ETV Bharat / city

ମୟୂରଭଞ୍ଜ ଓ ସୁନ୍ଦରଗଡ଼ରେ ପ୍ରବଳ ବର୍ଷିବ, ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

author img

By

Published : Aug 24, 2022, 8:54 PM IST

ଅଗଷ୍ଟ ୨୫ ତାରିଖରୁ ରାଜ୍ୟ ପାଣିପାଗରେ ପରିବର୍ତ୍ତନ ଘଟିବ (possible rainfall in Odisha) । ଘୁର୍ଣ୍ଣିବଳୟ ପ୍ରଭାବରେ ଆଭ୍ୟନ୍ତରୀଣ ଓଡ଼ିଶା ଏବଂ ପଶ୍ଚିମ ଓଡ଼ିଶାରେ ବର୍ଷାର ହେବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ (odisha weather department alert yellow warning) । ଅଧିକ ପଢ଼ନ୍ତୁ

odisha weather department alert yellow warning for many district for possible rainfall
ମୟୂରଭଞ୍ଜ ଓ ସୁନ୍ଦରଗଡ଼ରେ ପ୍ରବଳ ବର୍ଷିବ, ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ବର: ଉତ୍ତର ବଙ୍ଗୋପସାଗର ଏବଂ ତାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ସକ୍ରିୟ ରହିଛି ଘୁର୍ଣ୍ଣିବଳୟ ( cyclonic circulation effect on Odisha)। ଫଳରେ ଅଗଷ୍ଟ ୨୫ ତାରିଖରୁ ରାଜ୍ୟ ପାଣିପାଗରେ ପରିବର୍ତ୍ତନ ଘଟିବ । ଘୁର୍ଣ୍ଣିବଳୟ ପ୍ରଭାବରେ ଆଭ୍ୟନ୍ତରୀଣ ଓଡ଼ିଶା ଏବଂ ପଶ୍ଚିମ ଓଡ଼ିଶାରେ ବର୍ଷାର ହେବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ମୟୂରଭଞ୍ଜ ଓ ସୁନ୍ଦରଗଡ଼ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏଠାରେ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ୭ରୁ ୨୦ ସେମି ବର୍ଷା ହୋଇପାରେ ।

ସମ୍ଭାବ୍ୟ ବର୍ଷାକୁ ନେଇ ରାଜ୍ୟର ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । (odisha weather department alert yellow warning) ଆଲର୍ଟ ଜାରି ହୋଇଥିବା ଜିଲ୍ଲାଗୁଡ଼ିକ ହେଲା ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, ବାଲେଶ୍ଵର, ଭଦ୍ରକ, ଢେଙ୍କାନାଳ, କଟକ, ସମ୍ବଲପୁର, ଦେବଗଡ଼, ଅନୁଗୁଳ ଓ କେନ୍ଦୁଝର ।

ଏହାକୁ ନେଇ ଆଞ୍ଚଳିକ ପାଣିପାଗ ବିଭାଗ ନିର୍ଦ୍ଦେଶକ ହବିବୁର ରେହମାନ ସୂଚନା ଦେଇଛନ୍ତି । ସେ କହିଛନ୍ତି, ଗତ ୨୪ ଘଣ୍ଟାରେ ଉପକୂଳ ଓଡ଼ିଶା ଓ ଆଭ୍ୟନ୍ତରୀଣ ଓଡ଼ିଶାର କେତେକ ସ୍ଥାନରେ ବର୍ଷା ରେକର୍ଡ କରାଯାଇଛି । ମୟୂରଭଞ୍ଜର ବାଙ୍ଗିରିପୋଷୀରେ ସର୍ବାଧିକ ବର୍ଷା ରେକର୍ଡ କରାଯାଇଛି । ଏଠାରେ ୮୧.2 ମିମି ବର୍ଷା ରେକର୍ଡ କରାଯାଇଛି । ଆଗାମୀ ୨୪ ଘଣ୍ଟାରେ ମୟୂରଭଞ୍ଜ ଓ ସୁନ୍ଦରଗଡ଼ ଜିଲ୍ଲା ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ସେହିଭଳି ଅନ୍ୟ ୧୧ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏଣୁ ଏହି ସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଦକ୍ଷିଣ ଓଡ଼ିଶାରେ ମଧ୍ୟ ଅଧିକାଂଶ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି ।"

ଉତ୍ତର ପୂର୍ବ ବଙ୍ଗୋପସାଗରରେ ଯେଉଁ ଘୂର୍ଣ୍ଣିବଳୟ ଥିଲା ତାହା ବର୍ତ୍ତମାନ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ କେନ୍ଦ୍ରୀଭୁତ ହୋଇଛି । ଯାହା ଫଳରେ ରାଜ୍ୟର ଅଧିକାଂଶ ସ୍ଥାନର ପ୍ରବଳ ବା ମଧ୍ୟମ ଧରଣର ବର୍ଷା ସମ୍ଭାବନା ଦେଖା ଦେଇଛି । ଏହି ଘୂର୍ଣ୍ଣିବଳୟ ଲଘୁଚାପ ରୂପ ନେବା ସମ୍ଭାବନା ଖୁବ୍‌ କମ୍‌ ରହିଛି । ଜୁନ୍‌ ପହିଲାରୁ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ସ୍ବାଭାବିକ ବର୍ଷାଠାରୁ ୧୪ ପ୍ରତିଶତ ଅଧିକ ବର୍ଷା ହୋଇଛି । କନ୍ଧମାଳରେ ସର୍ବାଧିକ ବର୍ଷା ରେକର୍ଡ କରାଯାଇଛି ।

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.