ETV Bharat / city

Odisha Corona Report: କମୁଛି କୋରୋନା, ଦିନକରେ ୧୬ ସଂକ୍ରମିତ

author img

By

Published : Apr 6, 2022, 9:42 AM IST

ରାଜ୍ୟରେ କ୍ରମଶଃ କମୁଛି କୋରୋନାର ଦୈନିକ ସଂକ୍ରମଣ । ଗତ ୨୪ ଘଣ୍ଟାରେ ୧୬ କୋରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଅଧିକ ପଢନ୍ତୁ

କମୁଛି କୋରୋନା
କମୁଛି କୋରୋନା

ଭୁବନେଶ୍ବର: ରାଜ୍ୟବାସୀଙ୍କ ପାଇଁ ଖୁସି ଖବର । ରାଜ୍ୟରେ କ୍ରମଶଃ ତଳ ମୁହାଁ ହୋଇଛି କୋରୋନାର ଦୈନିକ ସଂକ୍ରମଣ । ଗତ ୨୪ ଘଣ୍ଟାରେ ୧୬ କୋରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ନୂଆ ସଂକ୍ରମିତଙ୍କ ମଧ୍ୟରୁ ୪ କିଶୋର କିଶୋରୀ ରହିଥିବା ବେଳେ ୧୦ କ୍ବାରେଣ୍ଟାଇନ ସେଣ୍ଟର ଓ ୬ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ।

ଆଜି ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ବଲାଙ୍ଗୀରରୁ ୨, ଯାଜପୁରରୁ ୨, କେନ୍ଦ୍ରାପଡାରୁ ୧, ଖୋର୍ଦ୍ଧାରୁ ୬, ରାଜଗଡାରୁ ୧, ସମ୍ବଲପୁରରୁ ୩, ସୁନ୍ଦରଗଡରୁ ୧ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୮୭ ହଜାର ୭୭୩ରେ ପହଞ୍ଚିଛି ।

ବର୍ତ୍ତମାନ ରାଜ୍ୟରେ ୨୩୨ ସକ୍ରିୟ ମାମଲା ରହିଛି । ନୂଆ ୪୫ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ରାଜ୍ୟରେ ସମୁଦାୟ ୧୨ ଲକ୍ଷ ୭୮ ହଜାର ୩୬୭ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ୩୦୮୨୦୪୮୭ କୋରୋନା ପରୀକ୍ଷା ସରିଛି ।

ବ୍ୟୁରୋ ରିପୋର୍ଟ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.