ETV Bharat / city

ଅକ୍ଷୟ ତୃତୀୟାରେ ଚାଷୀଙ୍କୁ କାଳିଆ ସହାୟତା, ୪୦ ଲକ୍ଷ ଖାତାକୁ ଗଲା ୮୦୦ କୋଟି

ଅକ୍ଷୟ ତୃତୀୟା ଓ କୃଷକ ଦିବସ ଅବସରରେ କାଳିଆ ଯୋଜନାର ସହାୟତା ପ୍ରଦାନ କରିଛନ୍ତି । ରାଜ୍ୟର ପ୍ରାୟ ୪୦ ଲକ୍ଷ କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କ ବ୍ୟାଙ୍କ ଖାତାକୁ ପାଖାପାଖି ୮୦୦ କୋଟି ଟଙ୍କା ଡିବିଟି ମାଧ୍ୟମରେ ପ୍ରଦାନ କରାଯାଇଛି । ଏହି ଟଙ୍କା ଚାଷ କାମରେ ଲଗାଇ କୃଷିରେ ଉନ୍ନତି ଆଣିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି । ଅଧିକ ପଢନ୍ତୁ

author img

By

Published : May 3, 2022, 8:26 PM IST

ଅକ୍ଷୟ ତୃତୀୟାରେ ଚାଷୀଙ୍କୁ କାଳିଆ ସହାୟତା
ଅକ୍ଷୟ ତୃତୀୟାରେ ଚାଷୀଙ୍କୁ କାଳିଆ ସହାୟତା

ଭୁବନେଶ୍ବର: ଅକ୍ଷୟ ତୃତୀୟା ଓ କୃଷକ ଦିବସ ଅବସରରେ କାଳିଆ ଯୋଜନାର ସହାୟତା ପ୍ରଦାନ ହୋଇଛି । ରାଜ୍ୟର ପ୍ରାୟ ୪୦ ଲକ୍ଷ କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କ ବ୍ୟାଙ୍କ ଖାତାକୁ ପାଖାପାଖି ୮୦୦ କୋଟି ଟଙ୍କା ଡିବିଟି ମାଧ୍ୟମରେ ପ୍ରଦାନ କରାଯାଇଛି । ଏହି ଟଙ୍କା ଚାଷ କାମରେ ଲଗାଇ କୃଷିରେ ଉନ୍ନତି ଆଣିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି । ବ୍ରଜରାଜନଗର ନଗର ଉପନିର୍ବାଚନ ଲାଗି ଆଦର୍ଶ ଆଚରଣ ବିଧି ଲାଗୁ ହୋଇଥିବାରୁ ଝାରସୁଗୁଡା ଜିଲ୍ଲାର ଚାଷୀ ପରବର୍ତ୍ତୀ ସମୟରେ ଏହି ସହାୟତା ରାଶି ପାଇବେ ।

ଏହା ବ୍ୟତୀତ କୃଷି ବିକାଶ ପାଇଁ ୮ ଟି ନୂଆ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି ନବୀନ । ପଣସ ମିଶନ ଓ ରିୱାର୍ଡ କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଛି । ଏହା ସହିତ ମିଲେଟ ମିଶନ ଓ ସମନ୍ବିତ କୃଷି ପ୍ରୋତ୍ସାହନ ନିମନ୍ତେ ସ୍ବତନ୍ତ୍ର କାର୍ଯ୍ୟକ୍ରମ (Special Programme for Promotion of Integrated Farming)ର ପ୍ରସାର ମଧ୍ୟ କରାଯାଉଛି । ପଣସ ମିଶନରେ ୯ ଟି ଜିଲ୍ଲାର ପଣସ ଚାଷୀଙ୍କ ପାଇଁ ୯୭ କୋଟି ଟଙ୍କାର ପ୍ରୋତ୍ସାହନ ରଖାଯାଇଛି । ରିୱାର୍ଡ ଯୋଜନାରେ ବୈଜ୍ଞାନିକ ପ୍ରଣାଳୀରେ ଜଳବିଭାଜିକା କାର୍ଯ୍ୟକ୍ରମ ଜରିଆରେ ଚାଷ ଜମିର ଉତ୍ପାଦକତା ବୃଦ୍ଧି ପାଇଁ ୫୦୦ କୋଟି ଟଙ୍କାର ଅର୍ଥ ବ୍ୟବସ୍ଥା କରାଯାଇଛି । ସେହିପରି ଓଡିଶା ମିଲେଟ ମିଶନରେ ୧୯ ଟି ଜିଲ୍ଲାର ୧୮୨ଟି ବ୍ଲକର ଚାଷୀ ମାନଙ୍କ ପାଇଁ ୨୮୦୮ କୋଟି ଟଙ୍କାର ବ୍ୟବସ୍ଥା କରାଯାଇଛି । ଏହା ସହିତ ସମନ୍ବିତ କୃଷିର ପ୍ରୋତ୍ସାହନ ପାଇଁ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ୮ଟି ଜିଲ୍ଲାର ୧.୮ ଲକ୍ଷ କୃଷକ ପରିବାରକୁ ସାମିଲ କରିବା ପାଇଁ ୨୩୯ କୋଟି ଟଙ୍କାର ଅର୍ଥ ବ୍ୟବସ୍ଥା କରାଯାଇଛି । ଏହି ୪ଟି ଯୋଜନା ପାଇଁ ୩୬୪୪ କୋଟି ଟଙ୍କା ଖର୍ଚ୍ଚ କରାଯିବ । ଚାଷୀଙ୍କ ପାଇଁ ନୂଆ ‘କୃଷକ ଓଡିଶା’ ପୋର୍ଟାଲ ଲୋକାର୍ପିତ କରିଛନ୍ତି ମୁଖ୍ୟମନ୍ତ୍ରୀ । ଏଥିରେ ଚାଷୀମାନେ ସାମିଲ ହୋଇ ସେମାନଙ୍କ ତଥ୍ୟ ଅପଡେଟ କଲେ ଆବଶ୍ୟକ ସେବା ଓ ପରାମର୍ଶ ପାଇପାରିବେ ।

ଏହା ସହିତ କୃଷକ ଓ କୃଷି ଉଦ୍ୟୋଗୀ ମାନଙ୍କ ପାଇଁ ‘ଗୋ-ସୁଗମ’ ପୋର୍ଟାଲର ମଧ୍ୟ ଶୁଭାରମ୍ଭ ହୋଇଛି । ଏହା କୃଷକ ମାନଙ୍କ ପାଇଁ ଦେଶର ପ୍ରଥମ ସିଙ୍ଗଲ ୱିନଡୋ ପ୍ଲାଟଫର୍ମ । ଏହାସହିତ କୃଷି ଓ ଆନୁସଂଗିକ କ୍ଷେତ୍ରରେ କୃଷକଙ୍କ ଆୟ ବୃଦ୍ଧି ନିମନ୍ତେ ବାସ୍ତବମୁଖୀ ନୀତି ନିର୍ଦ୍ଧାରଣ ପାଇଁ “ଆନ୍ତର୍ଜାତିକ ଖାଦ୍ୟ ନୀତି ଗବେଷଣା ପ୍ରତିଷ୍ଠାନ” ଓ ରାଜ୍ୟ କୃଷି ବିଭାଗ ମଧ୍ୟରେ ଏକ ବୁଝାମଣାପତ୍ର ମଧ୍ୟ ସ୍ବାକ୍ଷରିତ ହୋଇଛି ।

କୃଷକ ମାନଙ୍କ ସଶକ୍ତିକରଣ ପାଇଁ କୃଷକ ଉତ୍ପାଦକ ସଂଗଠନର ଏକ ମାର୍ଗଦର୍ଶିକା ମଧ୍ୟ ମୁଖ୍ୟମନ୍ତ୍ରୀ ଉନ୍ମୋଚିତ କରିଛନ୍ତି । ଭିଡିଓ କନଫରେନସିଂ ଜରିଆରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଚାଷୀ ଆମ ଅର୍ଥନୀତିର ମୁଖ୍ୟ ଆଧାର । ଆମର କୃଷକମାନେ କେବଳ ଓଡିଶା ନୁହେଁ, ସାରା ଦେଶର ଖାଦ୍ୟ ସୁରକ୍ଷାରେ ଗୁରୁତ୍ବପୂର୍ଣ୍ଣ ଭୂମିକା ଗ୍ରହଣ କରିଛନ୍ତି । ଓଡିଶା ପାଇଁ କୃଷକ ମାନେ ଗୌରବ ଆଣିଛନ୍ତି । ଏଥିପାଇଁ ମୁଖ୍ୟମନ୍ତ୍ରୀ ଚାଷୀ ଭାଇଭଉଣୀ ମାନଙ୍କୁ ଧନ୍ୟବାଦ ଜଣାଇଛନ୍ତି । କୃଷି ବିକାଶ ଓ କୃଷକ କଲ୍ୟାଣ ରାଜ୍ୟ ସରକାରଙ୍କ ସବୁଠାରୁ ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟକ୍ରମ ।

ତେଣୁ ଏବର୍ଷ କୃଷି ପାଇଁ ୨୦ ହଜାର କୋଟିରୁ ଅଧିକ ଟଙ୍କାର ବଜେଟ ରଖାଯାଇଛି । କୃଷି ମନ୍ତ୍ରୀ ଅରୁଣ ସାହୁ କହିଛନ୍ତି ଯେ, ଅନେକ ପ୍ରାକୃତିକ ବିପର୍ଯ୍ୟ ର ସମ୍ମୁଖୀନ ହେଲେ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟି ଓ ଦୃଢ଼ ନେତୃତ୍ୱ ପାଇଁ ଓଡ଼ିଶା ଆଜି କୃଷି କ୍ଷେତ୍ରରେ ଅଗ୍ରଣୀ ହୋଇପାରିଛି । କୃଷି କ୍ଷେତ୍ରରେ ମହିଳା ମାନଙ୍କୁ ଅଗ୍ରାଧିକାର ଦିଆଯାଉଛି । କାର୍ଯ୍ୟକ୍ରମରେ କଳାହାଣ୍ଡି ଜିଲ୍ଲାର ଚାଷୀ ନିର୍ମଳ ନାୟକ, ବାଲେଶ୍ବରର ବଇଦ ନାୟକ ଓ ସୁନ୍ଦରଗଡ ଜିଲ୍ଲାର ଚାଷୀ ମେନକା ଭୋଇ ପ୍ରମୁଖ କାଳିଆ ଯୋଜନା ଯୋଗୁ ସେମାନଙ୍କ ଚାଷ କାମରେ କିପରି ଉନ୍ନତି ଆସିଛି, ସେ ବିଷୟରେ ନିଜର ଅଭିଜ୍ଞତା ବର୍ଣ୍ଣନା କରିଛନ୍ତି । କାଳିଆ ସହାୟତା ପାଇଁ ସେମାନେ ସାର, ବିହନ ଆଦି ସହଜରେ କିଣି ଚାଷ କରିପାରୁଛନ୍ତି । ଏଥିପାଇଁ ସେମାନେ ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ପ୍ରକାଶ କରିଛନ୍ତି ।

କୃଷି ଓ କୃଷକ ସଶକ୍ତିକରଣ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ସଞ୍ଜୀବ ଚୋପ୍ରା ସ୍ବାଗତ ଭାଷଣ ଦେଇଥିବାବେଳେ କୃଷି ବିଭାଗର ସ୍ବତନ୍ତ୍ର ସଚିବ ଧନ୍ୟବାଦ ଅର୍ପଣ କରିଛନ୍ତି । କାର୍ଯ୍ୟକ୍ରମରେ ବିଭିନ୍ନ ଜିଲ୍ଲାରେ ଜିଲ୍ଲପାଳ ଓ ଚାଷୀ ମାନେ ଉପସ୍ଥିତ ଥିଲେ ।

ଭୁବନେଶ୍ବରରୁ ଭବାନୀ ଶଙ୍କର ଦାସ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.