ETV Bharat / city

ଆଗାମୀ ୩ ଦିନ ଆଭ୍ୟନ୍ତରୀଣ ଓଡ଼ିଶାରେ ଶୀତ ଲହରୀ

ଆଗାମୀ ୩ ଦିନ ପାଇଁ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଜିଲ୍ଲାରେ ଶୀତ ଲହରୀ ସମ୍ଭାବନା ରହିଛି । ହେଲେ ଓଡ଼ିଶାରେ ପାଣିପାଗର ସେପରି କୌଣସି ପ୍ରଭାବ ପଡିବ ନାହିଁ ବୋଲି କହିଛନ୍ତି ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶକ । ଅଧିକ ପଢନ୍ତୁ

author img

By

Published : Jan 28, 2022, 6:33 PM IST

ଆଗାମୀ ୩ ଦିନ ପାଇଁ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଜିଲ୍ଲାରେ ଶୀତ ଲହରୀ ସମ୍ଭାବନା

ଭୁବନେଶ୍ବର: ଆଗାମୀ ୩ ଦିନ ପାଇଁ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଜିଲ୍ଲାରେ ଶୀତ ଲହରୀ ସମ୍ଭାବନା । ହେଲେ ଓଡ଼ିଶା ଉପରେ ପାଣିପାଗର ସେପରି କୌଣସି ପ୍ରଭାବ ପଡିବ ନାହିଁ ବୋଲି କହିଛନ୍ତି ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶକ । ଓଡିଶା ମଧ୍ୟକୁ ବାୟୁମଣ୍ଡଳର ତଳ ଭାଗରେ ଉତ୍ତରପଶ୍ଚିମ ତଥା ଉତ୍ତର ଦିଗରୁ କ୍ରମାଗତ ଭାବେ ଥଣ୍ଡା ଏବଂ ଶୁଷ୍କ ବାୟୁ ପ୍ରବେଶ କରୁଛି । ପ୍ରଭାବରେ ଆଗାମୀ ୩ ଦିନ ଯାଏଁ ରାଜ୍ୟର କିଛି ଆଭ୍ୟନ୍ତରୀଣ ଜିଲ୍ଲାରେ ଶୀତ ଲହରୀ ଅନୁଭୂତ ହେବାର ସମ୍ଭାବନା ରହିଛି ।

ଆଗାମୀ ୩ ଦିନ ମଧ୍ୟରେ ପାଗରେ ବିଶେଷ ପରିବର୍ତ୍ତନର ସମ୍ଭାବନା ନାହିଁ। ପରବର୍ତ୍ତୀ ୨ ଦିନରେ ତାପମାତ୍ରାରେ ୨ରୁ ୩ ଡ଼ିଗ୍ରୀ ଯାଏଁ ବୃଦ୍ଧି ହେବାର ସମ୍ଭାବନା ରହିଛି। ଆଗାମୀ ୩ ଦିନ ଯାଏଁ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ତାପମାତ୍ରା ସ୍ଵାଭାବିକ ଠାରୁ ୩ରୁ ୫ ଡିଗ୍ରୀ ଯାଏଁ କମ ରହିବାର ସମ୍ଭାବନା ରହିଛି । କଳାହାଣ୍ଡି, କନ୍ଧମାଳ, ନୂଆପଡା, ବରଗଡ, ବଲାଙ୍ଗୀର, ସୋନପୁର, ବୌଦ୍ଧ, ସମ୍ବଲପୁର, ଝାରସୁଗୁଡା, ସୁନ୍ଦରଗଡ, ଅନୁଗୋଳ ଏବଂ କେନ୍ଦୁଝର ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ଶୀତ ଲହରୀ ଅନୁଭବ ହେବାର ସମ୍ଭାବନା ରହିଛି।

ଯେଉଁଥିପାଇଁ ପାଣିପାଗ ବିଭାଗ ପକ୍ଷରୁ ୟଲୋ ୱାର୍ନିଂ ଜାରି କରାଯାଇଛି । ଏଥିସହ ରାତ୍ରୀ ତଥା ପାହାନ୍ତିଆ ସମୟରେ ଯଥାସମ୍ଭବ ଘରେ ରୁହନ୍ତୁ, ଶୀତରୁ ରକ୍ଷା ପାଇଁ ଶୀତବସ୍ତ୍ର ପରିଧାନ କରନ୍ତୁ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶକ ଏଚଆର ବିଶ୍ବାସ କହିଛନ୍ତି ।

ଭୁବନେଶ୍ବରରୁ ଦେବସ୍ମିତା ରାଉତ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.