ETV Bharat / city

Odisha Corona Death Report: ଦିନକରେ ଆଖି ବୁଜିଲେ ୧୫ ଆକ୍ରାନ୍ତ - ରାଜ୍ୟ କୋରୋନାଜନିତ ମୃତ୍ୟୁ ରିପୋର୍ଟ

ରାଜ୍ୟରେ ଉପରମୁହାଁ ରହିଛି କୋରୋନା ଜନିତ ମୃତ୍ୟୁସଂଖ୍ୟା । ରିପୋର୍ଟ ଅନୁସାରେ ଆଜି(ଶୁକ୍ରବାର) ରାଜ୍ୟରେ ଆଉ ୧୫ ଜଣଙ୍କ ଜୀବନ ନେଇଛି ମହାମାରୀ କୋରୋନା । ଅଧିକ ପଢନ୍ତୁ

Odisha Corona Death
Odisha Corona Death
author img

By

Published : Feb 18, 2022, 11:12 AM IST

ଭୁବନେଶ୍ବର: ରାଜ୍ୟରେ ମୃତ୍ୟୁରେ ବ୍ରେକ ଲାଗୁନାହିଁ । ଉପରମୁହାଁ ରହିଛି କୋରୋନା ଜନିତ ମୃତ୍ୟୁସଂଖ୍ୟା । ଲଗାତାର ବଢିବାରେ ଲାଗିଛି କୋରୋନା ଜନିତ ମୃତ୍ୟୁସଂଖ୍ୟା । ସ୍ବାସ୍ଥ୍ୟ ବିଭାଗର ରିପୋର୍ଟ ଅନୁସାରେ ଆଜି (ଶୁକ୍ରବାର) ରାଜ୍ୟରେ ଆଉ ୧୫ ଜଣଙ୍କ ଜୀବନ ନେଇଛି ମହାମାରୀ କୋରୋନା । ମୃତ୍ୟୁ ରିପୋର୍ଟକୁ ଆଧାର କରି ରାଜ୍ୟରେ ମୋଟ ମୃତ୍ୟୁସଂଖ୍ୟା ୮୯୭୬କୁ ବୃଦ୍ଧି ହୋଇଛି ।

ରିପୋର୍ଟ ଅନୁସାରେ ଆଜିର ମୃତକଙ୍କ ମଧ୍ୟରେ ଖୋର୍ଦ୍ଧାରୁ ୩ ଜଣ, ଅନୁଗୁଳ, କଟକ ଓ ପୁରୀ ଜିଲ୍ଲାରୁ ୨ ଜଣ ଲେଖାଁଏ ଆକ୍ରାନ୍ତ ଆଖିବୁଜି ଥିବାବେଳେ ବାଲେଶ୍ବର, ବରଗଡ଼, ଜଗତସିଂହପୁର, ଯାଜପୁର, ମୟୂରଭଞ୍ଜର, ନୟାଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ସଂକ୍ରମିତଙ୍କ ମୃତ୍ୟୁ ହୋଇଛି ।

ପ୍ରକାଶ ଥାଉ କି, ଆଜି ରାଜ୍ଯରେ ୨୪ ଘଣ୍ଟା ମଧ୍ୟରେ ୬୭୧ କୋରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୧୪୫୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

ବ୍ୟୁରୋ ରିପୋର୍ଟ, ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.