ETV Bharat / city

ମୁଖ୍ୟମନ୍ତ୍ରୀଙ୍କ ଜିରୋ ଟଲେରାନ୍ସ ନୀତି; ଆଉ ୮ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର

author img

By

Published : Nov 12, 2021, 1:53 PM IST

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜିରୋ ଟଲେରାନ୍ସ ନୀତି । ଆଜି(ଶୁକ୍ରବାର) ପୁଣି ୮ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦେଲେ ରାଜ୍ୟ ସରକାର । ଅଧିକ ପଢନ୍ତୁ...

ମୁଖ୍ୟମନ୍ତ୍ରୀଙ୍କ ଜିରୋ ଟଲେରାନ୍ସ ନୀତି; ଆଉ ୮ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର
ମୁଖ୍ୟମନ୍ତ୍ରୀଙ୍କ ଜିରୋ ଟଲେରାନ୍ସ ନୀତି; ଆଉ ୮ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର

ଭୁବନେଶ୍ବର: ରାଜ୍ୟ ସରକାର ଆଜି ୮ ଜଣ ସରକାରୀ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି । ଅନୈତିକତା, ଅପାରଗତା ଓ ଦୁର୍ନୀତି ଯୋଗୁଁ ସରକାର ତାଙ୍କୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି । ଏହି ୮ ଜଣଙ୍କୁ ମିଶାଇ ବର୍ତ୍ତମାନ ସୁଦ୍ଧା ୧୩୦ ଜଣ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ବା ଚାକିରିରୁ ବହିଷ୍କାର କରାଯାଇଛି ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଶାସନିକ ବ୍ୟବସ୍ଥାରେ ସ୍ବଚ୍ଛତା ଉପରେ ସର୍ବାଧିକ ଗୁରୁତ୍ବ ଆରୋପ କରୁଛନ୍ତି । ସାଧାରଣ ଜୀବନରେ ସାଧୁତା ଓ ନୈତିକତା ବଜାୟ ରଖିବା ସହ ଜନସାଧାରଣଙ୍କୁ ସ୍ବଚ୍ଛ, ଦକ୍ଷ ଏବଂ ଉତ୍ତରଦାୟୀ ପ୍ରଶାସନ ମାଧ୍ୟମରେ ସେବା ଯୋଗାଇ ଦେବା ପାଇଁ ନିରନ୍ତର ପ୍ରଚେଷ୍ଟା ଜାରି ରଖିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ଆଭିମୁଖ୍ୟ ଅନୁଯାୟୀ ରାଜ୍ୟ ସରକାର ଦୁର୍ନୀତିଗ୍ରସ୍ତ ଓ ଅପାରଗ ଅଧିକାରୀଙ୍କ ବିରୁଦ୍ଧରେ କଠୋର ପଦକ୍ଷେପ ଜାରି ରଖିଛନ୍ତି ।

ବାଧ୍ୟତାମୂଳକ ଅବସର ଦିଆଯାଇଥିବା ୮ ଜଣଙ୍କ ମଧ୍ୟରୁ ନିମାପଡାର ପୂର୍ବତନ ତହସିଲଦାର ତଥା ସବ୍‌ ରେଜିଷ୍ଟର ଦାୟିତ୍ବରେ ଥିବା OAS ଅଧିକାରୀ ରାମଚନ୍ଦ୍ର ଜେନାଙ୍କ ବିରୁଦ୍ଧରେ ୩ଟି ଦୁର୍ନୀତି ଅଭିଯୋଗ ରହିଛି । ଭିଜିଲାନ୍ସ ପକ୍ଷରୁ ଯାଞ୍ଚ କରାଯାଇଥିବା ସମୟରେ ତାଙ୍କ ନିକଟରୁ ଏକାଧିକ ପ୍ୟାନ୍‌ କାର୍ଡ ସହିତ ୫ ଲକ୍ଷ ଟଙ୍କା ଜବତ କରାଯାଇଥିଲା । ଏହାପର ଠାରୁ ସେ ଚାକିରିରୁ ନିଲମ୍ବିତ ହୋଇଥିଲେ ।

ସେହିପରି ଜଗତସିଂହପୁରର ପୂର୍ବତନ ଡ଼େପୁଟି କଲେକ୍ଟର OAS ଅଧିକାରୀ ଗୌରାଙ୍ଗ ଚରଣ ମହାନ୍ତିଙ୍କ ବିରୁଦ୍ଧରେ ୭ଟି ଦୁର୍ନୀତି ଅଭିଯୋଗ ଥିଲା । ତାଙ୍କ ନାମରେ ସରକାରୀ ପାଣ୍ଠି ଆତ୍ମସାତ ତଥା ସରକାରୀ ଯୋଜନାର ସୁବିଧା ଆବଣ୍ଟନରେ ଅନିୟମିତତାର ଅଭିଯୋଗ ଥିଲା ।

ସୁନ୍ଦରଗଡ ଲାଠିକଟାର ପୂର୍ବତନ ତହସିଲଦାର ଏବଂ ବର୍ତ୍ତମାନ ବରଗଡର ଅମ୍ବାଭୋନାରେ ବି.ଡି.ଓ ଥିବା ଓ.ଏ.ଏସ୍‌ ଅଧିକାରୀ ଆଲଫୋନ୍‌ସ ବିଲୁଙ୍ଗଙ୍କ ନାମରେ ୩ଟି ଦୁର୍ନୀତି ଅଭିଯୋଗ ରହିଛି । ସେ ଜମିର କିସମ ପରିବର୍ତ୍ତନ ତଥା ରାଜସ୍ବ ଆଦାୟ କ୍ଷେତ୍ରରେ ଅନୁଚିତ ଅନୁଗ୍ରହ ପ୍ରଦାନ କରି ସରକାରଙ୍କୁ କ୍ଷତି ପହଞ୍ଚାଇଥିଲେ ।

ସେହିପରି କେନ୍ଦୁଝର ଜଳସେଚନ ବିଭାଗ ବୈତରଣୀ ଡିଭିଜନର ପୂର୍ବତନ ସୁପରିଟେଣ୍ଡିଂ ଇଞ୍ଜିନିୟର ବିଧାନ ଚନ୍ଦ୍ର ସାହୁଙ୍କ ନାମରେ ଗୋଟିଏ ଦୁର୍ନୀତି ଅଭିଯୋଗ ରହିଛି । ୨୦୨୧ ଅକ୍ଟୋବର ମାସରେ ସେ ବହୁ ପରିମାଣର ଟଙ୍କା ଧରି ଯାଉଥିବାର ଖବର ପାଇ ଦୁର୍ନୀତି ନିବାରଣ ବିଭାଗ ପକ୍ଷରୁ ତାଙ୍କୁ ହଠାତ୍‌ ଯାଞ୍ଚ କରାଯାଇଥିଲା । ତାଙ୍କ ନିକଟରୁ ୧୦ ଲକ୍ଷ ଟଙ୍କା ଜବତ କରିଥିଲା । ଏହାପରେ ତାଙ୍କ ସମ୍ପତ୍ତି ଉପରେ ଚଢଉ କରାଗଲା ବେଳେ ଅନେକ ପରିମାଣର ଆୟ ବହିର୍ଭୂତ ସମ୍ପତ୍ତି ଠାବ କରାଯାଇଥିଲା ।

କଳାହାଣ୍ଡି ଲାଞ୍ଜିଗଡ ବ୍ଲକ୍‌ର ବିଶ୍ବନାଥପୁରଠାରେ ସମନ୍ବିତ ଶିଶୁ ବିକାଶ ଯୋଜନାର CDPO ମୀନା ପାତ୍ର ୨୦୨୧ ଅକ୍ଟୋବର ୪ ତାରିଖରେ ୨ଟି ସ୍ବୟଂ ସହାୟତା ଗୋଷ୍ଠୀ ଠାରୁ ଛତୁଆ ଯୋଗାଣ ପାଇଁ ୮୦ ହଜାର ଟଙ୍କା ଲାଞ୍ଚ ଗ୍ରହଣ କରୁଥିଲେ । ତାଙ୍କୁ ଦୁର୍ନୀତି ନିବାରଣ ବିଭାଗ ପକ୍ଷରୁ ଚଢଉ କରି ଧରିଥିଲା । ଭବାନୀପାଟଣାରେ ତାଙ୍କର ୨ଟି କୋଠାଘର ଓ ୬ଟି ପ୍ଲଟ୍‌ ରହିଛି । ତାଙ୍କର ସମୁଦାୟ ସମ୍ପତ୍ତିର ମୂଲ୍ୟ ପ୍ରାୟ ୧ କୋଟି ୮୦ ଲକ୍ଷ ଟଙ୍କା ହେବ ବୋଲି ଆକଳନ କରାଯାଇଛି ।

ସେହିପରି କଳାହାଣ୍ଡି ଥୁଆମୂଳ ରାମପୁର ବ୍ଲକ୍‌ର ସମନ୍ବିତ ଶିଶୁ ବିକାଶ ଯୋଜନାର ସିଡିପିଓ ପୁଷ୍ପାଞ୍ଚଳୀ ରଥ ୨୦୨୧ ଅକ୍ଟୋବର ୨୫ ତାରିଖରେ ଗୋଟିଏ କର୍ମୀ ନିଯୁକ୍ତି ପାଇଁ ୧ ଲକ୍ଷ ଟଙ୍କା ଦାବି କରି ଲାଞ୍ଚ ଗ୍ରହଣ କରୁଥିବା ବେଳେ, ଦୁର୍ନୀତି ନିବାରଣ ବିଭାଗ ପକ୍ଷରୁ ତାଙ୍କୁ ଧରାଯାଇଥିଲା । ଯାଞ୍ଚ ସମୟରେ ତାଙ୍କ ନିକଟରେ ବହୁ ପରିମାଣର ସମ୍ପତ୍ତି ଠାବ କରାଯାଇଥିଲା । ସେଥିମଧ୍ୟରୁ ବଲାଙ୍ଗୀରରେ ଗୋଟିଏ ଦ୍ବିତଳ ପ୍ରାସାଦ, ଗୋଟିଏ ଟାଟା ନେକ୍‌ସନ କାର୍‌, ୩ଟି ପ୍ଲଟ୍‌ ଏବଂ ତାସହିତ ନିଜର ଓ ପରିବାରର ସଦସ୍ୟଙ୍କ ନାମରେ ଅନେକ ପୁଞ୍ଜି ବିନିଯୋଗ କରାଯାଇଛି ।

ଓଡିଶା ଅବକାରୀ ସେବା ଅଧିନରେ କାମ କରୁଥିବା ଦେବଗଡର ପୂର୍ବତନ ଡେପୁଟି ଅବକାରୀ ସୁପରିଟେଣ୍ଡେଣ୍ଟ ଅଜିତ କୁମାର ମହାପାତ୍ର ୨୦୨୧ ସେପ୍ଟେମ୍ବର ୨୯ ତାରିଖ ଦିନ ଦେଢ ଲକ୍ଷ ଟଙ୍କା ଲାଞ୍ଚ ନେଉଥିବା ବେଳେ ତାଙ୍କୁ ଦୁର୍ନୀତି ନିବାରଣ ବିଭାଗ ପକ୍ଷରୁ ଧରାଯାଇଥିଲା । ଯାଞ୍ଚ ସମୟରେ ବର୍ତ୍ତମାନ ସୁଦ୍ଧା ତାଙ୍କ ନିକଟରୁ ଧରାଯାଇଥିବା ସଂପତ୍ତିଗୁଡିକ ହେଉଛି (୧) ବ୍ରହ୍ମପୁର ସହରରେ ୬୦ ଲକ୍ଷ ଟଙ୍କା ବିଶିଷ୍ଟ ଏକ ମହଲା ବିଶିଷ୍ଟ କୋଠାଘର, (୨) ବ୍ରହ୍ମପୁର ତହସିଲରେ ତାଙ୍କ ପତ୍ନୀଙ୍କ ନାମରେ ୨ଟି ପ୍ଲଟ ଓ ଅନେକ ସୁନା ଅଳଙ୍କାର ।

ଭଦ୍ରକ ଜିଲ୍ଲା ତିହିଡି ବ୍ଲକର କ୍ୟାସିଅର ଭାବରେ କାମ କରୁଥିବା ପ୍ରଭାକର ପ୍ରଧାନ ବିଭିନ୍ନ ହିତାଧିକାରୀଙ୍କ ଠାରୁ ୨୦ ଲକ୍ଷ ଟଙ୍କା ଲାଞ୍ଚ ନେଇଥିଲେ । ସେ ସରକାରୀ ଅର୍ଥକୁ ତାଙ୍କ ପତ୍ନୀ ଓ ବନ୍ଧୁବାନ୍ଧବଙ୍କ ଆକାଉଣ୍ଟରେ ଜମା କରିଦେଇଥିଲେ । ତାଙ୍କ ନାମର ଦୁଇଟି ଅଭିଯୋଗ ରହିଛି । ତାଙ୍କ ଗିରଫ କରାଯାଇ ବିଚାର ବିଭାଗୀୟ ହାଜତରେ ରଖାଯାଇଛି । ଉପରୋକ୍ତ ୮ ଜଣ ଅଧିକାରୀଙ୍କ ସମେତ ଏପର୍ଯ୍ୟନ୍ତ ୧୩୦ ଜଣଙ୍କୁ ଦୁର୍ନୀତି ଓ ଅପାରଗତା ଅଭିଯୋଗରେ ରାଜ୍ୟ ସରକାର ବାଧ୍ୟତାମୂଳକ ଅବସର ଦେଇଛନ୍ତି ।

ଭୁବନେଶ୍ବରରୁ ଭବାନୀ ଶଙ୍କର ଦାସ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.