ETV Bharat / city

Odisha Corona Report: ଦିନକରେ ୧୫୪ ଆକ୍ରାନ୍ତ ଚିହ୍ନଟ, ଜଣେ ମୃତ

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୫୪ କୋରୋନା ପଜିଟିଭ ଚିହ୍ନଟ । ୨୬ ଜଣ ୧୮ ବର୍ଷରୁ କମ୍ ଶିଶୁ ଓ କିଶୋର-କିଶୋରୀ ଥିବା ସୂଚନା । ଅଧିକ ପଢନ୍ତୁ

Odisha Corona Report: ଦିନକରେ ୧୫୪ ଆକ୍ରାନ୍ତ ଚିହ୍ନଟ, ଜଣେ ମୃତ
Odisha Corona Report: ଦିନକରେ ୧୫୪ ଆକ୍ରାନ୍ତ ଚିହ୍ନଟ, ଜଣେ ମୃତ
author img

By

Published : Dec 17, 2021, 10:29 AM IST

ଭୁବନେଶ୍ବର: ରାଜ୍ୟରେ କମୁଛି କୋରୋନା ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୫୪ କୋରୋନା ପଜିଟିଭ ଚିହ୍ନଟ (odisha corona cases) ହୋଇଛନ୍ତି । ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ୨୬ ଜଣ ୧୮ ବର୍ଷରୁ କମ୍ ଶିଶୁ ଓ କିଶୋର-କିଶୋରୀ ରହିଥିବା ବେଳେ କ୍ବାରେଣ୍ଟାଇନ ସେଣ୍ଟରରୁ ୯୧ ଓ ୬୩ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି କୋରୋନାରେ ଜଣଙ୍କର ମୃତ୍ୟୁ ହୋଇଛି ।

ଆଜି ଖୋର୍ଦ୍ଧାରୁ ସର୍ବାଧିକ ୭୯ ଜଣ ଥିବାବେଳେ ଭଦ୍ରକରୁ ୩, ବଲାଙ୍ଗୀରରୁ ୧, ବୌଦ୍ଧରୁ ୧, କଟକରୁ ୨୦, ଦେବଗଡରୁ ୭, ଢେଙ୍କାନାଳରୁ ୨, ଗଞ୍ଜାମରୁ ୪, ଜଗତସିଂହପୁରରୁ ୨, ଯାଜପୁରରୁ ୨, କଲାହାଣ୍ଡିରୁ ୧, ମୟୂରଭଞ୍ଜରୁ ୪, ନୟାଗଡରୁ ୧ ପୁରୀରୁ ୨, ରାୟଗଡାରୁ ୧, ସମ୍ବଲପୁରରୁ ୩, ସୁନ୍ଦରଗଡରୁ ୨ ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ଷ୍ଟେଟପୁଲ୍‌ ସଂଖ୍ୟା ୧୯ ରହିଛି । ଏହାକୁ ମିଶାଇ ରାଜ୍ୟରେ ମୋଟ କୋରୋନା ସଂକ୍ରମିତଙ୍କ ସଂଖ୍ୟା ୧୦, ୫୨,୪୭୨ରେ ପହଞ୍ଚିଛି ।

ବ୍ୟୁରୋ ରିପୋର୍ଟ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.