ETV Bharat / city

ବାତ୍ୟା ୟସ ପ୍ରହାର, 11 ହଜାର ଗାଁର 60 ଲକ୍ଷ ଲୋକ ପ୍ରଭାବିତ

author img

By

Published : Jun 2, 2021, 7:49 PM IST

Updated : Jun 2, 2021, 8:22 PM IST

ବାତ୍ୟାରେ ସରକାରୀ ଓ ବ୍ୟକ୍ତିଗତ ସମ୍ପତ୍ତି ମିଶି କ୍ଷତି ହୋଇଛି 610 କୋଟି ଟଙ୍କା । ବାତ୍ୟାରେ 11 ହଜାର ଗାଁର 60 ଲକ୍ଷ ଲୋକ ପ୍ରଭାବିତ ହୋଇଛନ୍ତି । ଅଧିକ ପଢନ୍ତୁ..

ବାତ୍ୟା ୟସ ଧୋଇନେଲା 610 କୋଟି
ବାତ୍ୟା ୟସ ଧୋଇନେଲା 610 କୋଟି

ଭୁବନେଶ୍ବର: ବାତ୍ୟା ୟସ ଯୋଗୁଁ ରାଜ୍ୟରେ ୬୧୦ କୋଟି ଟଙ୍କା କ୍ଷୟକ୍ଷତି ହୋଇଛି । ବାତ୍ୟାରେ ୫୨୦ କୋଟି ଟଙ୍କାର ସରକାରୀ ଭିତ୍ତିଭୂମି ଓ ୯୦ କୋଟି ଟଙ୍କାର ବ୍ୟକ୍ତିଗତ ସଂପତ୍ତିର କ୍ଷତି ହୋଇଥିବା ଜଣାପଡିଛି । ଏଥିରେ ୧୧ ହଜାର ଗ୍ରାମର ୬୦ ଲକ୍ଷ ଲୋକ ପ୍ରଭାବିତ ହୋଇଛନ୍ତି ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସନ୍ଧ୍ୟାରେ ଭିଡିଓ କନଫରେନସିଂ ଜରିଆରେ ବାତ୍ୟା ୟସର କ୍ଷୟକ୍ଷତି ଓ ପୁନରୁଦ୍ଧାର କାର୍ଯ୍ୟକ୍ରମ ସଂପର୍କରେ ସମୀକ୍ଷା ବୈଠକରୁ ଏହି ସୂଚନା ମିଳିଛି । ଏହା ସହ ବାତ୍ୟା ସମୟରେ ସରକାରଙ୍କ ପକ୍ଷରୁ ନିଆଯାଇଥିବା ବିଭିନ୍ନ ପଦକ୍ଷେପ ସଂପର୍କରେ ତଥ୍ୟ ସଂଗ୍ରହ କରି ଉତ୍ତମ ଭାବରେ ଡକୁମେଣ୍ଟେସନ କରିବା ପାଇଁ ପରାମର୍ଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।

ରାଜ୍ୟ ସରକାରଙ୍କ ବିଭିନ୍ନ ସଂପୃକ୍ତ ବିଭାଗ ଓ ଜିଲ୍ଲା ପ୍ରଶାସନ ବାତ୍ୟା ସମୟରେ ଉଲ୍ଲେଖନୀୟ ପ୍ରଦର୍ଶନ କରି ଲୋକଙ୍କ ଜୀବନ ସୁରକ୍ଷା କରିଛନ୍ତି । ବାତ୍ୟା ପରେ ପୁନରୁଦ୍ଧାର କାର୍ଯ୍ୟ ମଧ୍ୟ ଅତି କମ ସମୟ ମଧ୍ୟରେ କରାଯାଇପାରିଛି । ସେଥିପାଇଁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଅଭିନନ୍ଦନ ଜଣାଇ ସମସ୍ତ କାର୍ଯ୍ୟର ଡକୁମେଣ୍ଟେସନ କରିବାର ଆବଶ୍ୟକତା ସଂପର୍କରେ କହିଛନ୍ତି । ବାତ୍ୟାର ଲ୍ୟାଣ୍ଡ ଫଲର ପୂର୍ବବର୍ତ୍ତୀ ସମୟର ପ୍ରସ୍ତୁତି, ସ୍ଥାନାନ୍ତର ଏବଂ ପରବର୍ତ୍ତୀ ସମୟରେ ବିଭିନ୍ନ ପୁନରୁଦ୍ଧାର କାର୍ଯ୍ୟ ସଂପର୍କରେ ଡକୁମେଣ୍ଟେସନ କରାଗଲେ, ଏହା ଆଗାମୀ ଦିନରେ ଆମକୁ ବାତ୍ୟା ପରିଚାଳନାରେ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ବାତ୍ୟାରେ ସମୁଦାୟ ୧୫୦ଟି ଗାଁ ଜଳମଗ୍ନ ହୋଇଥିଲା । ସାମୁଦ୍ରିକ ଲୁଣିପାଣି ଯୋଗୁଁ ଫସଲ ମଧ୍ୟ କ୍ଷତି ହୋଇଛି । ବାତ୍ୟା ପରବର୍ତ୍ତୀ ସମୟରେ ଲୋକଙ୍କୁ ବିଜୁଳି ଓ ପିଇବା ପାଣି ଯୋଗାଇବା ପାଇଁ ୧୦୦୦ଟି ଡିଜି ସେଟ୍‌, ଟ୍ୟାଙ୍କର ଓ ପିଭିସି ଟ୍ୟାଙ୍କ ଆଦି ନିୟୋଜିତ କରାଯାଇଥିଲା ବୋଲି ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ସୂଚନା ଦେଇଛନ୍ତି ।

ବାତ୍ୟାର କ୍ଷୟକ୍ଷତି ଓ ପୁନରୁଦ୍ଧାର ସଂପର୍କରେ ସୂଚନା ଦେଇଛନ୍ତି ଏସଆରସି । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଅନୁଯାୟୀ ପ୍ରଶାସନ ଜିରୋ କାଜୁଆଲ୍‌ଟି ଲକ୍ଷ୍ୟ ନେଇ କାମ କରିଥିଲା । ଏଥିରେ ପ୍ରାୟତଃ ସଫଳ ହୋଇଛି । ବାତ୍ୟା ମାଡରେ ସମୁଦାୟ କ୍ଷତିର ପରିମାଣ ୬୧୦ କୋଟି ଟଙ୍କା । ରିଲିଫ ପାଇଁ ୬୬ କୋଟି ଟଙ୍କା ଆବଶ୍ୟକ ବୋଲି ଏସଆରସି କହିଛନ୍ତି ।

ସମୁଦ୍ରକୂଳ ପ୍ରଭାବିତ ଜିଲ୍ଲା ଗୁଡିକରେ ଲୁଣି ପାଣି ମାଡି ଯିବାରୁ ଆଗାମୀ ଖରିଫ ଫସଲ ପାଇଁ ସମସ୍ୟା ଦେଖାଦେଇଛି । ତେଣୁ ଓଡିଶା କୃଷି ଓ ବୈଷୟିକ ବିଦ୍ୟାଳୟ ଓ କେନ୍ଦ୍ରୀୟ ଧାନ ଗବେଷଣା କେନ୍ଦ୍ରର ବୈଜ୍ଞାନିକ ମାନଙ୍କୁ ଏହାର ପ୍ରଭାବ ସଂପର୍କରେ ଅନୁଧ୍ୟାନ କରି ପରାମର୍ଶ ପ୍ରଦାନ କରିବା ପାଇଁ କୁହାଯାଇଛି । ଏହି ବୈଜ୍ଞନିକ ମାନେ ବର୍ତ୍ତମାନ ପ୍ରଭାବିତ ସ୍ଥାନରେ ରହି ପରିସ୍ଥିତିର ଅନୁଧ୍ୟାନ କରୁଛନ୍ତି ଏବଂ ଖୁବଶୀଘ୍ର ରିପୋର୍ଟ ଆସିବ ବୋଲି ଏସଆରସି କହିଛନ୍ତି ।

ବିଭାଗୀୟ ସଚିବ ମାନେ ସେମାନଙ୍କ ବିଭାଗର ପଦକ୍ଷେପ ସଂପର୍କରେ ସୂଚନା ଦେଇଛନ୍ତି । ଶକ୍ତି ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ଯେ ଏଥିରେ ୩୦ ଲକ୍ଷ ଉପଭୋକ୍ତା ପ୍ରଭାବିତ ହୋଇଥିଲେ । ଏଥିରେ ୯୯.୮ ପ୍ରତିଶତ ଉପଭୋକ୍ତାଙ୍କୁ ବର୍ତ୍ତମାନ ସୁଦ୍ଧା ବିଜୁଳି ପୁନଃସଂଯୋଗ କରାଯାଇଛି ବୋଲି ବିଭାଗୀୟ ସଚିବ ସୂଚନା ଦେଇଛନ୍ତି । ୨୩୦ ଟି ଟ୍ରାନ୍ସଫର୍ମର ଆଜି ସୁଦ୍ଧା ବଦଳାଯାଇ ନୂଆ ଟ୍ରାନ୍ସଫର୍ମର ଲଗାଯିବ ବୋଲି ସୂଚନା ଦିଆଯାଇଛି । ଶକ୍ତି ବିଭାଗର କ୍ଷୟକ୍ଷତିର ପରିମାଣ ୧୫୦ କୋଟି ଟଙ୍କା ବୋଲି ଦର୍ଶାଯାଇଛି ।

ବାତ୍ୟା ସମୟରେ ଓ ପରେ ପାନୀୟ ଜଳ ଯୋଗାଣ ଅବିରତ ଭାବେ ଜାରି ରହିଥିଲା । ବାତ୍ୟା ପ୍ରଭାବିତ ଅଞ୍ଚଳରେ ୧୦ଟି ମୋବାଇଲ ୱାଟର ଟ୍ରିଟମେଣ୍ଟ ପ୍ଲାଣ୍ଟ ମୁତୟନ କରାଯାଇଥିଲା। ଏହା ସାରା ଭାରତରେ ଏକ ଅନନ୍ୟ ପଦକ୍ଷେପ ବୋଲି ସୂଚନା ଦିଆଯାଇଛି । ମଇ ୩୧ ସୁଦ୍ଧା ସମସ୍ତ ଟ୍ୟୁବୱେଲ ଓ ପାଇପ ୱାଟର ପ୍ରକଳ୍ପର ଜଳ ଉତ୍ସକୁ ବିଶୋଧନ କରାଯାଇଛି । ବିଭିନ୍ନ ପ୍ରାଥମିକ ବିଦ୍ୟାଳୟ ଓ ଅଙ୍ଗନବାଡି କେନ୍ଦ୍ର, ପଞ୍ଚାୟତ ରୋଡର କ୍ଷୟକ୍ଷତି ପରିମାଣ ୨୭୭ କୋଟି ଟଙ୍କା ବୋଲି ପଞ୍ଚାୟତିରାଜ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

୮ଟି ସହରାଞ୍ଚଳର ୫୮ଟି ସଡକ ସହିତ ରାସ୍ତାର ଆଲୋକୀକରଣ ବ୍ୟବସ୍ଥା, ଗୋଟିଏ ସେତୁ ଆଦି କ୍ଷତିର ସମ୍ମୁଖୀନ ହୋଇଛି । ବାସୁଦେବପୁର ବ୍ୟତୀତ ୨୪ ଘଣ୍ଟା ମଧ୍ୟରେ ସମସ୍ତ ସ୍ଥାନରେ ପାନୀୟ ଜଳର ବ୍ୟବସ୍ଥା କରାଯାଇଥିଲା ବୋଲି ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ସେହିପରି ଜଳସଂପଦ ବିଭାଗ ପକ୍ଷରୁ ବିଭିନ୍ନ ସ୍ଥାନରେ ନଦୀ ବନ୍ଧ ଓ ରାସ୍ତାରେ ହୋଇଥିବା ଘାଇ ସଂପର୍କରେ ସୂଚନା ଦିଆଯାଇଛି । ବିଭାଗର ସମୁଦାୟ କ୍ଷତିର ପରିମାଣ ୧୦୮ କୋଟି ଟଙ୍କା । ସଡକ ଗୁଡିକୁ ଗଛ କାଟି ତୁରନ୍ତ ଅବରୋଧମୁକ୍ତ କରାଯାଇଛି । ୨୪୬ ଟି କ୍ଷତିଗ୍ରସ୍ତ ରାସ୍ତାର ମରାମତି କରାଯାଇଛି । କ୍ଷତିର ପରିମାଣ ୭୫ କୋଟି ଟଙ୍କା ବୋଲି ପୂର୍ତ୍ତ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ସେହିପରି ଗ୍ରାମ୍ୟ ଉନ୍ନୟନ ବିଭାଗ କ୍ଷତିର ପରିମାଣ ୬୦ କୋଟି ଟଙ୍କା ବୋଲି ଦର୍ଶାଯାଇଛି ।

ବୈଠକରେ ବାଲେଶ୍ବର, ଭଦ୍ରକ, ମୟୁରଭଞ୍ଜ ଓ କେନ୍ଦ୍ରାପଡା ଜିଲ୍ଲାର ଜିଲ୍ଲାପାଳମାନେ ସେମାନଙ୍କ ଜିଲ୍ଲାର ଆବଶ୍ୟକତା ସଂପର୍କରେ ଦୃଷ୍ଟି ଆକର୍ଷଣ କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଭି.କେ. ପାଣ୍ଡିଆନ ବୈଠକ ପରିଚାଳନା କରିଥିଲେ ।

ଭୁବନେଶ୍ବରରୁ ଭବାନୀ ଶଙ୍କର ଦାସ, ଇଟିଭି ଭାରତ

Last Updated : Jun 2, 2021, 8:22 PM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.