ETV Bharat / city

Odisha Corona Death Report: ଆଉ ୨୦ ଆକ୍ରାନ୍ତ ମୃତ - କୋରୋନା ଜନିତ ମୃତ୍ୟୁସଂଖ୍ୟା ତଥ୍ୟ

ରାଜ୍ୟରେ ଉପରମୁହାଁ ରହିଛି କୋରୋନା ଜନିତ ମୃତ୍ୟୁସଂଖ୍ୟା । ରିପୋର୍ଟ ଅନୁସାରେ ଆଜି(ସୋମବାର) ରାଜ୍ୟରେ ଆଉ ୨୦ ଜଣଙ୍କ ଜୀବନ ନେଇଛି ମହାମାରୀ କୋରୋନା । ଅଧିକ ପଢନ୍ତୁ

ଆଖି ବୁଜିଲେ ଆଉ ୨୦ ଆକ୍ରାନ୍ତ
ଆଖି ବୁଜିଲେ ଆଉ ୨୦ ଆକ୍ରାନ୍ତ
author img

By

Published : Feb 14, 2022, 1:48 PM IST

ଭୁବନେଶ୍ବର: ରାଜ୍ୟରେ କମୁଛି ସଂକ୍ରମଣ କମୁନି ମୃତ୍ୟୁସଂଖ୍ୟା । ଉପରମୁହାଁ ରହିଛି କୋରୋନା ଜନିତ ମୃତ୍ୟୁସଂଖ୍ୟା । ଲଗାତାର ବଢିଚାଲିଛି କୋରୋନା ଜନିତ ମୃତ୍ୟୁସଂଖ୍ୟା । ସ୍ବାସ୍ଥ୍ୟ ବିଭାଗର ରିପୋର୍ଟ ଅନୁସାରେ ଗତକାଲି ୨୨ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ଆଜି (ସୋମବାର) ରାଜ୍ୟରେ ଆଉ ୨୦ ଜଣଙ୍କ ଜୀବନ ନେଇଛି ମହାମାରୀ କୋରୋନା । ମୃତ୍ୟୁ ରିପୋର୍ଟକୁ ଆଧାର କରି ରାଜ୍ୟରେ ମୋଟ ମୃତ୍ୟୁସଂଖ୍ୟା ୮୯୦୪କୁ ବୃଦ୍ଧି ହୋଇଛି ।

ରିପୋର୍ଟ ଅନୁସାରେ ଆଜିର ମୃତକଙ୍କ ମଧ୍ୟରେ ବାଲେଶ୍ବରରୁ ସର୍ବାଧିକ ୬ ଜଣ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ଯାଜପୁରରୁ ୪ ଜଣ, କଟକ ଓ ପୁରୀରୁ ୨ ଜଣ ଆକ୍ରାନ୍ତଙ୍କ ଜୀବନ ନେଇଛି । ସେହିପରି ବରଗଡ, ଢେଙ୍କାନାଳ, ଜଗତସିଂହପୁର, ଖୋର୍ଦ୍ଧା, କେନ୍ଧୁଝର ଓ କନ୍ଧମାଳରୁ ଜଣେ ଲେଖାଏଁ ସଂକ୍ରମିତଙ୍କ ମୃତ୍ୟୁ ହୋଇଛି ।

ପ୍ରକାଶ ଥାଉ କି, ରାଜ୍ୟରେ ୨୪ ଘଣ୍ଟାରେ ୮୫୯ କୋରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କୋରୋନା ସଂକ୍ରମିତଙ୍କ ୧୨ ଲକ୍ଷ ୫୭ ହଜାର ୮୪୦ରେ ପହଞ୍ଚିଥିବା ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । କିଛି ଦିନ ହେବେ ବାହାରୁଥିବା ପଜିଟିଭ ସଂଖ୍ୟା କମିଛି ହେଲେ ମୃତ୍ୟୁସଂଖ୍ୟା ବଢିବାରେ ଲାଗିଛି ।

ବ୍ୟୁରୋ ରିପୋର୍ଟ,ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.