ETV Bharat / city

ଲଘୁଚାପ ସକ୍ରିୟ, 5 ଦିନ ଲାଗି ରହିବ ପ୍ରବଳ ବର୍ଷା

author img

By

Published : Oct 1, 2020, 7:30 PM IST

ପଶ୍ଚିମ-କେନ୍ଦ୍ରୀୟ ଓ ଏହାର ସଂଲଗ୍ନ, ଉତ୍ତର ପଶ୍ଚିମ ବଙ୍ଗୋପସାଗର ଓ ଦକ୍ଷିଣ ଉପକୂଳ ଓଡ଼ିଶାରେ ସୃଷ୍ଟ ଘୁର୍ଣ୍ଣିବଳୟ ଏବେ ଲଘୁଚାପର ରୂପ ନେଇଛି । ଏହାର ପ୍ରଭାବରେ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ପଢନ୍ତୁ ସମ୍ପୂର୍ଣ୍ଣ ଖବର...

ଲଘୁଚାପ ସକ୍ରିୟ, 5 ଦିନ ଲାଗି ରହିବ ପ୍ରବଳ ବର୍ଷା
ଲଘୁଚାପ ସକ୍ରିୟ, 5 ଦିନ ଲାଗି ରହିବ ପ୍ରବଳ ବର୍ଷା

ଭୁବନେଶ୍ବର: ପଶ୍ଚିମ-କେନ୍ଦ୍ରୀୟ ଓ ଏହାର ସଂଲଗ୍ନ, ଉତ୍ତର ପଶ୍ଚିମ ବଙ୍ଗୋପସାଗର ଓ ଦକ୍ଷିଣ ଉପକୂଳ ଓଡ଼ିଶାରେ ସୃଷ୍ଟ ଘୁର୍ଣ୍ଣିବଳୟ ଏବେ ଲଘୁଚାପର ରୂପ ନେଇଛି । ଏହାର ପ୍ରଭାବରେ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ଆସନ୍ତା ୨୪ ଘଣ୍ଟା ଅକ୍ଟୋବର ୨ ତାରିଖ ଶୁକ୍ରବାର ମଧ୍ୟରେ ଗଞ୍ଜାମ, ବଲାଙ୍ଗୀର, ସୁବର୍ଣ୍ଣପୁର, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ଅରେଞ୍ଜ ୱାର୍ନିଙ୍ଗ ଜାରି କରାଯାଇଛି ।

ଏହାର ପ୍ରଭାବରେ ତଳିଆ ଅଞ୍ଚଳରେ ଜଳବନ୍ଦୀ ସମସ୍ୟା ଉପୁଜିବା ସହ ସହରାଞ୍ଚଳରେ ଟ୍ରାଫିକ ସମସ୍ୟା ଏବଂ ଜଳବନ୍ଦୀ ସମସ୍ୟା ସୃଷ୍ଟି ହେବ । ସେହିପରି କନ୍ଧମାଳ, ବୌଦ୍ଧ, କଳାହାଣ୍ଡି, ଅନୁଗୋଳ, କଟକ, ପୁରୀ, ନୟାଗଡ଼, ଢେଙ୍କାନାଳ, ଖୋର୍ଦ୍ଧା, ଜଗତସିଂହପୁର, କେନ୍ଦ୍ରାପଡା, ଯାଜପୁର, ଭଦ୍ରକ, ବାଲେଶ୍ୱର ଏବଂ ସମ୍ବଲପୁର ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ନିଙ୍ଗ ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ଆସନ୍ତା ୫ ତାରିଖ ପର୍ଯ୍ୟନ୍ତ ଲଘୁଚାପ ଜନିତ ପ୍ରବଳ ବର୍ଷା ହେବ । ସମୁଦ୍ର ଅଶାନ୍ତ ଥିବାରୁ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି । ଭୁବନେଶ୍ୱର ଓ କଟକ ଟୁଇନ ସିଟିରେ ଆକାଶ ମେଘାଚ୍ଛନ୍ନ ରହିବା ସହ ବର୍ଷା ହେବାର ସମ୍ଭାବନା ରହିଛି । ଗତ ୨୪ ଘଣ୍ଟା ଭିତରେ ରାଜ୍ୟର ପ୍ରାୟ ସବୁ ସ୍ଥାନରେ ପ୍ରବଳ ବର୍ଷା ହୋଇଛି । ଅନୁଗୋଳ ଜିଲ୍ଲାରେ ସର୍ବାଧିକ ୧୩୪.୬ ମିମି ବର୍ଷା ରେକର୍ଡ କରାଯାଇଛି । ରାୟଗଡା ଜିଲ୍ଲା ମୁନିଗୁଡାରେ ୧୦୩.୬ ମିମି, କୁଚିଣ୍ଡାରେ ୯୭.୪ ମିମି, କଳାହାଣ୍ଡି ନର୍ଲାରେ ୯୬.୦ ମିମି ବର୍ଷା ରେକର୍ଡ କରାଯାଇଛି ।

ଭୁବନେଶ୍ବରରୁ ସଞ୍ଜୀବ କୁମାର ରାୟ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.