ETV Bharat / city

OPHWCର ପୂର୍ବତନ ଡେପୁଟି ମ୍ୟାନେଜର ପ୍ରତାପ ସାମଲଙ୍କୁ ବାଧ୍ୟତାମୂଳକ ଅବସର

author img

By

Published : Nov 18, 2021, 1:38 PM IST

ମୁଖ୍ୟମନ୍ତ୍ରୀଙ୍କ ଆକ୍ସନ ନମ୍ବର 131 । OPHWCର ପୂର୍ବତନ ଡେପୁଟି ମ୍ୟାନେଜର ପ୍ରତାପ ସାମଲଙ୍କୁ ବାଧ୍ୟତାମୂଳକ ଅବସର ଦେଲେ ରାଜ୍ୟ ସରକାର । ଅଧିକ ପଢନ୍ତୁ

OPHWCର ପୂର୍ବତନ ଡେପୁଟି ମ୍ୟାନେଜର ପ୍ରତାପ ସାମଲଙ୍କୁ ବାଧ୍ୟତାମୂଳକ ଅବସର
OPHWCର ପୂର୍ବତନ ଡେପୁଟି ମ୍ୟାନେଜର ପ୍ରତାପ ସାମଲଙ୍କୁ ବାଧ୍ୟତାମୂଳକ ଅବସର

ଭୁବନେଶ୍ବର: OPHWCର ପୂର୍ବତନ ଡେପୁଟି ମ୍ୟାନେଜର ପ୍ରତାପ ସାମଲଙ୍କୁ ବାଧ୍ୟତାମୂଳକ ଅବସର । ଅପାରଗତା ଓ ଦୁର୍ନୀତି ଯୋଗୁଁ ରାଜ୍ୟ ସରକାର ପ୍ରତାପଙ୍କୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି । ନିକଟରେ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରରେ ତାଙ୍କ ବାସଭବନରେ ଭିଜିଲାନ୍ସ ରେଡ୍ କରିଥିଲା ଏବଂ ପରେ ତାଙ୍କୁ ନିଲମ୍ବିତ କରାଯାଇଥିଲା ।

ସାଧାରଣ ଜୀବନରେ ସାଧୁତା ଓ ନୈତିକତା ବଜାୟ ରଖିବା ସହ ଜନସାଧାରଣଙ୍କୁ ସ୍ବଚ୍ଛ, ଦକ୍ଷ ଏବଂ ଉତ୍ତରଦାୟୀ ପ୍ରଶାସନ ମାଧ୍ୟମରେ ସେବା ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିରନ୍ତର ପ୍ରଚେଷ୍ଟା ଜାରି ରଖିଛନ୍ତି । ସବୁ ସମୟରେ ପ୍ରଶାସନିକ ବ୍ୟବସ୍ଥାରେ ସ୍ବଚ୍ଛତା ଉପରେ ସର୍ବାଧିକ ଗୁରୁତ୍ବ ଆରୋପ କରିଆସିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ଆଭିମୁଖ୍ୟ ଅନୁଯାୟୀ ଦୁର୍ନୀତିଗ୍ରସ୍ତ ଓ ଅପାରଗ ଅଧିକାରୀଙ୍କ ବିରୁଦ୍ଧରେ ଶୂନ୍ୟ ସହିଷ୍ଣୁତା ନୀତି ଅବଲମ୍ବନ କରି କଠୋର ପଦକ୍ଷେପ ନିଆଯାଉଛି ।

ଏହି କ୍ରମରେ ଆଜି ରାଜ୍ୟ ସରକାର ଓଡିଶା ରାଜ୍ୟ ପୋଲିସ ଗୃହ ନିର୍ମାଣ ଓ କଲ୍ୟାଣ ନିଗମର (Odisha state Police Housing & Welfare Corporation) ପୂର୍ବତନ ଡେପୁଟି ମ୍ୟାନେଜର ପ୍ରତାପ କୁମାର ସାମଲଙ୍କୁ ଅପାରଗତା ଓ ଦୁର୍ନୀତି ଯୋଗୁଁ ବାଧ୍ୟତାମୂଳକ ଅବସର ଦେଇଛନ୍ତି ।

ପୂର୍ବରୁ ବ୍ୟାପକ ଦୁର୍ନୀତି ଅଭିଯୋଗରେ ପ୍ରତାପ ନିଲମ୍ବିତ ହୋଇଥିଲେ । ନିକଟରେ ତାଙ୍କ ବାସଭବନ ଉପରେ ଦୁର୍ନୀତି ନିବାରଣ ବିଭାଗ ପକ୍ଷରୁ ଚଢଉ କରାଯାଇ ବ୍ୟାପକ ପରିମାଣର ଆୟ ବହିର୍ଭୂତ ସମ୍ପତ୍ତି ଜବତ କରାଯାଇଥିଲା । ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ୧୩୧ ଜଣ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ବା ଚାକିରିରୁ ବହିଷ୍କାର କରାଗଲାଣି ।

ଭୁବନେଶ୍ବରରୁ ଭବାନୀ ଶଙ୍କର ଦାସ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.