ETV Bharat / city

Odisha Corona: ଦିନକରେ ୧୯ ସଂକ୍ରମିତ ଚିହ୍ନଟ

ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୯ ଜଣ ନୂଆ କୋରୋନା (COVID-19) ପଜିଟିଭ ଚିହ୍ନଟ ହୋଇଛନ୍ତି । ଅଧିକ ପଢନ୍ତୁ

Odisha Corona: ଦିନକରେ ୧୯ ସଂକ୍ରମିତ ଚିହ୍ନଟ
Odisha Corona: ଦିନକରେ ୧୯ ସଂକ୍ରମିତ ଚିହ୍ନଟ
author img

By

Published : Jun 5, 2022, 10:41 AM IST

ଭୁବନେଶ୍ବର: ରାଜ୍ୟରେ ତଳ ମୁହାଁ କୋରୋନା ଗ୍ରାଫ୍‌ । ଦୈନିକ ସଂକ୍ରମିତଙ୍କ ସଂଖ୍ୟାରେ କ୍ରମାଗତ ହ୍ରାସ ଆଶ୍ବସ୍ତିର ଖବର ହୋଇଛି । ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୯ ଜଣ ନୂଆ କୋରୋନା (COVID-19) ପଜିଟିଭ ଚିହ୍ନଟ ହୋଇଛନ୍ତି । ନୂଆ ସଂକ୍ରମିତଙ୍କ ମଧ୍ୟରୁ ୧୨ସଂକ୍ରମିତ କ୍ବାରେଣ୍ଟାଇନ ସେଣ୍ଟରରୁ ହୋଇଥିବା ବେଳେ ୭ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେଥି ମଧ୍ୟ ୨ଜଣ ଶିଶୁ ଆକ୍ରାନ୍ତ ରହିଛନ୍ତି ।

ଆଜି ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ କଟକରୁ ୫, ବାଲେଶ୍ବରରୁ ୨, ଦେବଗଡରୁ ୧, ଗଞ୍ଜାମରୁ ୨, ଖୋର୍ଦ୍ଧାରୁ ୬, ନୟାଗଡରୁ ୧, ସୁନ୍ଦରଗଡରୁ ୧ ଓ ଷ୍ଟେଟପୁଲରୁ ଜଣେ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୮୮ ହଜାର ୫୦୪ରେ ପହଞ୍ଚିଛି । ବର୍ତ୍ତମାନ ରାଜ୍ୟରେ ୯୦ ସକ୍ରିୟ ମାମଲା ରହିଛି । ନୂଆ ୮ ଜଣ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ରାଜ୍ୟରେ ମୋଟ ୧୨ ଲକ୍ଷ ୭୯ ହଜାର ୨୩୫ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.