ETV Bharat / city

Odisha Corona: କୋରୋନା କହର, 24 ଘଣ୍ଟାରେ 22 ସଂକ୍ରମିତ

author img

By

Published : Jun 15, 2022, 9:51 AM IST

ରାଜ୍ୟରେ ପୁଣି ଉପରମୁହାଁ ହୋଇଛି କୋରୋନା ସଂକ୍ରମଣ । ଗତ 24 ଘଣ୍ଟାରେ 22 କୋରୋନା ପଜିଟିଭ (COVID-19) ଚିହ୍ନଟ । ଅଧିକ ପଢନ୍ତୁ

କୋରୋନା କହର,  24 ଘଣ୍ଟାରେ 22 ସଂକ୍ରମିତ
କୋରୋନା କହର, 24 ଘଣ୍ଟାରେ 22 ସଂକ୍ରମିତ

ଭୁବନେଶ୍ବର: ପୁଣି ମାଡିଲାଣି ମହାମାରୀ । ଦୀର୍ଘ ଦିନ ପରେ ରାଜ୍ୟରେ ସଂକ୍ରମିତଙ୍କ ସଂଖ୍ୟା ପୁଣି ବଢିବାରେ ଲାଗିଛି । ଯାହା ଚିନ୍ତାର କାରଣ ହୋଇଛି । ମଙ୍ଗଳବାର ଚିହ୍ନଟ 22 ସଂକ୍ରମିତ ଅପେକ୍ଷା ଆଜି (ବୁଧବାର) ମାମଲା ବଢିଛି । ଗତ 24 ଘଣ୍ଟାରେ ରାଜ୍ୟରେ ଆଉ 22 ଜଣ ନୂଆ କୋରୋନା (COVID-19) ପଜିଟିଭ ଚିହ୍ନଟ ହୋଇଛନ୍ତି । ନୂଆ ସଂକ୍ରମିତଙ୍କ ମଧ୍ୟରୁ 13 ସଂକ୍ରମିତ କ୍ବାରେଣ୍ଟାଇନ ସେଣ୍ଟରରୁ ହୋଇଥିବାବେଳେ 9 ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେଥିମଧ୍ୟରୁ ଜଣେ କିଶୋର ଆକ୍ରାନ୍ତ ହୋଇଛନ୍ତି ।

ଆଜି ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ବାଲେଶ୍ବର 1, ବଲାଙ୍ଗୀର 1, ଜଗତସିଂହପୁର 1 ଖୋର୍ଦ୍ଧାରୁ 16 ଓ ଷ୍ଟେଟପୋଲରୁ 3 ଜଣ ସଂକ୍ରମିତ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା 12 ଲକ୍ଷ 88 ହଜାର 696ରେ ପହଞ୍ଚିଛି । ବର୍ତ୍ତମାନ ରାଜ୍ୟରେ 158 ସକ୍ରିୟ ମାମଲା ରହିଛି । ନୂଆ 14 ଜଣ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ରାଜ୍ୟରେ ମୋଟ 12 ଲକ୍ଷ 79 ହଜାର 351 ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଆଜି ଦେଶରେ 8 ହଜାର ପାର କରିଛି ପଜିଟିଭ ସଂଖ୍ୟା । ପୁଣି ସଂକ୍ରମଣ ମାମଲା ବୃଦ୍ଧି ପାଇବା ଚିନ୍ତାର ବିଷୟ ହୋଇଛି ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.