ଭୁବନେଶ୍ବର: ଲଘୁଚାପ ପ୍ରଭାବରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି । ରାଜ୍ୟରେ ଆସନ୍ତା ୪ ଦିନ ଯାଏଁ ବର୍ଷା ହେବ । ବିଶେଷକରି ଉପକୂଳ ଓଡିଶାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏବେ ଲଘୁଚାପ ଆନ୍ଧ୍ରର ଉତ୍ତର ଉପକୂଳ ଓ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ରହିଛି । ଯାହାର ପ୍ରଭାବରେ ଆଜି କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ ଓ ଯାଜପୁର ଆଦି ୫ ଜିଲ୍ଲାରେ ପ୍ରବଳ ବର୍ଷା ଏବଂ କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, ଅନୁଗୁଳ ଓ ଢେଙ୍କାନାଳ ଆଦି ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ଥିବାରୁ ଏହି ୧୬ଟି ଜିଲ୍ଲାରେ ମଧ୍ୟ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।
୧୮ ତାରିଖ ଦିନ ମୟୂରଭଞ୍ଜ ଓ ବାଲେଶ୍ବରରେ ପ୍ରବଳ ବର୍ଷା ହୋଇପାରେ । ସେହିଭଳି ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, ବୌଦ୍ଧ ଓ କନ୍ଧମାଳ ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି । ଏଥିସହ ୧୯ ତାରିଖ ଦିନ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ଅନୁଗୁଳ, ବୌଦ୍ଧ, କନ୍ଧମାଳ ଓ କଳାହାଣ୍ଡି ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ଏହାପରେ ରାଜ୍ୟରେ ପାଗ ଶୁଖିଲା ରହିବ । ସେହିପରି ଆସନ୍ତା ୨୦ ତାରିଖ ପରେ ରାଜ୍ୟରେ ବର୍ଷାର ପରିମାଣ କମିବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।
ବର୍ତ୍ତମାନ କେରଳରେ ବର୍ଷା ବିତ୍ପାତ ଦେଖାଦେଇଛି । ଏଠାରେ ୯ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ବହୁ ସଂଖ୍ୟକ ଲୋକେ ଏବେ ବି ନିଖୋଜ ଥିବା ଜଣାପଡିଛି । ପ୍ରବଳ ବର୍ଷା ଯୋଗୁଁ କେରଳର କୋଟ୍ଟାୟମ ଏବଂ ଇଡୁକି ଜିଲ୍ଲାର ୪ଟି ସ୍ଥାନରେ ଭୂସ୍ଖଳନ ସୃଷ୍ଟି ହୋଇଛି ।
ଭୁବନେଶ୍ବରରୁ ସଞ୍ଜୀବ ରାୟ, ଇଟିଭି ଭାରତ