ଭୁବନେଶ୍ବର: ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ଜିଲ୍ଲାରେ ପାଗ ମୁଖ୍ୟତଃ ଶୁଖିଲା ରହିବ । ଉତ୍ତର ଓଡ଼ିଶାର ମୟୂରଭଞ୍ଜ ଜିଲ୍ଲା ସମେତ ଦକ୍ଷିଣ ଓଡ଼ିଶାର ଗଜପତି, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ରାୟଗଡା ,କଳାହାଣ୍ଡି, ସୁନ୍ଦରଗଡ ଏବଂ କେନ୍ଦୁଝର ଜିଲ୍ଲାର କିଛି ଅଞ୍ଚଳରେ ଘଡଘଡି ବିଜୁଳି ସହ ବର୍ଷା ହେବ । ଏ ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।
ତେବେ ଅନ୍ୟ ଜିଲ୍ଲା ଗୁଡିକରେ ତାପମାତ୍ରା ସାମାନ୍ୟ ବୃଦ୍ଧି ପାଇବ । ସ୍ବାଭାବିକ ଠାରୁ ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବଢିବ ବୋଲି ଆକଳନ କରାଯାଇଛି । ଉତ୍ତର ମଧ୍ୟପ୍ରଦେଶ ଏବଂ ଏହାର ଆଖପାଖରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହାର ପ୍ରଭାବ ଯଦିଓ ଓଡିଶାରେ ସେତେ ପଡିବ ନାହିଁ ।
ତେବେ ୨୧ ତାରିଖରୁ ଅଧିକାଂଶ ଜିଲ୍ଲାରେ କାଳବୈଶାଖୀର ପ୍ରଭାବ ଦେଖିବାକୁ ମିଳିବ । ଏଥିପାଇଁ ୨୧ ତାରିଖରେ ୧୦ ଟି ଏବଂ ୨୨ ତାରିଖରେ ୧୬ ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୩ଟି ଜିଲ୍ଲାରେ ତାପମାତ୍ରା ୪୦ ଡିଗ୍ରୀ କିମ୍ବା ତାଠାରୁ ଅଧିକ ରହିଛି ।
ଭୁବେନଶ୍ବରରୁ ଭବାନୀ ଶଙ୍କର ଦାସ, ଇଟିଭି ଭାରତ