ETV Bharat / city

Odisha Corona: ଦିନକରେ ୬୯ ନୂଆ ସଂକ୍ରମିତ

author img

By

Published : Jun 27, 2022, 9:23 AM IST

ଗତ ୨୪ ଘଣ୍ଟାରେ ରାଜ୍ୟରେ ୬୯ଜଣ ନୂଆ କୋରୋନା (COVID-19) ପଜିଟିଭ ଚିହ୍ନଟ ହୋଇଛନ୍ତି । ଅଧିକ ପଢନ୍ତୁ

Odisha Corona: ଦିନକରେ ୬୯ ନୂଆ ସଂକ୍ରମିତ
Odisha Corona: ଦିନକରେ ୬୯ ନୂଆ ସଂକ୍ରମିତ

ଭୁବନେଶ୍ବର: ରାଜ୍ୟରେ କରୋନା ସଂକ୍ରମଣରେ ବୃଦ୍ଧି । କିଛିଦିନ ହେବ ସଂକ୍ରମଣ ୬୦ ପାର୍‌ କରୁଛି । ଗତ ୨୪ ଘଣ୍ଟାରେ ରାଜ୍ୟରେ ୬୯ଜଣ ନୂଆ କୋରୋନା (COVID-19) ପଜିଟିଭ ଚିହ୍ନଟ ହୋଇଛନ୍ତି । ନୂଆ ସଂକ୍ରମିତଙ୍କ ମଧ୍ୟରୁ ୪୨ ସଂକ୍ରମିତ କ୍ବାରେଣ୍ଟାଇନ ସେଣ୍ଟରରୁ ହୋଇଥିବାବେଳେ ୨୭ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେଥିମଧ୍ୟରୁ ୯ଜଣ କିଶୋର ଆକ୍ରାନ୍ତ ହୋଇଛନ୍ତି ।

ଆଜି ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ବାଲେଶ୍ବରରୁ ୫, ବଲାଙ୍ଗୀରରୁ ୧, କଟକରୁ ୧୩, ଜଗତସିଂହପୁରରୁ ୧, ଯାଜପୁରରୁ ୨, କଳାହାଣ୍ଡିରୁ ୧, ଖୋର୍ଦ୍ଧାରୁ ୨୬, ପୁରୀରୁ ୨, ସମ୍ବଲପୁରରୁ ୪, ସୁନ୍ଦରଗଡରୁ ୮ ଏବଂ ଷ୍ଟେଟପୋଲରୁ ୬ ଜଣ ସଂକ୍ରମିତ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୮୯ ହଜାର ୩୨୮ରେ ପହଞ୍ଚିଛି ।

ବର୍ତ୍ତମାନ ରାଜ୍ୟରେ ୪୫୬ ସକ୍ରିୟ ମାମଲା ରହିଛି । ନୂଆ ୪୪ ଜଣ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ରାଜ୍ୟରେ ମୋଟ ୧୨ ଲକ୍ଷ ୭୯ ହଜାର ୬୯୩ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ପୁଣି ସଂକ୍ରମଣ ମାମଲା ବୃଦ୍ଧି ପାଇବା ଚିନ୍ତାର ବିଷୟ ହୋଇଛି ।

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.