ଭୁବନେଶ୍ବର: ରାଜ୍ୟରେ କ୍ରମଶଃ ତଳ ମୁହାଁ ହୋଇଛି କୋରୋନାର ଦୈନିକ ସଂକ୍ରମଣ । ଗତ ୨୪ ଘଣ୍ଟାରେ ୭୮କୋରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ନୂଆ ସଂକ୍ରମିତଙ୍କ ମଧ୍ୟରୁ ୨୦ କିଶୋର କିଶୋରୀ ରହିଥିବା ବେଳେ ୪୭ କ୍ବାରେଣ୍ଟାଇନ ସେଣ୍ଟର ଓ ୩୧ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ଆଜି ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୧୦ଟି ମାମଲା ରହିଥିବା ବେଳେ ଅନୁଗୋଳରୁ ୨, ବାଲେଶ୍ବରରୁ ୧, ବଲାଙ୍ଗୀରରୁ ୨, କଟକରୁ ୧, ଦେ୍ବଗଡରୁ ୧, ଗଜପତିରୁ ୮, ଜଗତସିଂହପୁରରୁ୧, ଯାଜପୁରରୁ ୪, କନ୍ଧମାଳରୁ ୧, କେନ୍ଦ୍ରାପଡାରୁ ୧୨ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
ସେହିପରି କୋରାପୁଟରୁ ୭, ମୟୂରଭଞ୍ଜରୁ ୨, ନବରଙ୍ଗପୁରରୁ ୧, ନୂଆପଡାରୁ ୩, ପୁରୀରୁ ୧, ସମ୍ବଲପୁରରୁ ୯, ସୋନପୁରରୁ ୧, ସୁନ୍ଦରଗଡରୁ ୮ ଓ ଷ୍ଟେଟପୁଲରୁ ୩ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୮୬,୭୭୨ରେ ପହଞ୍ଚିଛି ।
ବ୍ୟୁରୋ ରିପୋର୍ଟ, ଇଟିଭି ଭାରତ