ETV Bharat / city

Odisha Corona: ଦିନକରେ ୧୩ ସଂକ୍ରମିତ ଚିହ୍ନଟ

ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୩ ଜଣ ନୂଆ କୋରୋନା (COVID-19) ପଜିଟିଭ ଚିହ୍ନଟ ହୋଇଛନ୍ତି । ବର୍ତ୍ତମାନ ରାଜ୍ୟରେ ୧୨୩ ସକ୍ରିୟ ମାମଲା ରହିଛି । ଅଧିକ ପଢନ୍ତୁ

Odisha Corona: ରାଜ୍ୟରେ ଦିନକରେ ୧୩ ସଂକ୍ରମିତ ଚିହ୍ନଟ

author img

By

Published : May 18, 2022, 11:18 AM IST

Updated : May 18, 2022, 11:30 AM IST

ଭୁବନେଶ୍ବର: ରାଜ୍ୟରେ ତଳ ମୁହାଁ କୋରୋନା ଗ୍ରାଫ୍‌ । ଦୈନିକ ସଂକ୍ରମିତଙ୍କ ସଂଖ୍ୟାରେ କ୍ରମାଗତ ହ୍ରାସ ଆଶ୍ବସ୍ତିର ଖବର ହୋଇଛି । ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୩ ଜଣ ନୂଆ କୋରୋନା (COVID-19) ପଜିଟିଭ ଚିହ୍ନଟ ହୋଇଛନ୍ତି । ନୂଆ ସଂକ୍ରମିତଙ୍କ ମଧ୍ୟରୁ ୮ସଂକ୍ରମିତ କ୍ବାରେଣ୍ଟାଇନ ସେଣ୍ଟରରୁ ହୋଇଥିବା ବେଳେ ୫ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେଥିମଧ୍ୟରୁ ଜଣେ ଶିଶୁ ସଂକ୍ରମିତ ରହିଛନ୍ତି ।

ଆଜି ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ବାଲେଶ୍ବରରୁ ୩, ବରଗଡରୁ ଜଣେ, ବଲାଙ୍ଗୀରରୁ ଜଣେ, କଟକରୁ ୧, ଗଜପତିରୁ ୨, ଖୋର୍ଦ୍ଧାରୁ ୩ ଓ ନୂଆପଡାରୁ ଜଣେ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୮୮ ହଜାର ୩୨୭ରେ ପହଞ୍ଚିଛି । ବର୍ତ୍ତମାନ ରାଜ୍ୟରେ ୧୨୩ ସକ୍ରିୟ ମାମଲା ରହିଛି । ନୂଆ ୮ଜଣ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ରାଜ୍ୟରେ ମୋଟ ୧୨ ଲକ୍ଷ ୭୯ ୨୫ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।

ବ୍ୟୁରୋ ରିପୋର୍ଟ, ଇଟିଭି ଭାରତ

Last Updated : May 18, 2022, 11:30 AM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.