ETV Bharat / city

୩୪ ଲକ୍ଷ ଚାଷୀଙ୍କ ଆକାଉଣ୍ଟକୁ ଗଲା କାଳିଆ ଟଙ୍କା

author img

By

Published : Apr 1, 2021, 7:21 PM IST

Updated : Apr 1, 2021, 10:11 PM IST

୩୪ ଲକ୍ଷରୁ ଅଧିକ ଚାଷୀଙ୍କ ଆକାଉଣ୍ଟକୁ ଗଲା କାଳିଆ ଟଙ୍କା

19:14 April 01

୩୪ ଲକ୍ଷ ଚାଷୀଙ୍କ ଆକାଉଣ୍ଟକୁ ଗଲା କାଳିଆ ଟଙ୍କା

୩୪ ଲକ୍ଷ ଚାଷୀଙ୍କ ଆକାଉଣ୍ଟକୁ ଗଲା କାଳିଆ ଟଙ୍କା

ଭୁବନେଶ୍ବର: ନୂଆ ଆର୍ଥିକ ବର୍ଷରେ ଚାଷୀ କଲ୍ୟାଣ କାର୍ଯ୍ୟକ୍ରମ କାଳିଆରୁ କାମ ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ । ପବିତ୍ର ଓଡ଼ିଶା ଦିବସ ଅବସରରେ ରାଜ୍ୟର 34 ଲକ୍ଷରୁ ଅଧିକ ଚାଷୀଙ୍କ ଖାତାକୁ କାଳିଆ ଯୋଜନାରେ 693.94 କୋଟି ଟଙ୍କା ରବି ଋତୁ ପାଇଁ ପ୍ରଦାନ କରାଯାଇଛି । ପିପିଲି ଉପ ନିର୍ବାଚନ ପ୍ରକ୍ରିୟା ଜାରି ରହିଥିବାରୁ ପୁରୀ ବ୍ୟତୀତ ସବୁ ଜିଲ୍ଲାର ଚାଷୀଙ୍କୁ କାଳିଆ ସହାୟତା ପ୍ରଦାନ କରାଯାଇଛି । 

ଚାଷୀର ତ୍ୟାଗ ଓ ସ୍ବାଭିମାନ ହିଁ ଆଜି ଓଡିଶାର ସ୍ବାଭିମାନ ବୃଦ୍ଧି କରିଛି । ଓଡିଶାର ଚାଷୀ ଆଜି ଅନ୍ୟ ରାଜ୍ୟକୁ ଖାଦ୍ୟ ଯୋଗାଉଛି । କୃଷି କର୍ମଣ ପୁରସ୍କାର ପାଇଁ ଓଡିଶାକୁ ଗର୍ବିତ କରୁଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି  । ଚାଷୀକୁ ବିନା ସୁଧରେ ଋଣ, ନୂଆ କୃଷି ନୀତି ଚାଷୀ ଭାଇଙ୍କୁ ଉତ୍ସାହିତ କରିଛି । ଆମ ଚାଷୀ ଭାଇଭଉଣୀଙ୍କ ପାଇଁ ମୁଁ ଗର୍ବିତ। 

ଚାଷୀ ଆମ ଅର୍ଥନୀତିର ମହାଶକ୍ତି । କୋଭିଡ ସମୟରେ ଚାଷୀ ଭାଇ ହିଁ ଆମର ଅର୍ଥନୀତିକୁ ରକ୍ଷା କରିଛି । ତେଣୁ ଚାଷୀକୁ ଅଣଦେଖା କରି ବିକାଶ କଥା ଚିନ୍ତା କରାଯାଇ ନପାରେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଦେଢ ଗୁଣ MSP କାହାର ଦୟା ନୁହେଁ । ଏହା ଚାଷୀର ହକ୍‌ । ଚାଷୀକୁ ତାର ହକ୍‌ ଦେବାପାଇଁ ଆମର ଲଢେଇ ଜାରି ରହିଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ସ୍ୱାମୀନାଥନ କମିଟି ରିପୋର୍ଟକୁ କାର୍ଯ୍ୟକାରୀ କରିବା ପାଇଁ ରାଜ୍ୟ ଦାବି ଜାରି ରଖିବ ବୋଲି ମୁଖ୍ୟମନ୍ତ୍ରୀ ।

କାର୍ଯ୍ୟକ୍ରମରେ କୃଷି ମନ୍ତ୍ରୀ ଅରୁଣ ସାହୁ କହିଛନ୍ତି ଯେ, କାଳିଆ ଯୋଜନା ଦେଶ ପାଇଁ ଏକ ମଡେଲ । ଏହା ଚାଷୀଙ୍କୁ ଆଗକୁ ବଢିବା ପାଇଁ ସୁବର୍ଣ୍ଣ ସୁଯୋଗ ସୃଷ୍ଟି କରିଛି ବୋଲି କୃଷି ଉତ୍ପାଦନ କମିଶନର ରାଜକୁମାର ଶର୍ମା କହିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଭି କେ ପଣ୍ଡିଆନ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ । କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ ଓ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ।

ଭୁବନେଶ୍ବରରୁ ଭବାନୀ ଶଙ୍କର ଦାସ, ଇଟିଭି ଭାରତ 

Last Updated : Apr 1, 2021, 10:11 PM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.