ଭୁବନେଶ୍ବର: ରାଜ୍ୟରେ ତଳ ମୁହାଁ କୋରୋନାର ଦୈନିକ ସଂକ୍ରମଣ । ଗତ ୨୪ ଘଣ୍ଟାରେ ୧୪ କୋରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ନୂଆ ସଂକ୍ରମିତଙ୍କ ମଧ୍ୟରୁ ୮ ସଂକ୍ରମିତ କ୍ବାରେଣ୍ଟାଇନ ସେଣ୍ଟରର ହୋଇଥିବା ବେଳେ ୬ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ।
ଆଜି ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ବରଗଡରୁ୧, ବଲାଙ୍ଗୀରରୁ ୨, ବେବଗଡରୁ୧, ଗଜପତିରୁ ୩, ଯାଜପୁରରୁ ୧, କନ୍ଧମାଳରୁ ୨, ଖୋର୍ଦ୍ଧାରୁ ୨, ନୂଆପଡାରୁ ୧ ଓ ସମ୍ବଲପୁରରୁ ଜଣେ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୮୮ ହଜାର ୧୧୭ରେ ପହଞ୍ଚିଛି । ବର୍ତ୍ତମାନ ରାଜ୍ୟରେ ୯୯ ସକ୍ରିୟ ମାମଲା ରହିଛି । ନୂଆ ୧୪ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ରାଜ୍ୟରେ ମୋଟ ୧୨ ଲକ୍ଷ ୭୮ ହଜାର ୮୩୯ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।