ETV Bharat / city

ଇଣ୍ଡିଆ ସ୍କିଲ୍ସ ପ୍ରତିଯୋଗିତାରେ ଓଡ଼ିଶାକୁ ସଫଳତା, ମିଳିଲା ୧୦ ସ୍ୱର୍ଣ୍ଣ ଓ ୧୮ ରୌପ୍ୟ

author img

By

Published : Jan 11, 2022, 8:18 AM IST

ଦକ୍ଷତା ଓ ବିକାଶ କ୍ଷେତ୍ରରେ ଓଡ଼ିଶା ଏକ ଅଗ୍ରଣୀ ରାଜ୍ୟ ଭାବେ ପରିଗଣିତ ହୋଇଛି । ନୂଆଦିଲ୍ଲୀ ତାଲକଟୋରା ଇଣ୍ଡୋର ଷ୍ଟାଡ଼ିୟମରେ ଆୟୋଜିତ ଇଣ୍ଡିଆ ସ୍କିଲ୍ସ ୨୦୨୧ ପ୍ରତିଯୋଗିତାରେ ଓଡ଼ିଶା ଅନ୍ୟୁନ ପରିଚୟ ସୃଷ୍ଟି କରିଛି। ସ୍କିଲ-ଇନ୍-ଓଡ଼ିଶା ପ୍ରତିଯୋଗୀ ମାନେ ରାଜ୍ୟ ପାଇଁ ଅନେକ ପଦକ ହାସଲ କରିଛନ୍ତି । ଅଧିକ ପଢ଼ନ୍ତୁ

odisha success in india  skills competition
ଇଣ୍ଡିଆ ସ୍କିଲ୍ସ ପ୍ରତିଯୋଗିତାରେ ଶୀର୍ଷ ସ୍ଥାନରେ ଓଡ଼ିଶା

ଭୁବନେଶ୍ବର: ଦକ୍ଷତା ଓ ବିକାଶ କ୍ଷେତ୍ରରେ ଓଡ଼ିଶା ଏକ ଅଗ୍ରଣୀ ରାଜ୍ୟ ଭାବେ ପରିଗଣିତ ହୋଇଛି । ନୂଆଦିଲ୍ଲୀ ତାଲକଟୋରା ଇଣ୍ଡୋର ଷ୍ଟାଡ଼ିୟମରେ ଆୟୋଜିତ ଇଣ୍ଡିଆ ସ୍କିଲ୍ସ ୨୦୨୧ ପ୍ରତିଯୋଗିତାରେ ଓଡ଼ିଶା ଅନ୍ୟୁନ ପରିଚୟ ସୃଷ୍ଟି କରିଛି। ସ୍କିଲ-ଇନ୍-ଓଡ଼ିଶା ପ୍ରତିଯୋଗୀ ମାନେ ରାଜ୍ୟ ପାଇଁ ଅନେକ ପଦକ ହାସଲ କରିଛନ୍ତି । ଏହି ପ୍ରତିଯୋଗିତାରେ ଓଡ଼ିଶା ୧୦ ଟି ସ୍ବର୍ଣ୍ଣ, ୧୮ ଟି ରୌପ୍ୟ, ୯ଟି କାଂସ୍ୟ ପଦକ ଏବଂ ୧୪ ଟି ମେଡାଲିୟନ ଅଫ୍‌ ଏକ୍ସଲେନ୍ସ ହାସଲ କରିଛି ।

ନୂଆଦିଲ୍ଲୀରେ ଆୟୋଜିତ ହୋଇଥିବା ଏହି ପ୍ରତିଯୋଗିତାରେ ଓଡ଼ିଶା ସର୍ବମୋଟ ୫୧ଟି ପଦକ ହାସଲ କରି ଶୀର୍ଷ ସ୍ଥାନରେ ରହିଛି । ଏହି ପ୍ରତିଯୋଗିତାରେ ସ୍ବର୍ଣ୍ଣ ପଦକ ହାସଲ କରିଥିବା ବିଜେତାଙ୍କୁ ୧ ଲକ୍ଷ ଟଙ୍କାର ଆର୍ଥିକ ପୁରସ୍କାର ମିଳିଛି । ସେହିପରି ରୌପ୍ୟ ପଦକ ବିଜେତାଙ୍କୁ ୭୫ ହଜାର ଏବଂ କାଂସ୍ୟ ପଦକ ବିଜେତାଙ୍କୁ ୫୦ ହଜାର ଟଙ୍କାର ଆର୍ଥିକ ପୁରସ୍କାର ମିଳିଛି । ଇଣ୍ଡିଆ ସ୍କିଲ୍ସ ୨୦୨୧ ପ୍ରତିଯୋଗିତାରେ ଓଡ଼ିଶାରୁ ମୋଟ ୭୬ ଜଣ ପ୍ରତିଯୋଗୀ ଅଂଶଗ୍ରହଣ କରିଥିଲେ । ସେମାନଙ୍କ ମଧ୍ୟରୁ ୧୭ ଜଣ ଯୁବତୀ ଭାଗ ନେଇଥିଲେ । ଏଥିରେ କୃତିତ୍ବ ଲାଭ କରିଥିବା ବିଜେତା ୨୦୨୨ ଅକ୍ଟୋବରରେ ଚୀନର ସାଘାଂଇ ୱାର୍ଲ୍ଡ ସ୍କିଲ୍ସ ପ୍ରତିଯୋଗିତାରେ ଭାଗ ନେବାକୁ ସୁଯୋଗ ପାଇବେ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜର ଖୁସି ବ୍ୟକ୍ତ କରିଛନ୍ତି । ଏଥିସହ ବିଜେତା ମାନଙ୍କୁ ୱାର୍ଲ୍ଡ ସ୍କିଲ୍ସ ପ୍ରତିଯୋଗିତାରେ ସଫଳତା ହାସଲ କରିବା ପାଇଁ କାମନା ମଧ୍ୟ କରିଛନ୍ତି ।

ଏହି କାର୍ଯ୍ୟକ୍ରମରେ ଓଡ଼ିଶା ଦକ୍ଷତା ବିକାଶ ପ୍ରାଧିକରଣର ଅଧ୍ୟକ୍ଷ ସୁବ୍ରତ ବାଗ୍‌ଚୀ ଯୋଗ ଦେଇଥିଲେ । ଏଥିସହ ଓଡିଶା ଦକ୍ଷତା ବିକାଶ ପ୍ରାଧିକରଣର ସିଇଓ ତଥା ବୈଷୟିକ ଶିକ୍ଷା ଏବଂ ପ୍ରଶିକ୍ଷଣ ନିର୍ଦ୍ଦେଶାଳୟର ନିର୍ଦ୍ଦେଶକ ରେଘୁ ଜି ମଧ୍ୟ ଉପସ୍ଥିତ ଥିଲେ । ଆଗାମୀ ସାଘାଂଇ ୱାର୍ଲ୍ଡ ସ୍କିଲ୍ସରେ ପ୍ରତିଯୋଗୀଙ୍କୁ ଶ୍ରେଷ୍ଠ ପ୍ରଦର୍ଶନ କରି ଦେଶର ଗୌରବ ବୃଦ୍ଧି କରିବା ପାଇଁ ଶୁଭେଚ୍ଛା ଜଣାଇଛନ୍ତି । ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗୀୟ ମନ୍ତ୍ରୀ ପ୍ରେମାନନ୍ଦ ନାୟକ ମଧ୍ୟ ବିଜେତାମାନଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।

ଭୁବନେଶ୍ବରରୁ ଭବାନୀ ଶଙ୍କର ଦାସ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.