ETV Bharat / city

Odisha Corona Death Report: ମୃତ୍ୟୁରେ ଲାଗୁନି ବ୍ରେକ, ଆଉ ୨୦ ଜୀବନ ନେଲା କୋରୋନା - ଦୈନିକ କୋରୋନା ଜନିତ ମୃତ୍ୟୁସଂଖ୍ୟା

ରାଜ୍ୟରେ ଉପରମୁହାଁ ରହିଛି କୋରୋନା ଜନିତ ମୃତ୍ୟୁସଂଖ୍ୟା । ରିପୋର୍ଟ ଅନୁସାରେ ଆଜି(ସୋମବାର) ରାଜ୍ୟରେ ଆଉ ୨୦ଜଣଙ୍କ ଜୀବନ ନେଇଛି ମହାମାରୀ କୋରୋନା । ଅଧିକ ପଢନ୍ତୁ

ମୃତ୍ୟୁରେ ଲାଗୁନି ବ୍ରେକ, ଦିନକରେ ଆଖି ବୁଜିଲେ ୨୦ ଆକ୍ରାନ୍ତ

author img

By

Published : Feb 7, 2022, 9:33 AM IST

Updated : Feb 7, 2022, 9:57 AM IST

ଭୁବନେଶ୍ବର: ରାଜ୍ୟରେ କମୁଛି ସଂକ୍ରମଣ କମୁନି ମୃତ୍ୟୁସଂଖ୍ୟା । ଉପରମୁହାଁ ରହିଛି କୋରୋନା ଜନିତ ମୃତ୍ୟୁସଂଖ୍ୟା । ଲଗାତାର ବଢିଚାଲିଛି କୋରୋନା ଜନିତ ମୃତ୍ୟୁସଂଖ୍ୟା । ସ୍ବାସ୍ଥ୍ୟ ବିଭାଗର ରିପୋର୍ଟ ଅନୁସାରେ ଗତକାଲି ୨୩ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ଆଜି( ସୋମବାର) ରାଜ୍ୟରେ ଆଉ ୨୦ ଜଣଙ୍କ ଜୀବନ ନେଇଛି ମହାମାରୀ କୋରୋନା । ମୃତ୍ୟୁ ରିପୋର୍ଟକୁ ଆଧାର କରି ରାଜ୍ୟରେ ମୋଟ ମୃତ୍ୟୁସଂଖ୍ୟା ୮୭୫୪କୁ ବୃଦ୍ଧି ହୋଇଛି ।

ରିପୋର୍ଟ ଅନୁସାରେ ଆଜିର ମୃତକଙ୍କ ମଧ୍ୟରେ ଖୋର୍ଦ୍ଧାରୁ ସର୍ବାଧିକ ୬ ଜଣ ଆକ୍ରାନ୍ତ ଆଖି ବୁଜିଛନ୍ତି । ଏହାକୁ ମିଶାଇ ଖୋର୍ଦ୍ଧାରେ ସମୁଦାୟ ସର୍ବାଧିନ ଆକ୍ରାନ୍ତଙ୍କଙ୍କ ମୃତ୍ୟୁ ହୋଇଛି। କଳାହାଣ୍ଡିରୁ ୪ଜଣ ଆକ୍ରାନ୍ତଙ୍କ ଜୀବନ ଯାଇଛି । ସେହିପରି କଟକ ଜିଲ୍ଲାରୁ ୩ଜଣ ରହିଥିବା ବେଳେ ଜଗତସିଂହପୁର, ନୟାଗଡ଼ ଜିଲ୍ଲାରୁ ୨ଜଣ ଲେଖାଏଁ ରହିଛନ୍ତି ଓ ଯାଜପୁର, ରାୟଗଡା ଓ କେନ୍ଦ୍ରାପଡାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ।

ପ୍ରକାଶ ଥାଉ କି, ରାଜ୍ୟରେ ୨୪ ଘଣ୍ଟାରେ ୧ ହଜାର ୪୯୭ କୋରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କୋରୋନା ସଂକ୍ରମିତଙ୍କ ୧୨ ଲକ୍ଷ ୬୮,୩୦୫ରେ ପହଞ୍ଚିଥିବା ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । କିଛି ଦିନ ହେବେ ବାହାରୁଥିବା ପଜିଟିଭ ସଂଖ୍ୟା କମିଛି ହେଲେ ମୃତ୍ୟୁସଂଖ୍ୟା ବଢିବାରେ ଲାଗିଛି ।

ବ୍ଯୁରୋ ରିପୋର୍ଟ,ଇଟିଭି ଭାରତ

Last Updated : Feb 7, 2022, 9:57 AM IST
ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.