ETV Bharat / city

ଆସୁଛି ଲଘୁଚାପ, ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ

ଆଜିଠାରୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇଛି । ଫଳରେ ଅସହ୍ୟ ଗୁଳୁଗୁଳିରୁ ରାଜ୍ୟବାସୀଙ୍କୁ ତ୍ରାହି ମିଳିଛି । ଆସନ୍ତା କାଲି ବର୍ଷା ପାଇଁ ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି (Odisha weather department alert yellow warning)। ଅଧିକ ପଢ଼ନ୍ତୁ

author img

By

Published : Sep 6, 2022, 10:07 PM IST

Odisha weather department alert yellow warning for possible rain in state
ଆସୁଛି ଲଘୁଚାପ, ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ବର: ବଦଳିଲା ପାଗ, ଅସହ୍ୟ ଗୁଳୁଗୁଳିରୁ ମିଳିଲା ତ୍ରାହି । ଆଜି(ଅଗଷ୍ଟ ୬)ଠାରୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇଛି । ଆସନ୍ତାକାଲି(ଅଗଷ୍ଟ ୭)ରେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେବ ଘୂର୍ଣ୍ଣିବଳୟ । ପରବର୍ତ୍ତୀ ୪୮ ଘଣ୍ଟାରେ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପର ରୂପ ନେବ । ଏହାର ପ୍ରଭାବରେ ୮ରୁ ଦକ୍ଷିଣ ଓଡ଼ିଶା ଓ ୯ରୁ ରାଜ୍ୟରେ ବିସ୍ତୃତ ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ(Odisha weather department alert yellow warning) ।

ଏହାକୁ ନେଇ ପାଣିପାଗ ବୈଜ୍ଞାନିକ ଉମା ଶଙ୍କର ଦାଶ କହିଛନ୍ତି, "ଧୀରେ ଧୀରେ ଦକ୍ଷିଣ ମୁହାଁ ହେଉଛି ମୌସୁମୀ ନିମ୍ନ ଚାପ-ରେଖା । ମୌସୁମୀ ନିମ୍ନ-ଚାପ ରେଖା ଆଜି ରାଜସ୍ଥାନର ଗଙ୍ଗାନଗରରୁ ବାହାରି ହିସାର, ହରଦୋଇ, ଗୋରଖପୁର, ପାଟନା, ଜାମସେଦପୁର, ପଶ୍ଚିମବଙ୍ଗର ଦିଘାରୁ ପୂର୍ବ-ଦକ୍ଷିଣ-ପୂର୍ବ ଦିଗରେ ଉତ୍ତର-ପୂର୍ବ ବଙ୍ଗୋପସାଗର ଯାଏଁ ଲମ୍ବିଛି । ଏହାର ପ୍ରଭାବରେ ୪ ଜିଲ୍ଲା ଗଜପତି, ରାୟଗଡ଼ା, ନବରଙ୍ଗପୁର, କୋରାପୁଟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏହି ସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।"

ଅଗଷ୍ଟ ୮ ତାରିଖରୁ ରାଜ୍ୟରେ ବର୍ଷାର ପରିମାଣ ବଢିପାରେ । ୫ ଜିଲ୍ଲା ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, କନ୍ଧମାଳରେ ପ୍ରବଳ ବର୍ଷା ଜାରି ରହିବ । ୯ ତାରିଖରେ ପ୍ରବଳ ବର୍ଷା ପାଇଁ ୮ ଜିଲ୍ଲାକୁ ସତର୍କ କରିଛି ପାଣିପାଗ ବିଭାଗ । ଏହି ସବୁ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହ କିଛି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।

ଗତ ୨୪ ଘଣ୍ଟା ମଧ୍ୟରେ ଗଞ୍ଜାମ ଜିଲ୍ଲାର ଜଗନ୍ନାଥ ପ୍ରସାଦରେ ସର୍ବାଧିକ ୮୬.୪ ମିମି ବର୍ଷ ରେକର୍ଡ ହୋଇଛି । ସାମଖୁମୁଣ୍ଟାରେ ୩୯.୦ ମିମି ବର୍ଷା ରେକର୍ଡ ହୋଇଛି । ଜୁନ ୧ ତାରିଖରୁ ସେପ୍ଟେମ୍ବର ୬ ପର୍ଯ୍ୟନ୍ତ ୨୦୬.୭ ମିମି ବର୍ଷା ରେକର୍ଡ ହୋଇଛି ଯାହା ସ୍ବାଭାବିକ ବର୍ଷାଠାରୁ ୩ ପ୍ରତିଶତ ଅଧିକ ରହିଛି । ୪ ଜିଲ୍ଲାରେ ସ୍ବାଭାବିକ ବର୍ଷା ଠାରୁ ଅଧିକ ବର୍ଷା ରେକର୍ଡ଼ ହୋଇଥିବା ବେଳେ ଭଦ୍ରକ ଜିଲ୍ଲା ରେ ନିଅଣ୍ଟିଆ ବର୍ଷା ହୋଇଛି ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.