ETV Bharat / city

ରବି ଋତୁରେ ୨୦ ହଜାର ହେକ୍ଟର ଜମିକୁ ଅତିରିକ୍ତ ଜଳସେଚନ ଲକ୍ଷ୍ୟ

author img

By

Published : Aug 18, 2021, 8:08 AM IST

ରାଜ୍ୟ ଜଳ ସମ୍ପଦ ବିଭାଗ ପ୍ରମୁଖ ଶାସନ ସଚିବ ଅନୁ ଗର୍ଗ କଲେ ବୃହତ ଉଠାଜଳସେଚନ ପ୍ରକଳ୍ପ କାର୍ଯ୍ୟକାରିତାର ସମୀକ୍ଷା । ରବି ଋତୁରେ ମେଗା ଲିଫ୍ଟରେ ୨୦ ହଜାର ହେକ୍ଟର ଜମିକୁ ଅତିରିକ୍ତ ଜଳସେଚନ ସୁବିଧା ଲକ୍ଷ୍ୟ ରଖିଛି ବିଭାଗ । ଅଧିକ ପଢନ୍ତୁ...

ରବି ଋତୁରେ ୨୦ ହଜାର ହେକ୍ଟର ଜମିକୁ ଅତିରିକ୍ତ ଜଳସେଚନ ଲକ୍ଷ୍ୟ
ରବି ଋତୁରେ ୨୦ ହଜାର ହେକ୍ଟର ଜମିକୁ ଅତିରିକ୍ତ ଜଳସେଚନ ଲକ୍ଷ୍ୟ

ଭୁବନେଶ୍ବର: ରାଜ୍ୟ ଜଳ ସମ୍ପଦ ବିଭାଗ ପ୍ରମୁଖ ଶାସନ ସଚିବ ଅନୁ ଗର୍ଗ ବୃହତ୍ତ ଉଠାଜଳସେଚନ ପ୍ରକଳ୍ପ କାର୍ଯ୍ୟକାରିତାର ସମୀକ୍ଷା କରିଛନ୍ତି । ମାସିକ ସମୀକ୍ଷା ବୈଠକରେ ପୁରୁଣା ମେଗାଲିଫ୍ଟ ପ୍ରକଳ୍ପର ସ୍ଥିତି ଓ ନୂତନ ମେଗା ଲିଫ୍ଟ ନିର୍ମାଣ ସମ୍ପର୍କରେ ଅନୁଧ୍ୟାନ କରିଛନ୍ତି ସଚିବ । ରବି ଋତୁରେ ମେଗା ଲିଫ୍ଟରେ ୨୦ ହଜାର ହେକ୍ଟର ଜମିକୁ ଅତିରିକ୍ତ ଜଳସେଚନ ସୁବିଧା ଲକ୍ଷ୍ୟ ରଖିଛି ବିଭାଗ ।

ବୈଠକରେ ପ୍ରମୁଖ ଶାସନ ସଚିବ ଅନୁ ଗର୍ଗ ଜଳ ଯୋଗାଣ କରୁଥିବା ନବନିର୍ମିତ ସୁନ୍ଦରଗଡର ବରଗାଁ ଏବଂ ଗଞ୍ଜାମର କଳିଙ୍ଗଡୋଳା ବୃହତ୍ତ ଉଠାଜଳସେଚନ ପ୍ରକଳ୍ପର କାର୍ଯ୍ୟକାରିତାର ସମୀକ୍ଷା କରିଛନ୍ତି । ଆଗାମୀ ଦିନରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଅଧିକ ମେଗା ଲିଫ୍‌ଟ ପ୍ରକଳ୍ପ ନିର୍ମାଣ ପାଇଁ ପଦକ୍ଷେପ ନେବାକୁ ପ୍ରମୁଖ ଶାସନ ସଚିବ ବିଭାଗୀୟ ଯନ୍ତ୍ରୀଙ୍କୁ ଆବଶ୍ୟକ ନିର୍ଦ୍ଦେଶ ଓ ପରାମର୍ଶ ଦେଇଛନ୍ତି । ଆସନ୍ତା ରବି ଋତୁରେ ମେଗା ଲିଫ୍ଟ ଜରିଆରେ ୨୦ ହଜାର ହେକ୍ଟର ଜମିକୁ ଅତିରିକ୍ତ ଜଳସେଚନ ସୁବିଧା ଲକ୍ଷ୍ୟ ରଖିଛି ବିଭାଗ । କେନ୍ଦୁଝର ଜିଲ୍ଲାରେ ୧୪ଟି ବୃହତ୍ତ ଉଠାଜଳସେଚନ ପ୍ରକଳ୍ପ ଓମବାଡିସି ପାଣ୍ଠିରୁ ନିର୍ମାଣ ପାଇଁ ପ୍ରସ୍ତାବ ରହିଛି । ଏନେଇ ଆବଶ୍ୟକ ବୈଷୟିକ ଅନୁମୋଦନ ପରେ ସେସବୁକୁ ନିର୍ମାଣ କରାଯିବ ବୋଲି ସୂଚନା ମିଳିଛି । ବୈଠକରେ ସର୍ବୋଚ୍ଚ ଯନ୍ତ୍ରୀ(ଯୋଜନା ଓ ନକ୍ସାଙ୍କନ) ଇଂ. ବିଜୟ କୁମାର ମିଶ୍ର, ମୁଖ୍ୟ ଯନ୍ତ୍ରୀ(ମେଗା ଲିଫ୍ଟ) ଇଂ ଚିନ୍ମୟ ରାଉତ, ବିଭାଗୀୟ ଅନ୍ୟ ବରିଷ୍ଠ ପଦାଧିକାରୀ ଓ ଯନ୍ତ୍ରୀ ଉପସ୍ଥିତ ଥିଲେ ।

ଭୁବନେଶ୍ବରରୁ ଭବାନୀ ଶଙ୍କର ଦାସ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.