ଭୁବନେଶ୍ବର: ପୁଣି ମାଡିଲାଣି ମହାମାରୀ । ଦୀର୍ଘ ଦିନ ପରେ ରାଜ୍ୟରେ ସଂକ୍ରମିତଙ୍କ ସଂଖ୍ୟା ପୁଣି ବଢିବାରେ ଲାଗିଛି । ଯାହା ଚିନ୍ତାର କାରଣ ହୋଇଛି । ମଙ୍ଗଳବାର ଚିହ୍ନଟ 53 ସଂକ୍ରମିତ ଅପେକ୍ଷା ଆଜି (ସୋମବାର) ମାମଲା କମ ଅଛି । ଗତ 24 ଘଣ୍ଟାରେ ରାଜ୍ୟରେ 45 ଜଣ ନୂଆ କୋରୋନା (COVID-19) ପଜିଟିଭ ଚିହ୍ନଟ ହୋଇଛନ୍ତି । ନୂଆ ସଂକ୍ରମିତଙ୍କ ମଧ୍ୟରୁ 27 ସଂକ୍ରମିତ କ୍ବାରେଣ୍ଟାଇନ ସେଣ୍ଟରରୁ ହୋଇଥିବା ବେଳେ 18 ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେଥିମଧ୍ୟରୁ 3ଜଣ କିଶୋର ଆକ୍ରାନ୍ତ ହୋଇଛନ୍ତି ।
ଆଜି ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ଅନୁଗୋଳ 1, ବାଲେଶ୍ବରରୁ 3, କଟକରୁ 12, ଢେଙ୍କାନାଳରୁ 2, ଯାଜପୁରରୁ 2, ଖୋର୍ଦ୍ଧାରୁ 18, ମୟୂରଭଞ୍ଜରୁ 1, ପୁରୀରୁ 1, ସମ୍ବଲପୁରରୁ 1 ଓ ଷ୍ଟେଟପୋଲରୁ 4ଜଣ ସଂକ୍ରମିତ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା 12 ଲକ୍ଷ 88 ହଜାର 995ରେ ପହଞ୍ଚିଛି । ବର୍ତ୍ତମାନ ରାଜ୍ୟରେ 153 ସକ୍ରିୟ ମାମଲା ରହିଛି । ନୂଆ 20 ଜଣ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ରାଜ୍ୟରେ ମୋଟ 12 ଲକ୍ଷ 79 ହଜାର 499 ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଆଜି ଦେଶରେ 12 ହଜାର ପାର କରିଛି ପଜିଟିଭ ସଂଖ୍ୟା । ପୁଣି ସଂକ୍ରମଣ ମାମଲା ବୃଦ୍ଧି ପାଇବା ଚିନ୍ତାର ବିଷୟ ହୋଇଛି ।
ଇଟିଭି ଭାରତ, ଭୁବନେଶ୍ବର