ETV Bharat / city

CS Reviews Power Situation: ନିରବଚ୍ଛିନ୍ନ ବିଦ୍ୟୁତ୍‌ ଯୋଗାଣ ନିର୍ଦ୍ଦେଶ ଦେଲେ ମୁଖ୍ୟ ସଚିବ

ରାଜ୍ୟରେ ବିଦ୍ୟୁତ ସଙ୍କଟ ନେଇ ବସିଛି ଗୁରୁତ୍ୱପୂର୍ଣ୍ଣ ବୈଠକ । ସମସ୍ତ ଘରକୁ ନିରବଚ୍ଛିନ୍ନ ବିଦ୍ୟୁତ ଯୋଗାଣ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟ ଶାସନ ସଚିବ । ଛାତ୍ରଛାତ୍ରୀଙ୍କ ପରୀକ୍ଷା ଓ ରାଜ୍ୟରେ ଜାରି ରହିଥିବା ତାତିକୁ ଦୃଷ୍ଟିରେ ରଖି ବିଦ୍ୟୁତ ଯୋଗାଣ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟ ଶାସନ ସଚିବ । ଅଧିକ ପଢନ୍ତୁ

author img

By

Published : Apr 25, 2022, 11:51 AM IST

ବିଦ୍ୟୁତ କାଟ ନେଇ ମୁଖ୍ୟ ଶାସନ ସଚିବଙ୍କ ବୈଠକ
ବିଦ୍ୟୁତ କାଟ ନେଇ ମୁଖ୍ୟ ଶାସନ ସଚିବଙ୍କ ବୈଠକ

ଭୁବନେଶ୍ବର: ରାଜ୍ୟରେ ବିଦ୍ୟୁତ ସଙ୍କଟ ନେଇ ବସିଛି ଗୁରୁତ୍ୱପୂର୍ଣ୍ଣ ବୈଠକ । ସମସ୍ତ ଘରକୁ ନିରବଚ୍ଛିନ୍ନ ବିଦ୍ୟୁତ ଯୋଗାଣ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟ ଶାସନ ସଚିବ । ଛାତ୍ରଛାତ୍ରୀଙ୍କ ପରୀକ୍ଷା ଓ ରାଜ୍ୟରେ ଜାରି ରହିଥିବା ତାତିକୁ ଦୃଷ୍ଟିରେ ରଖି ବିଦ୍ୟୁତ ଯୋଗାଣ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟ ଶାସନ ସଚିବ । ରାଜ୍ୟର ସମସ୍ତ ଗ୍ରାମାଞ୍ଚଳ ଓ ସହରାଞ୍ଚଳରେ ଅନବରତ ବିଜୁଳି ଯୋଗାଣକୁ ସୁନିଶ୍ଚିତ କରିବାକୁ ବୈଠରେ ସମସ୍ତ ଡିସିକମମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟଶାସନ ସଚିବ ।

  • @SecyChief directed DISCOMs not do any load regulation during day time. @ohpc_odisha was asked to ramp up generation to meet the deficit during day time.

    — Energy Odisha (@EnergyOdisha) April 25, 2022 " class="align-text-top noRightClick twitterSection" data=" ">

ଖରା ତାତି ବଢୁଥିବାରୁ ଓ ପିଲାଙ୍କ ପରୀକ୍ଷା ଥିବାରୁ ବିଜୁଳି ଯୋଗାଣକୁ ନିଶ୍ଚିତ କରିବା ପାଇଁ ନିର୍ଦେଶ ହୋଇଛି । ରାଜ୍ୟରେ ବିଦ୍ୟୁତ ସଙ୍କଟ ନେଇ ଆଜି ଗୁରୁତ୍ୱପୂର୍ଣ୍ଣ ବୈଠକ ବସିଥିଲା । ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ବସିଥିଲା ବୈଠକ । ଭିସି ଜରିଆରେ ବସିଥିବା ବୈଠକରେ ଶକ୍ତି ସଚିବ ନିକୁଞ୍ଜ ବିହାରୀ ଧଳ ଉପସ୍ଥିତ ଥିଲେ । ରାଜ୍ୟରେ ଏବେ ଯେଉଁ ବିଜୁଳି କାଟ ହେଉଛି ତାହା ସାମୟିକ ବୋଲି କୁହାଯାଇଛି । ଗ୍ରୀଡକୋ, ଓପିଟିସିଏଲ, ଓଏଚପିସି, ଓପିଜିସି ପରି ବିଦ୍ୟୁତ ଉତ୍ପାଦନ କାରୀ ସଂସ୍ଥାର ପ୍ରତିନିଧିମାନେ ବୈଠକରେ ଉପସ୍ଥିତ ଥିଲେ ।

ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ବିଦ୍ୟୁତ ଚାହିଦା ବଢ଼ୁଛି । ପିକ ସମୟରେ 10 ପ୍ରତିଶତ ଅଧିକ ଚାହିଦା ରହୁଛି । ରାଜ୍ୟରେ ବର୍ତ୍ତମାନ ବିଜୁଳି ଯୋଗାଣରେ ଯେଉଁ ସମସ୍ୟା ରହିଛି ତାହା ସାମୂହିକ ସମସ୍ୟା । ଦିନ ସମୟରେ ବିଜୁଳି ଯୋଗାଣରେ ଯେପରି କୌଣସି ଅସୁବିଧା ନ ହେବ ସେ ନେଇ ଡ଼ିସକମମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟ ଶାସନ ସଚିବ । ସମସ୍ତ ଆଇଆଇପି ବା ବିଦ୍ୟୁତ ଉତ୍ପାଦନ କାରୀ ସଂସ୍ଥାମାନଙ୍କୁ କୋଇଲା ଯୋଗାଇ ଦେବା ପାଇଁ ନିର୍ଦେଶ ଦିଆଯାଇଛି ।

ଭୁବନେଶ୍ବରରୁ ଭବାନୀ ଶଙ୍କର ଦାସ,ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.