ଭୁବନେଶ୍ବର: ରାଜ୍ୟରେ ଆଉ ଜଣେ କୋରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ସୁସ୍ଥ ହୋଇଥିବା ଆକ୍ରାନ୍ତ ଜଣଙ୍କ ଭୁବନେଶ୍ବରର ହୋଇଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ କରି କୁହାଯାଇଛି ।
ଫଳରେ ବର୍ତ୍ତମାନ ସୁଦ୍ଧା 39 ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେପଟେ ରାଜ୍ୟରେ 122 ଆକ୍ରାନ୍ତ ଥିବାବେଳେ 82ଟି ସକ୍ରୀୟ ମାମଲା ରହିଛି ଏବଂ ଜଣଙ୍କର ମୃତ୍ୟୁ ଘଟିଛି ।
ଅନ୍ୟପଟେ ଭୁବନେଶ୍ଵରରେ 47 ଟି ଆକ୍ରାନ୍ତ ରହିଥିବାବେଳେ 27 ଟି ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଅନ୍ୟ 19 ଆକ୍ରାନ୍ତଙ୍କ ଚିକିତ୍ସା ଚାଲିଛି ।
ଭୁବନେଶ୍ବରରୁ ବିକାଶ ଦାସ, ଇଟିଭି ଭାରତ