ETV Bharat / city

କୃଷି ଭବନରେ ଓଡ଼ିଶାର ପ୍ରଥମ ମିଲେଟ ଶକ୍ତି ବିକ୍ରୟ କେନ୍ଦ୍ର ଉଦଘାଟିତ

author img

By

Published : Nov 5, 2021, 10:39 PM IST

ଓଡ଼ିଶାର ପ୍ରଥମ ମିଲେଟ ଶକ୍ତି ବିକ୍ରୟ କେନ୍ଦ୍ର ଉଦଘାଟିତ । ମନ୍ତ୍ରୀ ଡ. ଅରୁଣ କୁମାର ସାହୁ ଏହାକୁ ଉଦଘାଟନ କରିଛନ୍ତି । ଅଧିକ ପଢନ୍ତୁ...

କୃଷି ଭବନରେ ଓଡ଼ିଶାର ପ୍ରଥମ ମିଲେଟ ଶକ୍ତି ବିକ୍ରୟ କେନ୍ଦ୍ର ଉଦଘାଟିତ
କୃଷି ଭବନରେ ଓଡ଼ିଶାର ପ୍ରଥମ ମିଲେଟ ଶକ୍ତି ବିକ୍ରୟ କେନ୍ଦ୍ର ଉଦଘାଟିତ

ଭୁବନେଶ୍ବର : କୃଷି ଭବନରେ ଆଜି ମା ଶକ୍ତିମୟୀ ମହିଳା ମହାସଙ୍ଘ ଦ୍ୱାରା ପରିଚାଳିତ ଓଡ଼ିଶାର ପ୍ରଥମ ମିଲେଟ ଶକ୍ତି ବିକ୍ରୟ କେନ୍ଦ୍ର ଉଦଘାଟିତ ହୋଇଛି । କୃଷି ଏବଂ କୃଷକ ସଶକ୍ତିକରଣ ମନ୍ତ୍ରୀ ଡ. ଅରୁଣ କୁମାର ସାହୁ ଏହାକୁ ଉଦଘାଟନ କରିଛନ୍ତି । କାର୍ଯ୍ୟକ୍ରମରେ କୃଷି ସଚିବ ତଥା କମିଶନର ସୁରେଶ କୁମାର ବଶିଷ୍ଟ, କୃଷି ଏବଂ ଖାଦ୍ୟ ଉତ୍ପାଦନ ନିର୍ଦେଶକ ଡ଼. ଏମ୍‌. ମୁଥୁକୁମାର ପ୍ରମୁଖ ଉପସ୍ଥିତ ଥିଲେ । କୃଷି ମନ୍ତ୍ରୀ, ମହାସଂଘର ସମସ୍ତ ସଭ୍ୟାମାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ଉଜ୍ଜ୍ୱଳମୟ ବ୍ୟବସାୟିକ ଭବିଷ୍ୟତ କାମନା କରିବା ସହ ଏଭଳି ଏକ ପ୍ରୟାସ ପାଇଁ ଓଡିଶା ମିଲେଟ୍ସ ମିଶନ ଏବଂ ମିଶନ ଶକ୍ତି ବିଭାଗର ଅଧିକାରୀଙ୍କୁ ସେ ସାଧୁବାଦ ଜଣାଇଛନ୍ତି ।

ଏହି ମିଲେଟ ଶକ୍ତି ବିକ୍ରୟ କେନ୍ଦ୍ର ଓଡିଶା ମିଲେଟ୍ସ ମିଶନ ଏବଂ ମିଶନ ଶକ୍ତି ବିଭାଗର ମିଳିତ ପ୍ରୟାସରେ ପ୍ରାରମ୍ଭ କରାଯାଇଛି । କୃଷି ଭବନରେ କାର୍ଯ୍ୟରତ ଅଧିକାରୀ ଏବଂ କର୍ମଚାରୀ ତଥା ଅଗନ୍ତୁକଙ୍କୁ ପୁଷ୍ଟିଶସ୍ୟରେ ପ୍ରସ୍ତୁତ ନାନାଦି ଖାଦ୍ୟ ଦ୍ରବ୍ୟ ବିକ୍ରି କରିବା ସହ ପୁଷ୍ଟିଶସ୍ୟର ଉପକାରିତା ବିଷୟରେ ଅବଗତ କରାଇବା ଏହାର ଉଦ୍ଦେଶ୍ୟ । ଏହି ବିକ୍ରୟ କେନ୍ଦ୍ର ସ୍ୱୟଂ ସହାୟକ ଗୋଷ୍ଠୀର ସଭ୍ୟସଭ୍ୟାମାନଙ୍କୁ ସ୍ୱାବଲମ୍ବୀ କରିବା ସହ ଏକ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିବାରେ ସହାୟକ ହେବ । ଅନ୍ୟମାନଙ୍କ ମଧ୍ୟରେ ଯୁଗ୍ମ ନିର୍ଦ୍ଧେଶକ (ଓଡିଶା ମିଲେଟ୍ସ ମିଶନ) ହୀରଞ୍ଜନ ମହନ୍ତ, ଓଡିଶା ମିଲେଟ୍ସ ମିଶନର ଯୋଜନା ଅଧିକାରୀ କଳ୍ପନା ପ୍ରଧାନ, ରାଜ୍ୟ ସଂଯୋଜକ ସୁଶ୍ରୀ ଅସୀମା ଚୌଧୁରୀ, ଜିଲ୍ଲା ସଂଯୋଜକ ମିଶନ ଶକ୍ତି ଏବଂ ଅନ୍ୟ କର୍ମକର୍ତ୍ତାବୃନ୍ଦ ଉପସ୍ଥିତ ଥିଲେ ।

ଏହା ସହ କୃଷି ଭବନରେ ମନ୍ତ୍ରୀ ଏକ କାଫେଟାରିଆର ଉଦ୍‌ଘାଟନ କରିଛନ୍ତି । ବାର୍ଷିକ ଟେଣ୍ଡର ମାଧ୍ୟମରେ ଜୟକମଳ କ୍ୟାଟେରିଂ ସର୍ଭିସ୍‌ ଦ୍ୱାରା ପରିଚାଳିତ ହେବାକୁ ଥିବା ଏହି କାଫେଟାରିଆ କୃଷି ଭବନ କର୍ମଚାରୀ ତଥା ଏଠାରେ ଅନୁଷ୍ଠିତ ଅନେକ ସଭାସମିତି ଓ ଅନ୍ୟାନ୍ୟ କାର୍ଯ୍ୟକ୍ରମର ଖାଦ୍ୟ ଆବଶ୍ୟକତାକୁ ପୂରଣ କରିବ । ଅତ୍ୟନ୍ତ ସ୍ୱାସ୍ଥ୍ୟକର ପରିବେଶରେ ସୁଲଭ ଦରରେ ଏହି କାଫେଟାରିଆ ଖାଦ୍ୟ ଯୋଗାଇଦେବ ବୋଲି ମନ୍ତ୍ରୀ ଆଶା ପ୍ରକାଶ କରିଛନ୍ତି ।

ଭୁବନେଶ୍ବରରୁ ଭବାନୀ ଶଙ୍କର ଦାସ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.