ETV Bharat / city

Odisha Corona: ରାଜ୍ୟରେ ଦିନକରେ ୮ ସଂକ୍ରମିତ ଚିହ୍ନଟ

author img

By

Published : May 21, 2022, 11:48 AM IST

ରାଜ୍ୟରେ ଗତ ୨୪ ଘଣ୍ଟାରେ ୮ ଜଣ ନୂଆ କୋରୋନା (COVID-19)ପଜିଟିଭ ଚିହ୍ନଟ । ଏହାକୁ ମିଶାଇ ରାଜ୍ୟରେ ମୋଟ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୮୮ ହଜାର ୩୫୭ରେ ପହଞ୍ଚିଛି । ଅଧିକ ପଢନ୍ତୁ

Odisha Corona: ରାଜ୍ୟରେ ଦିନକରେ ୮ ସଂକ୍ରମିତ ଚିହ୍ନଟ
Odisha Corona: ରାଜ୍ୟରେ ଦିନକରେ ୮ ସଂକ୍ରମିତ ଚିହ୍ନଟ

ଭୁବନେଶ୍ବର: ରାଜ୍ୟରେ ତଳ ମୁହାଁ କୋରୋନା ଗ୍ରାଫ୍‌ । ଦୈନିକ ସଂକ୍ରମିତଙ୍କ ସଂଖ୍ୟାରେ କ୍ରମାଗତ ହ୍ରାସ ଆଶ୍ବସ୍ତିର ଖବର ହୋଇଛି । ଗତ ୨୪ ଘଣ୍ଟାରେ ରାଜ୍ୟରେ ୮ ଜଣ ନୂଆ କୋରୋନା (COVID-19) ପଜିଟିଭ ଚିହ୍ନଟ ହୋଇଛନ୍ତି । ନୂଆ ସଂକ୍ରମିତଙ୍କ ମଧ୍ୟରୁ ୫ ସଂକ୍ରମିତ କ୍ବାରେଣ୍ଟାଇନ ସେଣ୍ଟରରୁ ହୋଇଥିବା ବେଳେ ୩ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ତେବେ ଗତ ୨୪ ଘଣ୍ଟାରେ କୌଣସି ଶିଶୁ କୋରୋନାରେ ଆକ୍ରାନ୍ତ ହୋଇନାହାନ୍ତି ।

ଆଜି ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୫, କୋରାପୁଟରୁ ଜଣେ, ସୁନ୍ଦରଗଡରୁ ଜଣେ ଓ ଷ୍ଟେଟପୁଲରୁ ଜଣେ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୮୮ ହଜାର ୩୫୭ରେ ପହଞ୍ଚିଛି । ବର୍ତ୍ତମାନ ରାଜ୍ୟରେ ୧୧୬ ସକ୍ରିୟ ମାମଲା ରହିଛି । ରାଜ୍ୟରେ ମୋଟ ୧୨ ଲକ୍ଷ ୭୯ ହଜାର ୦୬୨ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।

ବ୍ୟୁରୋ ରିପୋର୍ଟ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.