ETV Bharat / city

ଝଡବର୍ଷା ଆଶଙ୍କା, 8 ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ - weather update of odisha

ରାଜ୍ୟରେ 8 ଜିଲ୍ଲାରେ ଝଡବର୍ଷା ନେଇ ସତର୍କ ସୂଚନା । ୟେଲୋ ୱାର୍ଣ୍ଣିଂ ଜାରି କଲା ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଉତ୍ତର-ଉପକୂଳ ଓଡିଶାରେ ବିଜୁଳି ସହ ଝଡ ବର୍ଷା ଆଶଙ୍କା ଥିବାରୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

odisha weather update
ଝଡବର୍ଷା ଆଶଙ୍କା, 8 ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
author img

By

Published : Apr 29, 2020, 8:01 PM IST

ଭୁବନେଶ୍ବର: ରାଜ୍ୟରେ 8 ଜିଲ୍ଲାରେ ଝଡବର୍ଷା ନେଇ ସତର୍କ ସୂଚନା । ୟେଲୋ ୱାର୍ଣ୍ଣିଂ ଜାରି କଲା ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଉତ୍ତର-ଉପକୂଳ ଓଡିଶାରେ ବିଜୁଳି ସହ ଝଡ ବର୍ଷା ଆଶଙ୍କା ଥିବାରୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ଝଡବର୍ଷା ଆଶଙ୍କା, 8 ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ତେବେ ଆସନ୍ତାକାଲି ମୟୂରଭଞ୍ଜ, କେନ୍ଦୁଝର, କନ୍ଧମାଳ, ନୟାଗଡ, ଖୋର୍ଦ୍ଧା, ଗଞ୍ଜାମ, ନୂଆପଡା ଏବଂ ବଲାଙ୍ଗୀର ଜିଲ୍ଲାରେ ଝଡ ବର୍ଷା ଆଶଙ୍କା ଥିବାବେଳେ ମେ ପହିଲାରେ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, ଜଗତସିଂହପୁର, ପୁରୀ, କୋରାପୁଟ, ରାୟଗଡା ଓ ଗଜପତି ଜିଲ୍ଲାରେ ବିଜୁଳି ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି ।

ଅନ୍ୟପଟେ ଆସନ୍ତାକାଲି(ଅପ୍ରେଲ 30) ଦକ୍ଷିଣ ଆଣ୍ଡାମାନ ସାଗର ଏବଂ ଏହାର ଆଖପାଖ ଅଞ୍ଚଳରେ ଲଘୁଚାପ ସୃଷ୍ଟି ହେବା ନେଇ ଅନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ। ଆସନ୍ତା 48 ଘଣ୍ଟା ମଧ୍ୟରେ ଏହା ଆହୁରି ତୀବ୍ର ହେବାର ସମ୍ଭାବନା ରହିଛି। ଏହା ଅପ୍ରେଲ 30 ରୁ ମେ 3 ତାରିଖ ଭିତରେ ଅତିକ୍ରମ କରିବାର ସମ୍ଭାବନା ଅଛି। ପ୍ରଭାବରେ ପବନର ବେଗ ଘଣ୍ଟା ପ୍ରତି 50ରୁ 60 କିମି ହେବ ବୋଲି ଅନୁମାନ କରାଯାଉଛି। ତେବେ ଏହି ସମୟରେ ସମୁଦ୍ର ଅଶାନ୍ତ ରହିବାକୁ ଥିବାରୁ ମାଛମାରି ନଯିବାକୁ କୁହାଯାଇଛି ।

ସେପଟେ ଗତ 24 ଘଣ୍ଟାରେ ଜଗତସିଂହପୁର ଜିଲ୍ଲାର ତିର୍ତ୍ତୋଲରେ ସର୍ବାଧିକ 45.0 ମିମି ବର୍ଷା ରେକର୍ଡ କରାଯାଇଛି। ସେହିପରି ଟିଟିଲାଗଡରେ ସର୍ବାଧିକ 37.2 ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି।

ଭୁବନେଶ୍ବରରୁ ସଞ୍ଜୀବ ରାୟ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.