ଭୁବନେଶ୍ବର: ରାଜ୍ୟରେ କୋରୋନା ସଂକ୍ରମଣରେ ସାମାନ୍ୟ ବୃଦ୍ଧି । ଗତ କିଛିଦିନ ହେବ ୨୦ ତଳକୁ ସଂଗ୍ରମିତ ଚିହ୍ନଟ ହେଉଥିବା ବେଳେ ଆଜି ୭୦ ପାର କରିଛି । ଗତ ୨୪ ଘଣ୍ଟାରେ ୭୧ କୋରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ନୂଆ ସଂକ୍ରମିତଙ୍କ ମଧ୍ୟରୁ ୭ସଂକ୍ରମିତ କ୍ବାରେଣ୍ଟାଇନ ସେଣ୍ଟରର ହୋଇଥିବା ବେଳେ ୬୪ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ଏଥିମଧ୍ୟରୁ ୬୬ଜଣ ଶିଶୁ କୋରୋନାରେ ଆକ୍ରାନ୍ତ ହୋଇଛନ୍ତି ।
ଆଜି ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ରାୟଗଡାରୁ ସର୍ମବାଧିକ ୬୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ବାଲେଶ୍ବରରୁ ୨, କନ୍ଧମାଳରୁ ୧, ଖୋର୍ଦ୍ଧାରୁ ୨, ନୂଆପଡାରୁ ୧ ଓ ଷ୍ଟେଟପୁଲରୁ ଜଣେ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୮୮ ହଜାର ୨୦୨ରେ ପହଞ୍ଚିଛି । ବର୍ତ୍ତମାନ ରାଜ୍ୟରେ ୧୬୦ ସକ୍ରିୟ ମାମଲା ରହିଛି । ନୂଆ ୧୪ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ରାଜ୍ୟରେ ମୋଟ ୧୨ ଲକ୍ଷ ୭୮ ହଜାର ୮୬୩ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।