ETV Bharat / city

ପ୍ରବଳ ବର୍ଷା ସମ୍ଭାବନା, ଆଜି ୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ୪ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା । ଅରେଞ୍ଜ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ । ଅଧିକ ପଢନ୍ତୁ

author img

By

Published : Aug 24, 2022, 1:28 PM IST

ପ୍ରବଳ ବର୍ଷା ସମ୍ଭାବନା, ଆଜି ୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ
ପ୍ରବଳ ବର୍ଷା ସମ୍ଭାବନା, ଆଜି ୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ବର: ବଙ୍ଗୋପସାଗର ଅଞ୍ଚଳରେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ । ଏହାର ପ୍ରଭାବରେ ଆଜି ଓଡିଶାର ୪ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ(very heavy rainfall) । ସକ୍ରିୟ ଘୂର୍ଣ୍ଣିବଳୟ ଯୋଗୁଁ ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଏହି ପୂର୍ବାନୁମାନ କରାଯାଇଛି । ଆଜି ୪ ଜିଲ୍ଲା ଯଥା, ସୁନ୍ଦରଗଡ, ଝାରସୁଗୁଡା, ସମ୍ବଲପୁର ଏବଂ ଦେବଗଡରେ ଅତି ପ୍ରବଳ ବର୍ଷା ହେବା ଆଶଙ୍କା ରହିଛି । ଏହିସବୁ ଜିଲ୍ଲାଗୁଡିକ ପାଇଁ ପାଣିପାଗ ବିଭାଗ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି(Orange Warning issued for 4 Districts) ।

ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଉପକୂଳ ଓଡିଶାରେ ବର୍ଷା ଲାଗି ରହିଛି । ଗତକାଲି ଘୂର୍ଣ୍ଣିବଳୟ ଉତ୍ତର-ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ଥିବାବେଳେ ଆଜି ଉତ୍ତର ବଙ୍ଗୋପସାଗର ଏବଂ ତା'ର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ସକ୍ରିୟ ରହିଛି । ଏହା ସମୁଦ୍ର ପତ୍ତନ ଠାରୁ ୫.୮ କିମି ଉଚ୍ଚତା ଯାଏଁ ବ୍ୟାପିଛି । ଏହାର ପ୍ରଭାବରେ ଉପକୂଳ ଓଡିଶାରେ ଝିପ୍‌ଝିପ୍‌ ବର୍ଷା ଲାଗି ରହିଛି । ସେହିପରି ରାଜଧାନୀ ଭୁବନେଶ୍ବରରେ ଘୂର୍ଣ୍ଣିବଳୟ ପ୍ରଭାବରେ ପାହାନ୍ତିଆରୁ ବର୍ଷା ହେଉଛି । ଏହାସହିତ କେନ୍ଦ୍ରାପଡା, କଟକ, ଖୋର୍ଦ୍ଧା ଜିଲ୍ଲାରେ ବର୍ଷା ଲାଗି ରହିଥିବା ବେଳେ ଆଉ କିଛି ଉପକୂଳ ଅଞ୍ଚଳକୁ ଏହି ବର୍ଷା ବିସ୍ତାର କରିବାର ସମ୍ଭାବନା ରହିଛି । ଦେବଗଡ, ସୁନ୍ଦରଗଡ, ସମ୍ବଲପୁର ଏବଂ ଝାରସୁଗୁଡା ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ୭ରୁ ୨୦ ସେମି ଯାଏଁ ବର୍ଷା ଆଶଙ୍କା ରହିଛି ।

ଆଜି ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର ଓ ଦେଓଗଡ଼ରେ ପ୍ରବଳ ବର୍ଷା ନେଇ ଅରେଞ୍ଜ ଆଲର୍ଟ ସହ ଅନ୍ୟ ୧୦ ଜିଲ୍ଲା ପାଇଁ ୟେଲୋ ଆଲର୍ଟ ଜାରି ହୋଇଛି । ତେବେ ଅଗଷ୍ଟ ୨୫ ତାରିଖରୁ ବର୍ଷା କମିବ । ଚଳିତ ବର୍ଷ ଜୁନ୍‌ ପହିଲାରୁ ଅଗଷ୍ଟ ୨୨ ତାରିଖ ମଧ୍ୟରେ ରାଜ୍ୟରେ ୯୪୧.୯ ମିମି ବର୍ଷା ରେକର୍ଡ କରାଯାଇଛି । ଏହି ସମୟର ସ୍ୱାଭାବିକ ବର୍ଷା ୮୨୨.୯ ମିମି ତୁଳନାରେ ୧୪ ପ୍ରତିଶତ ଅଧିକ ବର୍ଷା ହୋଇଛି । ଏହି ସମୟ ମଧ୍ୟରେ କନ୍ଧମାଳରେ ସ୍ୱାଭାବିକ ଠାରୁ ୭୧ ପ୍ରତିଶତ ଅତ୍ୟଧିକ ବର୍ଷା ରେକର୍ଡ ହୋଇଛି ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.