୟାଦି ବ୍ୟବସ୍ଥା ରଖାଯିବ । ତାସହିତ ମନ୍ଦିର ପାଖରେ ଯାତ୍ରୀନିବାସର ମଧ୍ୟ ସୁବିଧା ଉପଲବ୍ଧ ହେବ ।

୪. ସେବାୟତ ପରିବାର ପାଇଁ ବାସଗୃହ

ମନ୍ଦିର ନିକଟରେ ରହୁଥିବା ସେବାୟତମାନଙ୍କ ପାଇଁ ସୁରକ୍ଷିତ ବାସଗୃହ ପ୍ରକଳ୍ପ ହାତକୁ ନିଆଯିବ ଏବଂ ଏଥିରେ ସମସ୍ତ ପ୍ରକାର ମୌଳିକ ସୁବିଧାର ବିକାଶ କରାଯିବ ।

୫. ମନ୍ଦିର ଓ ମହାନଦୀ ସଂଯୋଗ ରାସ୍ତା

ମା'ଙ୍କ ଦର୍ଶନ ପାଇଁ ଆସୁଥିବା ଭକ୍ତମାନେ ଯେପରି ମନ୍ଦିରରୁ ମହାନଦୀ ଘାଟକୁ ସୁବିଧାରେ ଯାଇପାରିବେ, ସେଥିପାଇଁ ୩୦ ମିଟର ଚଉଡା ବିଶିଷ୍ଟ ପାଦଚଲା ରାସ୍ତାର ମଧ୍ୟ ବିକାଶ କରାଯିବ।

୬. ମହାନଦୀ ଆଳତୀ

ଉପରୋକ୍ତ ପାଦଚଲା ରାସ୍ତାର ମଧ୍ୟ ଭାଗରେ ଏକ ୩୦ ମିଟର ବିଶିଷ୍ଟ ଡେକ ନିର୍ମାଣ କରାଯିବ, ଯେଉଁଠାରୁ କି ଉଭୟ ମହାନଦୀ ଓ ମାଙ୍କ ମନ୍ଦିର ସ୍ପଷ୍ଟ ଭାବରେ ଦେଖାଯିବ। ସେଠାରେ ପ୍ରତିଦିନ ମହାନଦୀ ଆଳତୀ ଭକ୍ତମାନଙ୍କୁ ଏକ ଅନନ୍ୟ ଆଧ୍ୟାତ୍ମିକ ଅନୁଭୂତି ଦେବ ।

୭. ରିଙ୍ଗ ରୋଡ ବିକାଶ

ବର୍ତ୍ତମାନର ରିଙ୍ଗ ରୋଡକୁ ଚଉଡା କରାଯିବ ଏବଂ ସେଥିରେ ସ୍ବତନ୍ତ୍ର ଭାବରେ ନଦୀ କୂଳେକୂଳେ ଚଲାପଥ ଓ ଅବସର ସୁବିଧା ରହିବ ।

୮. ନଦୀ କୂଳର ବିକାଶ

ନଦୀ କୂଳର ଯୋଜନାବଦ୍ଧ ଭାବରେ ବିକାଶ କରାଯିବ ଏବଂ ଲୋକମାନେ ଯେପରି ସୁବିଧାରେ ସେମାନଙ୍କର ପରମ୍ପରା ଓ ରୀତିନୀତି ପାଳନ କରିପାରିବେ, ସେଥିପାଇଁ ପ୍ଲାଟଫର୍ମର ବ୍ୟବସ୍ଥା କରାଯିବ । ତାସହିତ ପର୍ଯ୍ୟଟକଙ୍କୁ ମହାନଦୀର ଦୃଶ୍ୟ ଅବଲୋକନ ପାଇଁ ପାଭିଲିଅନ, ପ୍ଲାଜା ଓ ଡେକ ଆଦି ନିର୍ମାଣ କରାଯିବ । ପୁରୁଣା ଦିନ ଭଳି ମହାନଦୀରୁ ମନ୍ଦିର ସ୍ପଷ୍ଟ ଦେଖାଯିବ।

୯. ରେଲୱେ ରାସ୍ତର ପ୍ରଶସ୍ତିକରଣ

ରେଳଷ୍ଟେସନରୁ ମନ୍ଦିରର ଉତ୍ତର ପାର୍ଶ୍ବକୁ ସଂଯୁକ୍ତ କରୁଥିବା ରାସ୍ତାକୁ ପ୍ରଶସ୍ତ କରାଯିବ । ଯାହାଫଳରେ ଟ୍ରାଫିକ ସମସ୍ୟା ଦୂର ହୋଇପାରିବ।

10. ଶ୍ମଶାନର ପୁନର୍ବିନ୍ୟାସ

ବର୍ତ୍ତମାନ ଥିବା ଶ୍ମଶାନକୁ ପୂର୍ବ ପଟକୁ ସ୍ଥାନାନ୍ତର କରାଯିବ ଏବଂ ଏଠାରେ ଆଧୁନିକ ସୁବିଧାର ବିକାଶ କରାଯିବ । ଏହି ଶ୍ମଶାନଟି 9 ମିଟର ବିଶିଷ୍ଟ ପାଦଚଲା ରାସ୍ତା ଦ୍ବାରା ମହାନଦୀ ସହ ସଂଯୁକ୍ତ ହେବା ଫଳରେ ଲୋକମାନେ ସୁବିଧାରେ ନଦୀଘାଟକୁ ଯାଇ ପରମ୍ପରା ଓ ରୀତିନୀତି ପାଳନ କରିପାରିବେ ।

ଏହି ଚିଠା ମାଷ୍ଟର ପ୍ଲାନ ସଂପର୍କରେ ଜନସାଧାରଣ development.samalei@gmail.com ଜରିଆରେ ମାର୍ଚ୍ଚ ୧୫ ସୁଦ୍ଧା ସେମାନଙ୍କର ମୂଲ୍ୟବାନ ମତାମତ ଦେଇପାରିବେ । ସମଲାଇ ପ୍ରକଳ୍ପର ସଫଳ ରୂପାୟନ ପାଇଁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କ ସହଯୋଗ କାମନ କରିଥିଲେ । ଏହି ବୈଠକରେ ମୁଖ୍ୟ ଶାସନ ସଚିବ, ଉନ୍ନୟନ କମିଶନରଙ୍କ ସମେତ ବିଭିନ୍ନ ବିଭାଗର ପ୍ରମୁଖ ଶାସନ ସଚିବ ଓ ଶାସନ ସଚିବ ଉପସ୍ଥିତ ଥିଲେ । ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ ପାଣ୍ଡିଆନ କାର୍ଯ୍ୟକ୍ରମକୁ ସଂଯୋଜନା କରିଥିଲେ ।

ଭୁବନେଶ୍ବରରୁ ଭବାନୀ ଶଙ୍କର ଦାସ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.